ଭୁବନେଶ୍ୱର: ରାଜ୍ୟରେ ଉତ୍କଟ ହେଉଛି ବନ୍ୟାସ୍ଥିତି । ଏହାର ମୁକାବିଲା ପାଇଁ ବନ୍ୟାଞ୍ଚଳ ଗସ୍ତ କରିବାକୁ ବରିଷ୍ଠ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ହେମନ୍ତ ଶର୍ମାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ୱ ଦିଆଯାଇଥିବା ବେଳେ ଡ଼ି କେ ସିଂଙ୍କୁ କଟକ, ଭିସାଲ ଦେବଙ୍କୁ ବାଲେଶ୍ୱର, ବିଷ୍ଣୁପଦ ସେଠୀଙ୍କୁ ଭଦ୍ରକ, ଭିଭି ଯାଦବଙ୍କୁ ଯାଜପୁର, ସତ୍ୟବ୍ରତ ସାହୁଙ୍କୁ ଜଗତସିଂହପୁର ଦାୟିତ୍ୱ ଦିଆଯାଇଛି । ତେବେ ତୁରନ୍ତ ବନ୍ୟାଞ୍ଚଳ ପରିଦର୍ଶନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
ଭୁବନେଶ୍ୱରରୁ ତପନ ଦାସ, ଇଟିଭି ଭାରତ