ETV Bharat / city

ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ; ‘ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ’

author img

By

Published : Aug 21, 2021, 7:32 PM IST

Updated : Aug 21, 2021, 8:16 PM IST

ଗଞ୍ଜାମ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ । ସ୍କାର୍ଟ କ୍ଲାସରୁମରେ ପାଠ ପଢିବେ ଛାତ୍ରଛାତ୍ରୀ । ହିଞ୍ଜିଳିରେ ଆରମ୍ଭ ହୋଇଥିବା ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇବ କହିଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ; ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ । ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ; ‘ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ’

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ । ସୁନ୍ଦର ଭବିଷ୍ୟତ ପାଇଁ ତା' ଆଖିରେ ଥାଏ ଅନେକ ସ୍ବପ୍ନ । ଏହି ସ୍ବପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ । ପିଲାଙ୍କ ସ୍ବପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବରେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଛନ୍ତି । ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ପିଲାଙ୍କ ପାଇଁ ଓ ସେମାନଙ୍କ ଭବିଷ୍ୟତ ପାଇଁ ଉଦ୍ଧିଷ୍ଟ । ହିଞ୍ଜିଳିରେ ଆରମ୍ଭ ହୋଇଥିବା ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇବ । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ ।

୫-ଟି ଉପକ୍ରମ ବାବଦରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏହି ସ୍କୁଲ ରୂପାନ୍ତରଣ ହେଉଛି, ୫-ଟି କାର୍ଯ୍ୟକ୍ରମର କ୍ଲାସିକ୍‌ ଉଦାହରଣ । ୫-ଟିର ପଞ୍ଚ ଆଧାର ବିଷୟରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ Technology, Teamwork, time, Transparency ଓ Transformaton । ଏହା ହିଁ ରୂପାନ୍ତରଣକୁ ସମ୍ଭବ କରିପାରିଛି । Technology ଆମକୁ Smart Class Room, e-Library, Computer ଓ Modern Laboratoryର ସୁବିଧା ଦେଇଥିବାବେଳେ, ଆମ ସମସ୍ତଙ୍କର ମିଳିତ ଉଦ୍ୟମ ହେଉଛି Teamwork. ପଞ୍ଚାୟତ ପ୍ରତିନିଧି ଠାରୁ ଆରମ୍ଭ କରି ସ୍କୁଲ ପରିଚାଳନା କମିଟି, ଶିକ୍ଷକ-ଶିକ୍ଷୟିତ୍ରୀ, ପୁରାତନ ଛାତ୍ରଛାତ୍ରୀ, ପ୍ରଶାସନ, ଅଭିଭାବକ, ସ୍ଥାନୀୟ ଜନସାଧାରଣ ସମସ୍ତେ ଏଥିପାଇଁ ମିଶି କାମ କରିଛନ୍ତି ।

୫-ଟିର ତୃତୀୟ ଆଧାର ହେଉଛି Time । ଅଗଷ୍ଟ ୧୫ ସୁଦ୍ଧା ହିଞ୍ଜିଳି-ଶେରଗଡର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ଶେଷ କରିବା ପାଇଁ ମୁଁ ପ୍ରଶାସନକୁ ଟାର୍ଗେଟ ଦେଇଥିଲି । ୬ ମାସ ତଳେ କାମ ଆରମ୍ଭ ହେଲା । ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ଶେଷ ହେଲା ।

୫-ଟିର ଆଉ ଏକ ଗୁରୁତ୍ବପୂର୍ଣ୍ଣ ଆଧାର ହେଲା Transparency ବା ସ୍ବଚ୍ଛତା । ସ୍କୁଲ ମାନଙ୍କରେ ଯାହାକିଛି ପରିବର୍ତ୍ତନ ଆସିଛି, ଲୋକଙ୍କ ସହ ଆଲୋଚନା କରି କରାଯାଇଛି । Vision Document ଠାରୁ ଆରମ୍ଭ କରି ଖର୍ଚ୍ଚ ବିଷୟରେ ଲୋକମାନେ ସବୁ ବିଷୟରେ ଅବଗତ ଅଛନ୍ତି । ସେମାନେ ନିଜେ ମଧ୍ୟ କାମ ତଦାରଖ କରିଛନ୍ତି । ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ପିଲାମାନଙ୍କ ପାଇଁ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ଉପଲବ୍‌ଧତା । ଏସବୁ କିଛି ଆଣିପାରିଛି ରୂପାନ୍ତର ।

ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଏଥିରେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ଯୋଗ ଦେଇଥିଲେ । ହିଞ୍ଜିଳିର ସ୍କୁଲମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବରେ ଏକ ବଡ ପ୍ରେରଣା । ଏହା ସାରା ରାଜ୍ୟରେ ମଧ୍ୟ ସମ୍ଭବ । ଗଞ୍ଜାମରେ ଏହାର ସଫଳତା ହେଉଛି ଗୋଷ୍ଠୀର ଅଂଶଗ୍ରହଣ । ଆପଣ ଗଞ୍ଜାମରେ ଯଦି କିଛି କାମ ପାଇଁ ଏକ ଲକ୍ଷ ଟଙ୍କା ଦେବେ, ତେବେ ସେମାନେ ଆପଣଙ୍କ ଦୁଇ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ସେହିପରି ୫ ଲକ୍ଷ ଦେଲେ ୮ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ଗଞ୍ଜାମର ଏହି ଗୋଷ୍ଠୀ ଚେତନା ହିଁ ଗଞ୍ଜାମର ସବୁଠାରୁ ବଡ ଶକ୍ତି ଓ ସଫଳତା । ସାରା ରାଜ୍ୟରେ ପିଲାମାନଙ୍କ ସୁନ୍ଦର ଭବିଷ୍ୟତ ପାଇଁ ମିଳିମିଶି କାମ କଲେ ତାହା ହିଁ ଆଣିବ ଓଡିଶାର ପ୍ରକୃତ ରୂପାନ୍ତର ।

ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲଗୁଡିକର ଯତ୍ନ ନିଜ ସଂପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମରେ କୋଡ଼ିଏ ଜଣ ବିଧାୟକ ଓ ମନ୍ତ୍ରୀ ଭାଗ ନେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5T ସଚିବ ଭି.କେ ପାଣ୍ଡିଆନ୍ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ଏଥିରେ ମୁଖ୍ୟ ଶାସନ ସଚିବ, ବରିଷ୍ଠ ଅଧିକାରୀ, ଗଞ୍ଜାମ ଜିଲ୍ଲାପାଳ ଓ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ ଓ ବ୍ରହ୍ମପୁରରୁ ସମୀର ଆଚାର୍ଯ୍ୟ, ଇଟିଭି ଭାରତ

Last Updated : Aug 21, 2021, 8:16 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.