ETV Bharat / city

ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ: ଶୋକ ବ୍ୟକ୍ତ କଲେ ବାଚସ୍ପତି

author img

By

Published : Feb 3, 2022, 5:56 PM IST

ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ଦେହାନ୍ତକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବୁଧବାର ରାତି ୧୧ଟା ବେଳେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ରାଜା ସାହେବ । ଅଧିକ ପଢନ୍ତୁ

ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ଦେହାନ୍ତ : ଶୋକ ବ୍ୟକ୍ତ କଲେ ବାଚସ୍ପତି

ଭୁବନେଶ୍ବର : ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ଦେହାନ୍ତକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ବୁଧବାର ରାତି ୧୧ଟାବେଳେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ରାଜା ସାହେବ ।

ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ତାଙ୍କ ମରଶରୀରକୁ ବିଧାନସଭାରେ ଗାର୍ଡ଼ଅଫ ଅନର ଦିଆଯାଇଛି। ତିନି ଥର ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ୧୯୭୪, ୧୯୭୭ ଓ ୧୯୮୦ ମସିହାରେ ସେ ମୋହନା ନିର୍ବାଚନ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ଏହାବି ପଢନ୍ତୁ :ସାନଖେମୁଣ୍ଡି ରାଜା ସାହେବ ଉଦୟ ନାରାୟଣ ଦେବଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

୧୯୮୦ରେ ସେ ଜନତା ପାର୍ଟି (ସେକ୍ୟୁଲାର) ଟିକେଟ୍‌ରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସ୍ବର୍ଗତ ଉଦୟ ନାରାୟଣ ଦେବଙ୍କର ଆଉ ଏକ ପରିଚୟ ଥିଲା । ଜଣେ ବିହଙ୍ଗ ବିଜ୍ଞାନୀ ଭାବେ ସେ ବେଶ୍ ଖ୍ୟାତି ଅର୍ଜନ କରିଥିଲେ । ସେ ଜଣେ ରିସର୍ଚ ସ୍କଲାର ଥିଲେ। ପୄଥିବୀରେ ଥିବା ବିଭିନ୍ନ ପକ୍ଷୀ ଉପରେ ଗବେଷଣା କରୁଥିଲେ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.