ETV Bharat / city

18 ଲକ୍ଷ ଭୂମିହୀନ କୃଷକଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା, ମିଳିଲା 386 କୋଟି - ଭୂମିହୀନ କୃଷକଙ୍କ ସହାୟତା

ଳିଆ ଯୋଜନାରେ ଅନ୍ତର୍ଭୁକ୍ତ ଭୂମିହୀନ କୃଷକକୁ ମିଳିଲା ସ୍ବତନ୍ତ୍ର କୋଭିଡ ସହାୟତା । 18 ଲକ୍ଷ ଭୂମିହୀନ କୃଷକ ପରିବାରଙ୍କୁ ମିଳିଛି 386 କୋଟି ଟଙ୍କାର ସ୍ବତନ୍ତ୍ର କୋଭିଡ ସହାୟତା । ଅଧିକ ପଢ଼ନ୍ତୁ...

18 ଲକ୍ଷ ଭୂମିହୀନ କୃଷକଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା, ମିଳିଲା 386 କୋଟି

author img

By

Published : Jun 30, 2021, 8:52 PM IST

Updated : Jun 30, 2021, 8:58 PM IST

ଭୁବନେଶ୍ବର: କାଳିଆ ଯୋଜନାରେ ଅନ୍ତର୍ଭୁକ୍ତ ଭୂମିହୀନ କୃଷକଙ୍କୁ ମିଳିଲା ସ୍ବତନ୍ତ୍ର କୋଭିଡ ସହାୟତା । କାଳିଆ ଯୋଜନା ଅଧିନରେ ଯୋଗ୍ୟ ଚାଷୀଙ୍କୁ ସହାୟତା ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । 18 ଲକ୍ଷ ଭୂମିହୀନ କୃଷକ ପରିବାରଙ୍କୁ ମିଳିଛି 386 କୋଟି ଟଙ୍କାର ସ୍ବତନ୍ତ୍ର କୋଭିଡ ସହାୟତା ।

ଏହାଦ୍ବାରା ପ୍ରତ୍ୟେକ ଭୂମିହୀନ ଚାଷୀ କାଳିଆ ଯୋଜନାର କିସ୍ତି ସହିତ ଅତିରିକ୍ତ ଭାବେ ୧୦୦୦ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ଅନ୍ତର୍ଭୁକ୍ତ ହୋଇଛନ୍ତି । ଏହି ସହାୟତା ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ସିଧାସଳଖ ଜମା କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, "ବର୍ତ୍ତମାନ କୋଭିଡ ଯୋଗୁଁ ଅର୍ଥନୀତି ଉପରେ ଗଭୀର ପ୍ରଭାବ ପଡ଼ିଛି । ପ୍ରଥମ ଲହରରେ କୃଷି ହିଁ ଆମ ଅର୍ଥନୀତିକୁ ବଞ୍ଚାଇ ଥିଲା । ଦ୍ଵିତୀୟ ଲହରରେ ଲକଡାଉନ, ସଟଡାଉନ ଯୋଗୁଁ ଲୋକଙ୍କ ଜୀବିକା ଉପରେ ଗଭୀର ପ୍ରଭାବ ପଡିଛି । ସେଥିପାଇଁ ରାଜ୍ୟ ସରକାର ଚାଷୀ, ଶ୍ରମିକ, ଉଠା ଦୋକାନୀ, ଦୁଗ୍ଧ ଚାଷୀ ଆଦି ବିଭିନ୍ନ ବର୍ଗର ଲୋକ ମାନଙ୍କ ପାଇଁ କୋଭିଡ ପ୍ୟାକେଜ ଘୋଷଣା କରିଛନ୍ତି ।"

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୩ ଜଣ ଭୂମିହୀନ ଚାଷୀଙ୍କ ସହିତ କାଳିଆ ଯୋଜନାର ସୁଫଳ ବିଷୟରେ ଆଲୋଚନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ଚାଷୀ ମାନେ ହେଲେ ମାଳତୀ ମେଲକା, ସୁନ୍ଦରଗଡର ସୂରଥ ମାଝୀ ଓ ଭଦ୍ରକର ଗଣେଶ ଦାସ । ଚାଷୀମାନେ ନିଜ ସଫଳତା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ବର୍ଣ୍ଣନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ବାବଦରେ 1000 ଟଙ୍କା ଲେଖାଏଁ ସହାୟତା ପାଇ ସବୁ ଭୂମିହୀନ ଚାଷୀ ଖୁସି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଛନ୍ତି ।

କୋଭିଡ ବିରୋଧରେ ଲଢେଇ କେବଳ ସରକାର ବା ଡାକ୍ତର ବା ସ୍ବାସ୍ଥ୍ୟକର୍ମୀ ମାନଙ୍କର ନୁହେଁ । ଏହା ଆମ ସମସ୍ତଙ୍କର ଲଢେଇ । ତେଣୁ ଏହି ଲଢେଇରେ ବିଜୟ ପାଇଁ ଚାଷୀ ଭାଇ ମାନେ ସମସ୍ତେ ଟୀକା ନେବା ସହିତ କୋଭିଡର ନିୟମ ପାଳନ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । କାଳିଆ ଯୋଜନାରେ ଚାଷୀମାନେ ୩ ଟି କିସ୍ତିରେ ୧୨,୫୦୦ ଟଙ୍କା ପାଇଥାନ୍ତି ।

ସେହିପରି ବଳରାମ ଯୋଜନାରେ ମଧ୍ୟ ଭୂମିହୀନ ଚାଷୀ ମାନଙ୍କୁ ବିଭିନ୍ନ ପ୍ରକାର ଆନୁଷଙ୍ଗିକ କାର୍ଯ୍ୟ ପାଇଁ କୃଷିଋଣ ସହାୟତା ଯୋଗାଇ ଦିଆଯାଉଛି । ଏହି କାର୍ଯ୍ୟକ୍ରମରେ କାର୍ଯ୍ୟକ୍ରମରେ କାଳିଆ ଯୋଜନା ଓ ଭୂମିହୀନ ଚାଷୀ ମାନଙ୍କ ସମ୍ପର୍କରେ ଏକ କ୍ଷୁଦ୍ର ଭିଡିଓ ଚିତ୍ର ପ୍ରଦର୍ଶନ କରଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jun 30, 2021, 8:58 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.