ETV Bharat / city

ମହିଳାଙ୍କ ବିରୁଦ୍ଧରେ ଅପରାଧ ରୋକିବା ପାଇଁ ସ୍ବତନ୍ତ୍ର ଶାଖା, ୬୨ଟି ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

author img

By

Published : Jan 25, 2021, 2:59 PM IST

ମହିଳା ଓ ଶିଶୁଙ୍କ ପ୍ରତି ହେଉଥିବା ନିର୍ଯ୍ୟାତନା ରୋକିବା ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଶିଶୁ ଓ ମହିଳାଙ୍କ ସୁରକ୍ଷା ଉପରେ ରାଜ୍ୟ ସରକାର ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛନ୍ତି । ମହିଳା ଓ ଶିଶୁଙ୍କ ଉପରେ ହେଉଥିବା ନିର୍ଯ୍ୟାତନା ତଥା ସେ ସଂକ୍ରାନ୍ତୀୟ ଅପରାଧକୁ ଯେପରି ଫଳପ୍ରଦ ଭାବରେ ରୋକାଯାଇପାରିବ ଏବଂ ଅଭିଯୋଗର ଉଚିତ ଭାବରେ ତଦନ୍ତ କରାଯାଇପାରିବ, ତାକୁ ଦୃଷ୍ଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥି ନିମନ୍ତେ ରାଜ୍ୟ ପୋଲିସରେ ଏକ ସ୍ବତନ୍ତ୍ର ଶାଖା ଖୋଲିବା ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ।

ଏନେଇ ଆଜି ଏହି ସ୍ବତନ୍ତ୍ର ଶାଖା ପାଇଁ ୬୨ ଟି ବିଭିନ୍ନ ପଦବୀ ମଞ୍ଜୁର କରିଛନ୍ତି । ଏଥିରେ ପୋଲିସ ବିଭାଗର 60ଟି ପଦବୀ ସହିତ ସାଇବର୍ ଫରେନ୍ସିକ ଏବଂ ଆଇଟି ବିଶେଷଜ୍ଞ ପାଇଁ ୨ ଟି ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି। ଜଣେ ଆଇଜି ପାହ୍ୟାର ଅଧିକାରୀଙ୍କ ନେତୃତ୍ବରେ ଏହି ଶାଖା ପରିଚାଳିତ ହେବ ।

ଏଥିରେ ଦୁଇ ଜଣ ଅତିରିକ୍ତ ଏସପି, ୧୦ ଜଣ ଡ଼ିଏସପି, ୯ ଜଣ ଇନ୍ସପେକ୍ଟର, ୧୦ ଜଣ ସବ୍ ଇନ୍ସପେକ୍ଟର, ୮ ଜଣ ଏଏସ୍ଆଇ ଓ ୧୪ ଜଣ କନେଷ୍ଟବଳଙ୍କୁ ନିୟୋଜିତ କରାଯିବ। ଏହା ସହିତ ୫ ଜଣ ମନ୍ତ୍ରୀସ୍ତରୀୟ କର୍ମଚାରୀ ପଦବୀକୁ ମଧ୍ୟ ମଞ୍ଜୁର କରାଯାଇଛି ।

ଭୁବନେଶ୍ବରରୁ ରୁଦ୍ର ଦାଶ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.