ETV Bharat / city

କୋଭିଡ ମୁକାବିଲା, ଖୋର୍ଦ୍ଧା ସମେତ 4 ଜିଲ୍ଲା ପାଇଁ ସ୍ବତନ୍ତ୍ର ରଣନୀତି - କୋଭିଡ ପରିସ୍ଥିତି

କୋଭିଡ ପରିସ୍ଥିତି ଓ ରଣନୀତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ (Location Specific Strategy) ଅବଲମ୍ବନ କରିବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ...

କୋଭିଡ ମୁକାବିଲା, ଖୋର୍ଦ୍ଧା ସମେତ 4 ଜିଲ୍ଲା ପାଇଁ ସ୍ବତନ୍ତ୍ର ରଣନୀତି

author img

By

Published : Aug 18, 2020, 8:42 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ କୋଭିଡ ପରିସ୍ଥିତି ଓ ରଣନୀତି ସମ୍ପର୍କରେ ଭିଡିଓ କନଫରେନ୍ସିଂ ଜରିଆରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରି ଖୋର୍ଦ୍ଧା, କଟକ, ସୁନ୍ଦରଗଡ ଓ ରାୟଗଡା ଜିଲ୍ଲାରେ ଅଞ୍ଚଳଭିତ୍ତିକ ରଣକୌଶଳ (Location Specific Strategy) ଅବଲମ୍ବନ କରିବାପାଇଁ ପରାମର୍ଶ ଦେଇଛନ୍ତି । ଏହାଫଳରେ ଆସନ୍ତା ସପ୍ତାହ ମଧ୍ୟରେ ଏହିସବୁ ଜିଲ୍ଲାରେ ସଂକ୍ରମଣ ହାର ହ୍ରାସ କରିବା ଦିଗରେ ଆମେ ଅଗ୍ରଗତି କରିପାରିବା ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ ।

ସୂଚନାଯୋଗ୍ୟ ଯେ ବୁଧବାର ପ୍ରତି ୧୦ ଲକ୍ଷ ସଂଖ୍ୟାରେ ୧୦୯୬ ଟେଷ୍ଟ କରି ଓଡିଶା ଆଜି ଜାତୀୟ ସ୍ତରରେ ଦୈନିକ ସର୍ବାଧିକ ଟେଷ୍ଟ କରୁଥିବା ରାଜ୍ୟରେ ପରିଗଣିତ ହୋଇଛି । ଏହାସହିତ ସପ୍ତାହ ମଧ୍ୟରେ ଦୈନିକ ଟେଷ୍ଟ ସଂଖ୍ୟା ୫୦ ହଜାରକୁ ବୃଦ୍ଧି ପାଇଛି । ଏହା ଉପରେ ସନ୍ତୋଷ ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗ, ସମସ୍ତ ଜିଲ୍ଲାପାଳ ଓ ସେମାନଙ୍କ ଟିମ୍‌ ତଥା ସମସ୍ତ ଡାକ୍ତର ମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ଓ ଏହା ଜାରି ରଖିବା ପାଇଁ ସେ ପରାମର୍ଶ ଦେଇଥିଲେ ।

ରାଜ୍ୟରେ କୋଭିଡରେ ମୁକାବିଲା ପାଇଁ ୫୦ ଲକ୍ଷରୁ ଅଧିକ ଲୋକ ଟ୍ରେନିଂ ପାଇଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏଥିରେ ପଞ୍ଚାୟତିରାଜ ପ୍ରତିନିଧି, ସ୍ବୟଂ ସହାୟକ ଗୋଷ୍ଠୀ, କୋଭିଡ କମିଟି ସଦସ୍ୟ ଏବଂ ଆହୁରି ଅନେକ ଅନ୍ତର୍ଭୁକ୍ତ ଅଛନ୍ତି। ଏହା ବାସ୍ତବରେ ଏକ ବଡ ସଫଳତା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି କାର୍ଯ୍ୟକେ ନିୟୋଜିତ ଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।

ରାଜ୍ୟରେ ଲକ୍ଷଣବିହୀନ ରୋଗୀଙ୍କ ସଂଖ୍ୟା ଅଧିକ ଥିବାରୁ ଗୃହ ସଂଗରୋଧକୁ ଉତ୍ସାହିତ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଛନ୍ତି। ଏଥିପାଇଁ ସ୍ବତନ୍ତ୍ର ପ୍ରଚାର ଅଭିଯାନ ସହିତ ପଞ୍ଚାୟତିରାଜ ପ୍ରତିନିଧି ଓ କୋଭିଡ କେୟାର କମିଟି ଗୁଡିକର ସହାୟତା ନେବା ପାଇଁ ମଧ୍ୟ ସେ କହିଛନ୍ତି। ଲୋକଙ୍କ ମନରେ ଗୃହ ସଂଗରୋଧ ସଂପର୍କରେ ଯଦି କୌଣସି ସନ୍ଦେହ ଥାଏ, ତାକୁ ଦୂର କରିବା ଦିଗରେ ଏହା ସହାୟକ ହେବ। ଏ କ୍ଷେତ୍ରରେ ଜିଲ୍ଲା ପର୍ଯ୍ୟବେକ୍ଷକମାନେ ସ୍ବତନ୍ତ୍ର ଗୁରୁତ୍ବ ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି।

ସେହିପରି ରାଜ୍ୟରେ ଦୈନିକ ଟେଷ୍ଟ ସଂଖ୍ୟା ୫୦ ହଜାରରେ ପହଞ୍ଚି ଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହି ଧାରା ବଜାୟ ରଖିବା ପାଇଁ କହିଥିଲେ। ଏଥିପାଇଁ ଟେଷ୍ଟ କିଟ୍‌ ଯୋଗାଣକୁ ଉତ୍ତମ ରୂପେ ପରିଚାଳନା କରିବା ପାଇଁ ସେ ପରାମର୍ଶ ଦେଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଛନ୍ତି ଯେ ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ। ରାଜ୍ୟରେ କୋଭିଡ ମୃତ୍ୟୁ ହାର କମ୍ ରହିଛି । ଏହାକୁ ଆହୁରି କମ‌ କରିବା ଦିଗରେ ନିରନ୍ତର ଉଦ୍ୟମ ଜାରି ରହିବା ଆବଶ୍ୟକ ବୋଲି ସେ କହିଛନ୍ତି । ବିଭିନ୍ନ କର୍ପୋରେଟ୍‌ କ୍ଷେତ୍ର ଓ ଅନ୍ୟାନ୍ୟ ସଂସ୍ଥା ଦ୍ବାରା ସ୍ଥାପନ କରାଯାଉଥିବା କୋଭିଡ ସେଣ୍ଟର ଆହୁରି ଅଧିକ ସଂଖ୍ୟାରେ କରିବା ପାଇଁ ମଧ୍ୟ ସେ ପରାମର୍ଶ ଦେଇଥିଲେ।

ପ୍ଲାଜମା ଦାତାମାନଙ୍କ ମହାନ କାର୍ଯ୍ୟକୁ ସ୍ବୀକୃତି ଦେଇ ସେମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିବାପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ପ୍ଲାଜମା ସଂଗ୍ରହ ଓ ପ୍ରୟୋଗ ପ୍ରଣାଳୀରେ ଆହୁରି ଉନ୍ନତି ଆଣିବା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ । କୋଭିଡ ହସ୍ପିଟାଲରେ କାମ କରୁଥିବା କୋଭିଡ ଯୋଦ୍ଧା ଓ ରୋଗୀମାନଙ୍କ ସହିତ ସିଧାସଳଖ ଫୋନ‌ ଯୋଗେ ଆଲୋଚନା କରି ସେମାନଙ୍କ ଠାରୁ ଫିଡବ୍ୟାକ ସଂଗ୍ରହ କରିବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ବର୍ତ୍ତମାନ ସୁଦ୍ଧା ୫ଟି ପ୍ଲାଜମା ଥେରାପି ୟୁନିଟ ସ୍ଥାପିତ ହୋଇଛି। କୋଭିଡ ରୋଗର ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ଏକ ଉପାଦେୟ ପଦ୍ଧତି ଭାବରେ ପ୍ରମାଣିତ ହୋଇଛି । କୋରାପୁଟ ମେଡିକାଲ କଲେଜରେ ଆଉ ଏକ ପ୍ଲାଜମା ବ୍ୟାଙ୍କ୍‌ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏହା ଆସନ୍ତା ସପ୍ତାହ ସୁଦ୍ଧା ସ୍ଥାପନ କରାଯିବ ବୋଲି ଜଣାଯାଇଛି।

ପରିଶେଷରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ବର୍ଷାଜନିତ ପରିସ୍ଥିତି, କୃଷି କାର୍ଯ୍ୟକ୍ରମ, ଜୀବିକା ସୃଷ୍ଟି କାର୍ଯ୍ୟକ୍ରମ ଏବଂ ଏମସଏମଇ ସମ୍ପର୍କରେ ବିଭିନ୍ନ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ। କୃଷି କ୍ଷେତ୍ରରେ ସମସ୍ତ କାର୍ଯ୍ୟ ଯେପରି ସୂଚାରୁରୂପେ ଜାରି ରହିବ ଓ ଚାଷୀମାନେ କୌଣସି ଅସୁବିଧାର ସମ୍ମୁଖୀନ ନ ହେବେ, ସେଥିପ୍ରତି ଗୁରୁତ୍ବ ଦେବାପାଇଁ ସେ ଅଧିକାରୀମାନଙ୍କୁ ଦୃଢ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟରେ ୟୁରିଆ ସାର ସ୍ଥିତି ସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀ ପଚାରି ବୁଝିଥିଲେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.