ETV Bharat / city

ପୁରୀ ଓ କାମାକ୍ଷା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍ - puri

ପୁରୀ ଏବଂ କାମାକ୍ଷା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି । ଅଧିକ ପଢନ୍ତୁ...

ପୁରୀ ଓ କାମାକ୍ଷା ମଧ୍ୟରେ ଚାଲିବ ସ୍ୱତନ୍ତ୍ର ଟ୍ରେନ୍

author img

By

Published : Jun 10, 2021, 10:59 PM IST

ଭୁବନେଶ୍ବର: ପୁରୀ ଏବଂ କାମାକ୍ଷା ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିମ୍ନଲିଖିତ ଅନୁଯାୟୀ ନିଷ୍ପତ୍ତି ନିଆଯାଇଛି । ୦୫୬୪୦/୦୫୬୩୯ କାମାକ୍ଷା-ପୁରୀ-କାମାକ୍ଷା ସ୍ପେଶାଲ୍ ଟ୍ରେନ କାମାକ୍ଷା ଠାରୁ ଜୁନ ମାସ ୨୦ ତାରିଖରୁ ପ୍ରତ୍ୟେକ ରବିବାର ଦିନ ସନ୍ଧ୍ୟା ୮ଟା ୧୦ମିନିଟ ରେ ଛାଡିବାକୁ ଥିବାବେଳେ ଏହି ଟ୍ରେନ ପୁରୀ ଠାରୁ ଜୁନ ମାସ ୨୨ ତାରିଖ ଠାରୁ ପ୍ରତ୍ୟେକ ମଙ୍ଗଳବାର ମଧ୍ୟାହ୍ନ ସମୟ ୨ଟା ୫୫ ମିନିଟରେ ଛାଡି ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ଚଳାଚଳ କରିବ ।

ଏହି ଟ୍ରେନ ପୂର୍ବତଟ ରେଳପଥ ପରିସୀମାରେ ସାକ୍ଷୀଗୋପଳ, ଖୋର୍ଦ୍ଧା ରୋଡ, ଭୁବନେଶ୍ବର, କଟକ, ଭଦ୍ରକ ଷ୍ଟେସନ ମାନଙ୍କରେ ରହଣି କରିବାକୁ ଥିବାବେଳେ ପୁରୀ ଓ କାମାକ୍ଷା ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଷ୍ଟେସନ ଯଥା ବାଲେଶ୍ବର, ହ୍ବିଜିଲି, ମେଦିନପୁର, ଆସନସୋଲ, ଦୁର୍ଗାପୁର, ରାମପୁର ହାଟ, ନ୍ୟୁ ଜଲପାଇଗୁଡ଼ି ଓ ରଙ୍ଗିଆ ଭଳି ଗୁରୁତ୍ବପୂର୍ଣ୍ଣ ଷ୍ଟେସନ ମାନଙ୍କରେ ରହଣି କରିବ ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.