ETV Bharat / city

BJP Executive Meeting: ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ରାଜ୍ୟ ବିଜେପି(BJP) କାର୍ଯ୍ୟକାରିଣୀ ବୈଠକ(BJP Executive Meeting) ଆରମ୍ଭ ହୋଇଛି । ଭୁବନେଶ୍ବର ସ୍ଥିତ ଏକ ଘରୋଇ ହୋଟେଲରେ ଆରମ୍ଭ ହୋଇଛି ବୈଠକ । ଅଧିକ ପଢନ୍ତୁ

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ
ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ
author img

By

Published : Nov 24, 2021, 12:31 PM IST

ଭୁବନେଶ୍ବର: ରାଜ୍ୟ ବିଜେପି(BJP) କାର୍ଯ୍ୟକାରିଣୀ ବୈଠକ(BJP Executive Meeting) ଆରମ୍ଭ ହୋଇଛି । ଭୁବନେଶ୍ବର ସ୍ଥିତ ଏକ ଘରୋଇ ହୋଟେଲରେ ଆରମ୍ଭ ହୋଇଛି ବୈଠକ । ବୈଠକରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସମେତ ପ୍ରଭାରୀ ଡି ପୁରନ୍ଦେଶ୍ଵରୀ, ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର, କେନ୍ଦ୍ରମନ୍ତ୍ରୀ ବିଶେଶ୍ବର ଟୁଡୁ (Biswaswar Tudu) ତଥା ବିଜେପି ରାଷ୍ଟ୍ରୀୟ ଉପ ସଭାପତି ବୈଜୟନ୍ତ ପଣ୍ଡା ପ୍ରମୁଖ ସାମିଲ ହୋଇଛନ୍ତି ।

ଆରମ୍ଭ ହେଲା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ବୈଠକରେ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି, ମହିଳା ଓ ଶିଶୁ ନିର୍ଯ୍ୟାତନା ବୃଦ୍ଧି, ସୀମା ବିବାଦ, ବେରୋଜଗାର ସମସ୍ୟା, ରାଜ୍ୟରେ ବ୍ୟାପକ ନିଶା କାରବାର, ଧାନ କିଣାବିକାରେ ଚାଷୀଙ୍କୁ ଶୋଷଣ, ବିପର୍ଯ୍ୟସ୍ତ ଜଳ ସେଚନ ବ୍ୟବସ୍ଥା ଉପରେ ଆଲୋଚନା ହେବ ।

କାର୍ଯ୍ୟକାରିଣୀ ବୈଠକ(BJP Executive Meeting) ପୂର୍ବରୁ ଦଳ ଗତକାଲି(ମଙ୍ଗଳବାର) ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହୋଇଥିଲା । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଅଧକ୍ଷତା କରିଥିଲେ । ବୈଠକରେ ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିଲା ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.