ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡ଼ିଓ କନଫରେନ୍ସି ଜରିଆରେ ଅଧ୍ୟକ୍ଷତା କରିବେ । ଏହି ବୈଠକ ଅପରାହ୍ନ 1ଟା 30 ମିନିଟରେ ବସିବ ।
କ୍ୟାବିନେଟ ବୈଠକରେ ସଂସ୍କୃତି ବିଭାଗର ପ୍ରସ୍ତାବ ଉପରେ ଆଲୋଚନା ହେବ । ବିଭାଗ ପକ୍ଷରୁ ଦିଆଯାଇଥିବା ମୋଟ 6ଟି ପ୍ରସ୍ତାବ ଉପରେ ଆଲୋଚନା ହେବାର ସମ୍ଭାବନା ରହିଛି । ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ପ୍ରଦାନ ଦିଗରେ କ୍ୟାବିନେଟ ନିଷ୍ପତ୍ତି ଗ୍ରହଣ କରିବ । ଏହାସହ ଅନ୍ୟାନ୍ୟ ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହୋଇପାରେ ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ