ETV Bharat / city

ଏପ୍ରିଲ ୧ରେ ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ - ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଆସନ୍ତା ଏପ୍ରିଲ 1 ତାରିଖରେ ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଅଧିକ ପଢନ୍ତୁ...

ଏପ୍ରିଲ ୧ରେ ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

author img

By

Published : Mar 30, 2021, 7:30 PM IST

Updated : Mar 30, 2021, 8:04 PM IST

ଭୁବନେଶ୍ବର: ଆସନ୍ତା ଏପ୍ରିଲ 1 ତାରିଖରେ ବିଜେପି ଯୁବମୋର୍ଚ୍ଚାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ହେବାକୁ ଯାଉଛି । ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୃତ ଭାବେ ଖସଡ଼ା ପ୍ରସ୍ତୁତ ହେବ । ଏହି ବୈଠକ ଭୁବନେଶ୍ବର ଇଡିକଲ ଅଡିଟୋରିୟମରେ ଆୟୋଜନ କରାଯିବ ବୋଲି ଜଣାପଡିଛି ।

ରାଜ୍ୟରେ ବେରୋଜଗାର, ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ଛାତ୍ରଛାତ୍ରୀଙ୍କ ଦକ୍ଷତା ବିକାଶ, ଶିକ୍ଷିତ ଯୁବକ ଯୁବତୀମାନଙ୍କୁ ସ୍ଥାୟୀ ନିଯୁକ୍ତି ନ ମିଳିବା ଆଦି ପ୍ରସଙ୍ଗ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ବିସ୍ତୃତ ଭାବେ ଆଲୋଚନା କରାଯିବ । ଏହା ସହ ଭବିଷ୍ୟତ କାର୍ଯ୍ୟପନ୍ଥା ବୈଠକରେ ନିର୍ଦ୍ଧାରଣ କରାଯିବ । କାର୍ଯ୍ୟକାରିଣୀ ବୈଠକରେ ଯୁବମୋର୍ଚ୍ଚାର ରାଜ୍ୟ ପଦାଧିକାରୀ, ରାଜ୍ୟ ସଂଯୋଜକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ଵତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଏବଂ ଜିଲ୍ଲା ସଭାପତି ପ୍ରମୁଖ ଯୋଗଦେବେ ।

ଏନେଇ ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟରେ ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ ଆଚାର୍ଯ୍ୟଙ୍କ ନେତୃତ୍ୱରେ ଏକ ପ୍ରସ୍ତୁତି ବୈଠକ ହୋଇଛି । ପ୍ରସ୍ତୁତି ବୈଠକରେ ଯୁବମୋର୍ଚ୍ଚା ରାଜ୍ୟ ଉପସଭାପତି ବିଶ୍ୱଜିତ ଷଡଙ୍ଗୀ, ସାଧାରଣ ସଂପାଦକ ଓମ୍ ପ୍ରକାଶ ମିଶ୍ର ଓ ଦୀପକ ଗୋଚ୍ଛାୟତ, ସଂପାଦକ ପ୍ରିତେଶ କୁମାର ଭୋଇଧର, ପ୍ରକାଶ ଦଳେଇ ଏବଂ ମନୋଜ ପଶ୍ଚିମ କବାଟ ପ୍ରମୁଖ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Mar 30, 2021, 8:04 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.