ଭୁବନେଶ୍ବର: ଥୋମାସ କପରେ ଇତିହାସ ରଚିଛି ଭାରତୀୟ ପୁରୁଷ ବ୍ୟାଡ୍ମିଣ୍ଟନ ଦଳ । 14 ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଛି ଭାରତୀୟ ପୁରୁଷ ଦଳ । ବିଜୟୀ ଭାରତୀୟ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତିରେ ଆସନ୍ତାକାଲି ଆୟୋଜନ ହେବ ଥୋମାସ କପ ବିଜୟୀଙ୍କ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ।
ଲୋକସେବା ଭବନରେ ଭାରତୀୟ ପୁରୁଷ ବ୍ୟାଡ୍ମିଣ୍ଟନ ଦଳକୁ ରାଜ୍ୟ ସରକାର ସମ୍ବର୍ଦ୍ଧିତ କରିବେ । ଏଥିପାଇଁ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜନ କରାଯିବ । ଆସନ୍ତାକାଲି(ବୁଧବାର) ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ ।
ଏହି ଉତ୍ସବରେ ଭାରତୀୟ ଖେଳାଳିଙ୍କ ସହ ପୂର୍ବତନ ବ୍ୟାଡମିଟନ ଖେଳାଳି ତଥା କୋଚ୍ ପୁଲେଲା ଗୋପିଚାନ୍ଦଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରାଯିବ କାର୍ଯ୍ୟକ୍ରମ ରହିଛି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।