ETV Bharat / city

ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨ କୋଟି ୬୮ ଲକ୍ଷ ଟଙ୍କା ପ୍ରଦାନ - ରାଜ୍ୟ ସରକାର

କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରିଛନ୍ତି । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେସିଂରେ ଯୋଗ ଦେଇଥିଲେ । ଅଧିକ ପଢନ୍ତୁ

ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨.୬୮ କୋଟି ଟଙ୍କା ପ୍ରଦାନ

author img

By

Published : Jul 13, 2022, 9:39 PM IST

ଭୁବନେଶ୍ବର : କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରିଛନ୍ତି । ଏ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବୀନ ନିବାସରୁ ଭିସି ଯୋଗେ ସାମିଲ ହୋଇଥିଲେ । ସଚିବାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଉପସ୍ଥିତ ଥିଲେ ।

ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨ କୋଟି ୬୮ ଲକ୍ଷ ଟଙ୍କା ପ୍ରଦାନ

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଲାଭାଂଶ ଚେକ୍ ଗ୍ରହଣ କରିଛନ୍ତି । ଓଡିଶା କୃଷି ନିଗମ ଲିଃ, ଓଡିଶା କାଜୁ ଉନ୍ନୟନ ନିଗମ ଲିଃ ଓ ଓଡିଶା ବିହନ ନିଗମ ଲିଃ ତଥା ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ କରାଯାଇଛି । ଓଡିଶା କୃଷି ଶିଳ୍ପ ନିଗମ ପକ୍ଷରୁ ୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ୨ କୋଟି ୫୨ ଲକ୍ଷ ୧୭ ହଜାର ୨୧୮ ଟଙ୍କା ଏବଂ ୨୦୧୯-୨୦୨୦ ଆର୍ଥିକ ବର୍ଷ ପାଇଁ ୩ କୋଟି ୧୦ ଲକ୍ଷ ୩୬ ହଜାର ୫୭୬ କୋଟି ଟଙ୍କା ପ୍ରଦାନ କରାଯାଇଛି ।

୧୯୬୨ ମସିହାରୁ ପ୍ରତିଷ୍ଠିତ କୃଷି ଶିଳ୍ପ ନିଗମ ପୁନଃପୌନିକ ଲାଭ ୨୦୨୦-୨୧ ସୁଦ୍ଧା ୯୪.୩୩ କୋଟି ଟଙ୍କା ରହିଛି । ଏହା ଏକ ଋଣମୁକ୍ତ ଲାଭକାରୀ ସରକାରୀ ନିଗମ । ସେହିପରି ଓଡିଶା କାଜୁ ଉନ୍ନୟନ ନିଗମ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅଂଶଧନ ଲାଭ ବାବଦକୁ ୪୬ ଲକ୍ଷ ୫୧ ହଜାର ୨୦୦ ଟଙ୍କା ପ୍ରଦାନ କରିଛି । ୧୯୭୮ରେ ପ୍ରତିଷ୍ଠିତ ଓଡିଶା ରାଜ୍ୟ ବିହନ ନିଗମ ୨୦୧୯-୨୦ ଆର୍ଥିକବର୍ଷ ପାଇଁ ଅଂଶଧନ ବାବଦକୁ ୨୩ ଲକ୍ଷ ୨୦ ହଜାର ୫୬୭ ଟଙ୍କା ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛି ।

ଓଡିଶା ରାଜ୍ୟ ସମବାୟ ବ୍ୟାଙ୍କ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଅଂଶଧନ ଉପରେ ୨.୧୬ ପ୍ରତିଶତ ଲାଭାଂଶ ଘୋଷଣା କରିଛି । ଏହି ବ୍ୟାଙ୍କରେ ରାଜ୍ୟ ସରକାରଙ୍କର ୨୨.୫ ପ୍ରତିଶତ ଅଂଶଧନ ରହିଛି । ଆଜି ରାଜ୍ୟ ସରକାରଙ୍କୁ ୨୦୨୦-୨୧ ବର୍ଷ ପାଇଁ ଲାଭାଂଶ ବାବଦକୁ ୨ କୋଟି ୬୮ ଲକ୍ଷ ୪୯ ହଜାର ୪୨୫ ଟଙ୍କା ପ୍ରଦାନ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.