ETV Bharat / city

ଆଉ ୬ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

author img

By

Published : Mar 23, 2022, 5:36 PM IST

ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀ ପ୍ରମୁଖ ଅନ୍ତର୍ଭୁକ୍ତ । ଅଧିକ ପଢ଼ନ୍ତୁ

ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏପର୍ଯ୍ୟନ୍ତ ୧୬୪ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇସାରିଛନ୍ତି ରାଜ୍ୟ ସରକାର ।

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ତାଙ୍କ ପାଖରେ 3.26 କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍ ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଥିଲା । ତାଙ୍କ ପାଖରେ 7.63 କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଥିଲା । ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା । ଅପାରଗତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଭୁବନେଶ୍ୱରର ଏକ୍ଜକ୍ୟୁଟିଭ ଇଞ୍ଜିନିୟର (Testing and Calibration) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନୀତି ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (ED & Inspection) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ତାଙ୍କୁ ମଧ୍ୟ ଅସାଧୁତା କାରଣରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣୁପୁର ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ଅଛି । ସେ ୧୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ସେହିପରି ଗଜପତି ଜିଲ୍ଲାର ନୂଆଗଡ ସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ବ୍ରଜ କୁମାର ନାୟକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ଗୁରୁତ୍ବ ଦେଇଆସିଛନ୍ତି । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି । ଏହାର ଫଳ ସ୍ୱରୂପ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କିମ୍ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.