ETV Bharat / city

ବସିବ ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପରିଚାଳନା ବୈଠକ - State level disaster management meeting to be held

ଆସନ୍ତା 17 ତାରିଖରେ ବସିବ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଆଗାମୀ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରଶାସନକୁ ପରାମର୍ଶ ଦେବେ ମୁଖ୍ୟମନ୍ତ୍ରୀ । ଗତ କିଛି ବର୍ଷ ହେଲା ପ୍ରାକୃତିକ ବିପର୍ଯ୍ୟୟକୁ ସଫଳତାର ସହ ମୁକାବିଲା କରୁଛନ୍ତି ରାଜ୍ୟ ସରକାର । ଅଧିକ ପଢନ୍ତୁ

ବସିବ ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପରିଚାଳନା ବୈଠକ

author img

By

Published : Jun 13, 2022, 10:08 PM IST

ଭୁବନେଶ୍ବର: ଆସନ୍ତା 17 ତାରିଖରେ ବସିବ ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ । ଆଗାମୀ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରଶାସନକୁ ପରାମର୍ଶ ଦେବେ ମୁଖ୍ୟମନ୍ତ୍ରୀ । ଗତ କିଛି ବର୍ଷ ହେଲା ପ୍ରାକୃତିକ ବିପର୍ଯ୍ୟୟକୁ ସଫଳତାର ସହ ମୁକାବିଲା କରୁଛନ୍ତି ରାଜ୍ୟ ସରକାର ।

ବସିବ ରାଜ୍ୟସ୍ତରୀୟ ବିପର୍ଯ୍ୟୟ ପରିଚାଳନା ବୈଠକ

ଏନେଇ ରାଜ୍ୟ ସରକାର ବିଭିନ୍ନ ମହଲରୁ ପ୍ରଶଂସା ସାଉଁଟିଛନ୍ତି । ତେବେ ଆଗକୁ ଅଧିକ ସତର୍କ ଓ ପ୍ରସ୍ତୁତ ହେବ । ବଦଳୁଥିବା ପାଣିପାଗ ଓ ପରିବେଶ ପରିବର୍ତ୍ତନ ରାଜ୍ୟ ଲାଗି ସତର୍କ ଘାଣ୍ଟି ସଦୃଶ ହୋଇଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଅଗୁଆ ପଦକ୍ଷେପ ନେବାକୁ ପଡିବ । ତେଣୁ ଏହି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ବୈଠକ ବହୁ ଗୁରୁତ୍ୱ ବହନ କରୁଛି । ଆଗକୁ ପ୍ରସ୍ତୁତ ନେଇ ମୁଖ୍ୟମନ୍ତ୍ରୀ ପ୍ରଶାସନକୁ ସୁଚିନ୍ତିତ ପରାମର୍ଶ ଦେବେ ।

ଏହାକୁ ନେଇ ଆଜି ସୂଚନା ଦେଇଛନ୍ତି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ । ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଏସଆରସି ପ୍ରଦୀପ କୁମାର ଜେନା, ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ, ପୋଲିସ ଓ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ମଧ୍ୟ ଉପସ୍ଥିତ ରହିବେ ।

ଇଟିଭି ଭାରତ, ଭୁବନେଶ୍ବର

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.