ETV Bharat / city

ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଦେଶ ପାଇଁ ମାର୍ଗଦର୍ଶକ ସାଜିଛି ଓଡିଶା - ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ (State Level Independence Day)ସମାରୋହ । ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ

ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଦେଶ ପାଇଁ ମାର୍ଗଦର୍ଶକ ସାଜିଛି ଓଡିଶା
ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ
author img

By

Published : Aug 15, 2022, 10:43 AM IST

Updated : Aug 15, 2022, 11:22 AM IST

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୬ତମ ସ୍ବାଧୀନତା ଦିବସ (76th Independence Day)। ପ୍ରଦର୍ଶନୀ ପଡିଆରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ (State Level Independence Day)ସମାରୋହ । ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦର୍ଶନୀ ପଡିଆରେ ପହଞ୍ଚି ପ୍ରଥମେ ମୁଖ୍ୟ ଶାସନ ସଚିବ ଓ ପୋଲିସ ଡ଼ିଜିଙ୍କ ଉପସ୍ଥିତିରେ ପରେଡ ଅଭିବାଦନ ଗ୍ରହଣ କରି ପତାକା ଉତ୍ତୋଳନ କରିଥିଲେ । ଏହାପରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଥିଲେ ମୁଖ୍ୟମନ୍ତ୍ରୀ ।

ଖାଦ୍ୟ ଅଭାବ ରାଜ୍ୟରୁ ଖାଦ୍ୟ ବଳକା ରାଜ୍ୟ ଓଡିଶା

ଆଜି ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ''୭୫ ବର୍ଷରେ ଦେଶ ଅନେକ ମାଇଲ ଷ୍ଟୋନ ହାସଲ କରିଛି, କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା, ଶିଳ୍ପ, ଗବେଷଣା ଆଦି ବିଭିନ୍ନ କ୍ଷେତ୍ରରେ ଭାରତ ଆଜି ଆଗୁଆ ଦେଶ ସହ ପ୍ରତିଯୋଗିତା କରିପାରୁଛି । ଆମ ଓଡିଶା ମଧ୍ୟ ଦେଶର ବିକାଶ ସହିତ ତାଳ ଦେଇ ଆଗେଇ ଚାଲିଛି । ୭୫ ବର୍ଷରେ ଓଡିଶା ଭାରତ ପାଇଁ ମାର୍ଗଦର୍ଶକ ସାଜିଛି । ଓଡିଶାରେ ଆଜି ପରିବର୍ତ୍ତନର ନୂଆ ଯୁଗ ଆରମ୍ଭ ହୋଇଛି । ଓଡିଶାର ସଫଳତା ଅନ୍ୟ ମାନଙ୍କ ପାଇଁ ମାର୍ଗଦର୍ଶନ କରୁଛି । ଏକ ଖାଦ୍ୟ ଅଭାବ ରାଜ୍ୟରୁ ଏକ ଖାଦ୍ୟ ବଳକା ରାଜ୍ୟ ହେବା, ବିପର୍ଯ୍ୟୟ ପରିଚାଳନାରେ ବିଶ୍ବ ପାଇଁ ଆଦର୍ଶ ସୃଷ୍ଟି କରିବା, କ୍ରୀଡା ହବ୍ ଭାବରେ ପରିଚୟ ସୃଷ୍ଟି କରିବା ଓ ୭୦ ଲକ୍ଷ ମାଆଙ୍କୁ ସଶକ୍ତ କରିବା କ୍ଷେତ୍ରରେ ମାର୍ଗଦର୍ଶକ ଆମ ଓଡିଶାର ଜୟ ଯାତ୍ରାର ପ୍ରତୀକ''।

ଗୁଣାତ୍ମକ ଶିକ୍ଷା ପିଲାମାନଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି

''ସେହିପରି ଶିକ୍ଷା ଉପରେ ଆମର ଫୋକସ ରହିଛି, ଆମ ସ୍କୁଲ ରୂପାନ୍ତର ପ୍ରୋଗ୍ରାମ, ଗୁଣାତ୍ମକ ଶିକ୍ଷାର ଦୃଢ ପ୍ରତିଶ୍ରୁତି ବହନ କରୁଛି ଓ ପିଲାମାନଙ୍କ ଭିତରେ ନୂଆ ଆଶା ସୃଷ୍ଟି କରିଛି । ଗାଁର ପ୍ରତିଭାଶାଳୀ ପିଲାମାନଙ୍କ ପାଇଁ ଆରମ୍ଭ ହୋଇଥିବା ଓଡିଶା ଆଦର୍ଶ ବିଦ୍ୟାଳୟ ଆଜି ବେଶ୍‌ ଲୋକପ୍ରିୟ ହୋଇଛି । କୋଟିଆରୁ ଆରମ୍ଭ କରି ଭୁବନେଶ୍ବରର ଆଇକନିକ୍ OAV ପର୍ଯ୍ୟନ୍ତ ୩୧୫ଟି ଆଦର୍ଶ ବିଦ୍ୟାଳୟରେ ଆଜି ଏକ ଲକ୍ଷ୍ୟ ପିଲା ପାଠ ପଢୁଛନ୍ତି । ଆଜି ଏହି ଅବସରରେ ୫ ହଜାର ଝିଅ ପିଲାଙ୍କ ପାଇଁ ଆଦର୍ଶ ବିଦ୍ୟାଳୟରେ ୫୦ଟି ହଷ୍ଟେଲ କରାଯାଇଛି''।

ଜନଜାତିମାନଙ୍କ ବିକାଶ ଓ ସଶକ୍ତିକରଣ କ୍ଷେତ୍ରରେ ଓଡିଶା ବହୁତ ଭଲ କାମ କରିଛି

''ସ୍ବାଧୀନତାର ୭୫ ବର୍ଷ ଅବସରରେ ଆମେ ରାଜ୍ୟର ୩୦ଟି ଜିଲ୍ଲାର ଗ୍ରାମାଞ୍ଚଳରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ୩୦୦୦ ସ୍ମାରକୀ ସ୍ଥାପନ କରୁଛୁ। ଆମର ଯୁବ ବର୍ଗଙ୍କ ପାଇଁ କର୍ମ ନିଯୁକ୍ତି ଉପରେ ଆମେ ବିଶେଷ ଗୁରୁତ୍ବ ଦେଇଛୁ । ସରକାରୀ କ୍ଷେତ୍ରରେ ଖାଲି ଥିବା ବିଭିନ୍ନ ପଦବୀ ଗୁଡିକ ପୂରଣ ପାଇଁ ନିୟମିତ ନିଯୁକ୍ତି ଜାରି ରହିଛି । ବିଭିନ୍ନ ବିଭାଗରେ ୭୦ ହଜାରରୁ ଅଧିକ ପଦବୀ ପୂରଣ ପାଇଁ ପଦକ୍ଷେପ ନିଆଯାଉଛି । ଜନଜାତି ଭାଇଭଉଣୀ ମାନଙ୍କ ବିକାଶ ଓ ସେମାନଙ୍କ ସଶକ୍ତିକରଣ କ୍ଷେତ୍ରରେ ଓଡିଶା ବହୁତ ଭଲ କାମ କରିଛି । ଓଡ଼ିଶାର ଜନଜାତି ପିଲାମାନେ ଆଜି ବିଭିନ୍ନ କ୍ଷେତ୍ରରେ, ଦେଶ ବିଦେଶରେ ସୁନାମ ଅର୍ଜନ କରୁଛନ୍ତି । ନିକଟରେ ରୋମ୍‌ରେ ଆମ ଓଡିଆ ପିଲା ଶେଷା କିଶାନଙ୍କୁ ଭେଟି ମୋତେ ବହୁତ ଖୁସି ଲାଗିଥିଲା ବୋଲି ସମ୍ବୋଧନ ସମୟରେ କହିଥିଲେ ମୁଖ୍ୟମନ୍ତ୍ରୀ'' ।

ଜାତୀୟତାବାଦର ଉଦାହରଣ ଦେଲେ ନବୀନ

''ଖାଦ୍ୟ ସୁରକ୍ଷା ପରେ ପୁଷ୍ଟିକର ସୁରକ୍ଷା ଅମର ଫୋକସ । ମିଲେଟ୍ ମିଶନ୍ (Millet mission) ରାଜ୍ୟର ୧୯ଟି ଜିଲ୍ଲାକୁ ବିସ୍ତାର କରାଯାଇଛି, ଏଥିପାଇଁ ୨ ହଜ଼ାର ୮ଶହ କୋଟି ଟଙ୍କା ଖର୍ଚ୍ଚ ହେବ । ସେହିପରି ଆହୁରି ମଧ୍ୟ କହିଥିଲେ ଯେ ଓଡିଶା ଜଗନ୍ନାଥଙ୍କ ପବିତ୍ର ଭୂମି । ଓଡିଆ ମାନେ ସବୁବେଳେ ଆଞ୍ଚଳିକ ମାନସିକତାରୁ ଉପରକୁ ଉଠି ଜାତୀୟତାବାଦରେ କାମ କରନ୍ତି। ଭାରତୀୟ ହକିର ଉଭୟ ମହିଳା ଓ ପୁରୁଷ ଦଳକୁ ଓଡିଶା ସ୍ପନସର କରିବା ଆମ ଜାତୀୟତାବାଦୀର ଉଦାହରଣ'' ।

''ଆଉ ୨୫ ବର୍ଷ ପରେ ଆମେ ସ୍ବାଧୀନତାର ଶହେ ବର୍ଷ ପାଳନ କରିବ । ସେଥିପାଇଁ ଆମକୁ ବର୍ତ୍ତମାନ ଠାରୁ ପ୍ରସ୍ତୁତ ହେବାକୁ ପଡିବ। ମୋର ପୁରା ବିଶ୍ୱାସ ଏହି ସମୟ ମଧ୍ୟରେ ଦେଶର ବିକାଶରେ ଓଡିଶାର ଗୁରୁତ୍ବପୂର୍ଣ୍ଣ ଯୋଗଦାନ ରହିବ । ଆମେ ସମସ୍ତେ ଯଦି ଦିନରେ ଅଳ୍ପ କିଛି ସମୟ ଦେଶ ପାଇଁ ଦେଇପାରିବା ତେବେ ଆମେ ବହୁତ ବଡ଼ ପରିବର୍ତ୍ତନ ଆଣି ପାରିବା ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ'' ।

ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, କହିଲେ ଦେଶ ପାଇଁ ମାର୍ଗଦର୍ଶକ ସାଜିଛି ଓଡିଶା

ସ୍ବାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି

ଏଥିସହ ଅଭିଭାଦନ ସମୟରେ ଦେଶର ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇଥିଲେ ନବୀନ ପଟ୍ଟନାୟକ । ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ଜବାହାରଲାଲ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ, ମୌଲାନା ଆଜାଦ, ଡଃ ବି.ଆର ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ମହାନ୍ ସଂଗ୍ରାମୀଙ୍କ ନେତୃତ୍ୱରେ ଆମେ ସ୍ୱାଧୀନତା ହାସଲ କରିଛୁ । ଏହି ଅବସରରେ ସେମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ଦେଶର ଶାନ୍ତି ଓ ସୁରକ୍ଷା ପାଇଁ ଶହୀଦ ହୋଇଥିବା ଅମର ଯବାନ ଓ କୋରୋନା ମହାମାରୀ ସମୟରେ ମାନବ ଜାତିର ସେବାରେ ପ୍ରାଣ ହରାଇଥିଲା କୋଭିଡ ଯୋଦ୍ଧା ମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । ଆମର ସ୍ବାଧୀନତା ଥିଲା କୋଟି କୋଟି ଭାରତୀୟ ମାନଙ୍କ ବିଜୟ । ସତ୍ୟ ଓ ଅହିଂସାର ବିଜୟ, ଏହି ବିଜୟ ସାରା ବିଶ୍ବକୁ ରାସ୍ତା ଦେଖାଇଛି ବୋଲି କହିଥିଲେ ନବୀନ ।

Last Updated : Aug 15, 2022, 11:22 AM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.