ETV Bharat / city

ବିପର୍ଯ୍ୟୟ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ଜୁନରୁ ଅକ୍ଟୋବର ସତର୍କ ରହିବାକୁ ନିର୍ଦ୍ଦେଶ

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ବୁଧବାର ବସିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକର ଅଧ୍ୟକ୍ଷତା କରିଛନ୍ତି । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । ଯେକୌଣସି ପ୍ରକାର ପରିସ୍ଥିତିର ସମ୍ମୁଖୀନ ହେବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

author img

By

Published : Jun 23, 2021, 5:44 PM IST

Updated : Jun 23, 2021, 5:55 PM IST

ବାତ୍ୟା ନେଇ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ବୁଧବାର ବସିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ବୈଠକର ଅଧ୍ୟକ୍ଷତା କରିଛନ୍ତି । ବିପର୍ଯ୍ୟୟ ପ୍ରସ୍ତୁତି ଓ ପରିଚାଳନାରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମହାମାରୀର ପ୍ରଭାବ ସତ୍ତ୍ବେ ଓଡିଶା ବିଭିନ୍ନ ବିପର୍ଯ୍ୟୟର ଉତ୍ତମ ମୁକାବିଲା କରି ବିଶ୍ବସ୍ତରରେ ପ୍ରଶଂସାର ପାତ୍ର ହୋଇପାରିଛି । ବିପର୍ଯ୍ୟୟ ପରିଚାଳନା ପାଇଁ ଆମର ନୀତି ହେଉଛି ‘ସବୁ ଜୀବନ ମୂଲ୍ୟବାନ’ । ଏହାସହିତ ସରକାରଙ୍କ ସବୁ ବିଭାଗ ସମନ୍ବିତ ଭାବେ କାମ କରିବାର ଆଭିମୁଖ୍ୟ ନେଇ (Whole of Government Approach) ନେଇ ବିପର୍ଯ୍ୟୟ ପରିଚାଳନା ନୀତି କାର୍ଯ୍ୟକାରୀ କରାଯାଉଛି ।

ବିପର୍ଯ୍ୟୟ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଏହାଦ୍ବାରା ସବୁଠାରୁ ଭଲ ପଦକ୍ଷେପ ନିଆଯାଇ ବିପର୍ଯ୍ୟୟର ପ୍ରଭାବକୁ କମ୍‌ କରାଯାଇପାରିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶା ହେଉଛି ଦେଶରେ ସବୁଠାରୁ ବିପର୍ଯ୍ୟୟ ପ୍ରବଣ ରାଜ୍ୟ ମାନଙ୍କ ମଧ୍ୟରେ ଅନ୍ୟତମ । ବନ୍ୟା, ବାତ୍ୟା, ମରୁଡି ଆଦି ବିଭିନ୍ନ ପ୍ରକାର ବିପର୍ଯ୍ୟୟ ଆମେ ନିୟମିତ ଭାବରେ ସାମ୍ନା କରିଆସୁଛୁ ।

ଜଳବାୟୁ ପରିବର୍ତ୍ତନ ଯୋଗୁ ବିପର୍ଯ୍ୟୟର ତୀବ୍ରତା ବଢିବା ସହିତ ଅଧିକ ସଂଖ୍ୟକ ବିପର୍ଯ୍ୟୟ ଦେଖାଦେଉଛି । ୨୦୨୦-୨୧ରେ ଆମ ରାଜ୍ୟ ମହାବାତ୍ୟା ଅମ୍ଫାନ ଓ ବାତ୍ୟା ୟସର ସାମ୍ନା କରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ବାରମ୍ବାର ଆସୁଥିବା ବାତ୍ୟା ପ୍ରତିରୋଧ ପାଇଁ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା କରିବାକୁ ବହୁ ପରିମାଣର ଅର୍ଥ ବିନିଯୋଗର ଆବଶ୍ୟକତା ରହିଛି । ଏ ସଂପର୍କରେ ରାଜ୍ୟ କେନ୍ଦ୍ର ସରକାରଙ୍କୁ ଅବଗତ କରାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବର୍ତ୍ତମାନ ଓଡିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନରୁ ଅକ୍ଟୋବର ପର୍ଯ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ଦେଖା ଦେଇପାରେ । ସମ୍ଭାବ୍ୟ ବିପର୍ଯ୍ୟୟକୁ ଆଖି ଆଗରେ ରଖି ଆମର ପ୍ରସ୍ତୁତି ବ୍ୟବସ୍ଥାକୁ ସମୀକ୍ଷା କରିବାର ଆବଶ୍ୟକତା ରହିଛି । ଯେକୌଣସି ପ୍ରକାର ପରିସ୍ଥିତିର ସମ୍ମୁଖୀନ ହେବାକୁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ପ୍ରାକ୍‌ ସୂଚନା ବ୍ୟବସ୍ଥା, ଉଦ୍ଧାର ଓ ରିଲିଫ କାର୍ଯ୍ୟକ୍ରମ, ପାନୀୟ ଜଳ ଯୋଗାଣ, ସ୍ବାସ୍ଥ୍ୟ ଓ ପ୍ରାଣୀସେବା ଆଦି ସମସ୍ତ ବ୍ୟବସ୍ଥା ଠିକ୍‌ ଭାବେ ପ୍ରସ୍ତୁତ ରହିବା ଆବଶ୍ୟକ। ଓଡ୍ରାଫ ଓ ଅଗ୍ନିସେବା ୟୁନିଟ ଗୁଡିକ ତୁରନ୍ତ ପଦକ୍ଷେପ ନେବାପାଇଁ ସତର୍କ ହୋଇ ରହିବା ଜରୁରୀ । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ବ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ବିପଦସଂକୁଳ ଓ ଅଗମ୍ୟ ଅଞ୍ଚଳରେ ଯଥେଷ୍ଟ ପରିମାଣରେ ଖାଦ୍ୟ ପଦାର୍ଥ ଏବଂ ଗୋଖାଦ୍ୟ ମହଜୁଦ କରି ରଖିବା ଜରୁରୀ । ବିପର୍ଯ୍ୟୟ ସମୟରେ ସବୁଜ ଗୋଖାଦ୍ୟର ବ୍ୟବସ୍ଥା କରାଯିବା ଉପରେ ଗୁରୁତ୍ବ ଦେବା ସହିତ ପ୍ରାଣୀସେବା କ୍ୟାମ୍ପ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ସବୁ ଜିଲ୍ଲା ଓ ସଂପୃକ୍ତ ବିଭାଗ ଗୁଡିକରେ କଣ୍ଟ୍ରୋଲ ରୁମ୍‌ ଗୁଡିକ ୨୪ ଘଣ୍ଟା ଖୋଲା ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହାସହିତ ରିଲିଫ ଓ ଉଦ୍ଧାର କାର୍ଯ୍ୟ ସମୟରେ ଗର୍ଭବତୀ ମହିଳା, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିବିଶେଷ, ଛୋଟପିଲା, ବିଧବା ମହିଳା ଓ ବୟୋଜ୍ୟେଷ୍ଠ ଲୋକଙ୍କୁ ସ୍ବତନ୍ତ୍ର ଧ୍ୟାନ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା, ପ୍ରାଥମିକ ଚିକିତ୍ସା, ରିଲିଫ ବ୍ୟବସ୍ଥା, ଅତ୍ୟାବଶ୍ୟକ ସେବା ସଂପର୍କିତ ଭିତ୍ତିଭୂମିର ତୁରନ୍ତ ମରାମତି ଓ ପୁନରୁଦ୍ଧାର ଏବଂ ଉଜୁଡି ଯାଇଥିବା ଜୀବିକାର ପୁନଃସଂସ୍ଥାନ ଆଦି ସବୁ ବିଷୟ ଗୁଡିକୁ ଧ୍ୟାନ ଦେଇ ତୁରନ୍ତ କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ମାନବୀୟ ଦୃଷ୍ଟିକୋଣରୁ ସହାୟତା ପାଇବା ହେଉଛି ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କର ଅଧିକାର । ଏହି ଆଭିମୁଖ୍ୟ ନେଇ ବିପର୍ଯ୍ୟୟ ପ୍ରଭାବିତ ଲୋକମାନଙ୍କୁ ଠିକ୍‌ ସମୟରେ ସହାୟତା ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିପର୍ଯ୍ୟୟ ପରିଚାଳନାରେ ଗୋଷ୍ଠୀ ଅଂଶଗ୍ରହଣ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସମସ୍ତ ବିପର୍ଯ୍ୟୟ ପ୍ରବଣ ଅଂଚଳରେ ଗୋଷ୍ଠୀମାନଙ୍କର ଅଂଶଗ୍ରହଣକୁ ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିପର୍ଯ୍ୟୟ ପରିଚାଳନା ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା ଏବଂ ସରକାରୀ କର୍ମଚାରୀ ଓ ପ୍ରତିନିଧି ମାନଙ୍କ ପ୍ରଶିକ୍ଷଣ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହିତ ପ୍ରକୃତିର ବିଭୀଷିକାର ମୁକାବିଲା ପାଇଁ ଆମର ସମାଜ ସବୁବେଳେ ପ୍ରସ୍ତୁତ ରଖିବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ବୈଠକରେ ସାଂସଦ ଚନ୍ଦ୍ରଶେଖର ସାହୁ, ବିଧାୟକ ନରସିଂହ ମିଶ୍ର, ବିଧାୟକ ଜୟନ୍ତ ଷଡଙ୍ଗୀ, ବିଧାୟକ ପ୍ରତାପ କେଶରୀ ଦେଓ, ବିଧାୟକ ଅନନ୍ତ ଦାସ ପ୍ରମୁଖ ଭାଗ ନେଇ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଛନ୍ତି । ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ତାଙ୍କର ପ୍ରାରମ୍ଭିକ ଭାଷଣରେ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଛନ୍ତି । ସ୍ବତନ୍ତ୍ର ରିଲିଫ କମିଶନର ପି.କେ. ଜେନା ଧନ୍ୟବାଦ ଅର୍ପଣ କରିଛନ୍ତି ।ବୈଠକରେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକ, ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ତଥା ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : Jun 23, 2021, 5:55 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.