ETV Bharat / city

୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ବିଭାଗ, ୧୧ ଯାଏଁ ଲାଗି ରହିବ କାଳ ବୈଶାଖୀ ବର୍ଷା - ୫ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ସବୁ ସ୍ଥାନରେ ଲାଗି ରହିବ କାଳ ବୈଶାଖୀ ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ନେଇ ୫କୁ ୟେଲୋ ୱାର୍ଣ୍ଣିଂ ଜାରି କଲା ବିଭାଗ । ଅଧିକ ପଢନ୍ତୁ....

state weather update
୫ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ବିଭାଗ,୧୧ ଯାଏଁ ଲାଗି ରହିବ କାଳ ବୈଶାଖୀ ବର୍ଷା
author img

By

Published : May 8, 2020, 10:03 PM IST

ଭୁବନେଶ୍ବର: ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ପ୍ରାୟ ସବୁ ସ୍ଥାନରେ ଲାଗି ରହିବ କାଳ ବୈଶାଖୀ ବର୍ଷା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡି ସହ ବର୍ଷା ନେଇ ୫ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ ମୟୁରଭଞ୍ଜ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୫ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କଲା ବିଭାଗ,୧୧ ଯାଏଁ ଲାଗି ରହିବ କାଳ ବୈଶାଖୀ ବର୍ଷା

ସେହିପରି ୧୦ ତାରିଖରେ ଉପକୂଳ ଓଡ଼ିଶା ସମେତ ନୂଆପଡା, ବଲାଙ୍ଗୀର, ଝାରସୁଗୁଡା, ବରଗଡ଼, ସୋନପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ କନ୍ଧମାଳ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ଏହାସହ ବିଜୁଳି ଘଡଘଡି ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଶନିବାର ଠାରୁ ବର୍ଷାର ପରିମାଣ ବଢିବ । ୧୦ ତାରିଖରୁ ଝଡ ବର୍ଷାର ପରିମାଣ ବୃଦ୍ଧି ପାଇବ ।

୧୨ ତାରିଖରେ ବର୍ଷାର ପ୍ରଭାବ କମିବ । ଗତ ୨୪ ଘଣ୍ଟାରେ ପୁରୀ ଜିଲ୍ଲା କୃଷ୍ଣପ୍ରସାଦରେ ସର୍ବାଧିକ ୧୨.୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଟିଟିଲାଗଡରେ ୩୯.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ଭୁବନେଶ୍ବରରେ ସର୍ବାଧିକ ୩୫.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.