ETV Bharat / city

ଆହୁରି 3 ଦିନ ପ୍ରବଳ ବର୍ଷିବ! ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

author img

By

Published : Oct 5, 2020, 9:30 AM IST

Updated : Oct 5, 2020, 10:18 AM IST

ଆସୁଛି ଆଉ ଏକ ଲଘୁଚାପ । ପ୍ରଭାବରେ 3 ଦିନ ଯାଏଁ ବର୍ଷା ସମ୍ଭାବନା । ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅଧିକ ପଢନ୍ତୁ.....

state weather update
3 ଦିନ ପ୍ରବଳ ବର୍ଷିବ! ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ

ଭୁବନେଶ୍ବର: ଆହୁରି ତିନି ଦିନ ବର୍ଷିବ । ଚଳିତ ମାସ ୯ ତାରିଖ ବେଳକୁ ଥାଇଲାଣ୍ଡ ଉପକୂଳ ଆଣ୍ଡମାନ ସାଗରରେ ଏକ ଲଘୁଚାପ ‘ସାମୁଦ୍ରିକ ବାତ୍ୟା’ର ରୂପ ନେଇପାରେ । ୯ରେ ଥାଇଲାଣ୍ଡ ଉପକୂଳ ଆଣ୍ଡମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଏହି କ୍ଷେତ୍ର ଅଧିକ ଶକ୍ତିଶାଳୀ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହି କ୍ଷେତ୍ର କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ । ସେହିପରି ୧୩ ଅକ୍ଟୋବର ବେଳକୁ ଏହି କ୍ଷେତ୍ର ‘ସାମୁଦ୍ରିକ ବାତ୍ୟା’ର ରୂପ ନେଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

ଆହୁରି 3 ଦିନ ପ୍ରବଳ ବର୍ଷିବ! ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଏହି କ୍ଷେତ୍ର ଉତ୍ତର ଆନ୍ଧ୍ର ପ୍ରଦେଶ କିମ୍ବା ଦକ୍ଷିଣ ଓଡ଼ିଶା ଆଡକୁ ଅଗ୍ରସର ହେବାର ସମ୍ଭାବନା ରହିଛି । ତେବେ,ତିନି ଚାରି ଦିନ ମଧ୍ୟରେ ଏନେଇ ସ୍ପଷ୍ଟ ଚିତ୍ର ମିଳିପାରିବ ବୋଲି କହିଛି ବିଭାଗ । ତେବେ, ସୋମବାର ମଧ୍ୟରେ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବାଲେଶ୍ବର, ଭଦ୍ରକ, ଅନୁଗୋଳ, ଢେଙ୍କାନାଳ,ଖୋର୍ଦ୍ଧା,ପୁରୀ,କଟକ,କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଏନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

Last Updated : Oct 5, 2020, 10:18 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.