ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଶୁକ୍ରବାର ମଧ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ଆଶଙ୍କା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ନୂଆପଡା, ବଲାଙ୍ଗୀର, ରାୟଗଡା, ବୌଦ୍ଧ, କନ୍ଧମାଳ, ଗଞ୍ଜାମ ଏବଂ ଅନୁଗୁଳ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି ।
ସେହିପରି ୨୦ ତାରିଖ ଶନିବାର ସୁନ୍ଦରଗଡ଼, କେନ୍ଦୁଝର, ସମ୍ବଲପୁର, ବୌଦ୍ଧ, ଦେବଗଡ଼, ଅନୁଗୁଳ ଏବଂ ମୟୂରଭଞ୍ଜ ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତ ୨୪ ଘଣ୍ଟାରେ ବାରିପଦା, ମାଲକାନଗିରି ଏବଂ ବୌଦ୍ଧ ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୩୯.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ଫୁଲବାଣୀରେ ୧୭.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ସୂଚନା ମିଳିଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ