ETV Bharat / city

‘ଛାତ୍ର ପ୍ରୋତ୍ସାହନ ଯୋଜନା’ ଶୁଭାରମ୍ଭ: ଅନୁସୂଚିତ ଜାତି ଓ ଜନଜାତି ବର୍ଗରେ ଛାତ୍ରଛାତ୍ରୀ ପାଇବେ ସୁଫଳ

author img

By

Published : Oct 4, 2021, 10:12 PM IST

‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ କଲା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ । ଡାକ୍ତରୀ ଓ ଇଂଜିନିୟରିଂ ପ୍ରବେଶିକା ପରୀକ୍ଷା ପ୍ରସ୍ତୁତି ପାଇଁ ମାଗଣାରେ କୋଚିଂ ପାଇବେ ଅନୁସୂଚିତ ଜାତି ଓ ଜନଜାତି ବର୍ଗରେ ଛାତ୍ରଛାତ୍ରୀ । ଅଧିକ ପଢନ୍ତୁ...

‘ଛାତ୍ର ପ୍ରୋତ୍ସାହନ ଯୋଜନା’ ଶୁଭାରମ୍ଭ: ଅନୁସୁଚିତ ଜାତି ଓ ଜନଜାତି ବର୍ଗରେ ଛାତ୍ରଛାତ୍ରୀ ପାଇବେ ସୁଫଳ

ଭୁବନେଶ୍ବର: ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଶୁଭାରମ୍ଭ ହୋଇଛି । ପ୍ରତ୍ୟେକ ବର୍ଷ ରାଜ୍ୟର ୩୨୦ ଜଣ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀଙ୍କୁ ଡାକ୍ତରୀ ଓ ଇଂଜିନିୟରିଂ ପ୍ରବେଶିକା ପରୀକ୍ଷା ପାଇଁ ମାଗଣାରେ କୋଚିଂ ଯୋଗାଇ ଦେବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ ।

ରାଜ୍ୟର ୧୪ଟି ଜିଲ୍ଲାରେ ବିଭାଗ ଦ୍ବାରା ପରିଚାଳିତ ୬୨ଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରହିଛି । ପ୍ରତ୍ୟେକ ବର୍ଷ ୩୦ ହଜାରରୁ ଉର୍ଦ୍ଧ୍ବ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ଦେଇଥାନ୍ତି । ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହିତ କରିବା ପାଇଁ ଏବଂ ଯୁବ ବୟସରୁ ଏହି ବର୍ଗର ପିଲାମାନଙ୍କ ପ୍ରତିଭାର ବିକାଶ ସହିତ ସେମାନଙ୍କୁ ଚିହ୍ନଟ କରିବା ଲକ୍ଷ୍ୟରେ ରାଜ୍ୟ ଅନୁସୂଚିତଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ବାରା ପରିଚାଳିତ ବିଦ୍ୟାଳୟଗୁଡ଼ିକରେ ୭ଟି ଉତ୍କର୍ଷ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଏଥିପାଇଁ ମେଧା ଭିତ୍ତିରେ ଦଶମ ଶ୍ରେଣୀର ବିଭାଗ ଦ୍ବାରା ପରିଚାଳିତ ହାଇସ୍କୁଲର ମାଟ୍ରିକ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ମନୋନୀତ କରାଯିବ ।

ଆଦିବାସୀ-ଅଧ୍ୟୁଷିତ ଅଞ୍ଚଳରେ ରହୁଥିବା ଛାତ୍ରଛାତ୍ରୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ଏହି ଯୋଜନା ପ୍ରସ୍ତୁତ କରାଯାଇଛି । ଏହା ଦ୍ବାରା ଦୁର୍ଗମ ଅଞ୍ଚଳରେ ରହୁଥିବା ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଛାତ୍ରଛାତ୍ରୀ ଉତ୍କୃଷ୍ଟ କୋଚିଂ ସୁବିଧା ପାଇବା ସହ ସେମାନଙ୍କର ପ୍ରତିଭା ସମେତ ପ୍ରତିଯୋଗୀ ମନୋଭାବ ବିକଶିତ ହୋଇପାରିବ ।

ଏହି ‘ଛାତ୍ର ପ୍ରୋତ୍ସାହନ ଯୋଜନା’ ଦ୍ବାରା ଦଶମ ଶ୍ରେଣୀର ଉକ୍ତ ବର୍ଗର ମେଧାବୀ ଛାତ୍ରଛାତ୍ରୀଙ୍କୁ ତରୁଣ ବୟସରୁ ପ୍ରୋତ୍ସାହିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଏହି ଅବସରରେ ଏହି ଯୋଜନା ପାଇଁ ମନୋନୀତ କୋଚିଂ ଏଜେନ୍ସି ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହି ଏଜେନ୍ସିଗୁଡ଼ିକ ପ୍ରତ୍ୟକ୍ଷ ଭାବେ ମେଡିକାଲ ଓ ଇଂଜିନିୟରିଂ କୋଚିଂ ପ୍ରଦାନ କରିବେ ଓ ମନୋନୀତ ଛାତ୍ରଛାତ୍ରୀଙ୍କୁ ୭ଟି ଉତ୍କର୍ଷ କେନ୍ଦ୍ରରେ ପ୍ରସ୍ତୁତି ପାଇଁ ପ୍ରଶିକ୍ଷଣ ଦେବେ । ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କ ପାଇଁ ସାଂସଦ ପାଣ୍ଠିରୁ ୨୦୦ଟି ଟାବ୍‌ଲେଟ୍‌ ପ୍ରଦାନ କରିଛନ୍ତି । ଯାହା ଫଳରେ ଛାତ୍ରଛାତ୍ରୀ ଡିଜିଟାଲ୍‌ ଶିକ୍ଷା ଗ୍ରହଣ କରିପାରିବେ । ଚଳିତ ବର୍ଷର ମନୋନୀତ ଛାତ୍ରଛାତ୍ରୀ ୨୦୨୩ ବର୍ଷର ପରୀକ୍ଷା ପାଇଁ ପ୍ରସ୍ତୁତ ହେବେ ।

ଆଜିର ‘ଛାତ୍ର ପ୍ରୋତ୍ସାହନ ଯୋଜନା’ର ଭର୍ଚୁଆଲ ଶୁଭାରମ୍ଭ କାର୍ଯ୍ୟକ୍ରମରେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା, ଆଇଟିଡିଏ ପ୍ରକଳ୍ପ ଅଧିକାରୀବୃନ୍ଦ, ଜିଲ୍ଲା ମଙ୍ଗଳ ଅଧିକାରୀବୃନ୍ଦ, ଛାତ୍ରଛାତ୍ରୀ, ବରିଷ୍ଠ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.