ETV Bharat / city

ରାଜ୍ୟର 6 ସ୍ଥାନରେ 40 ଡିଗ୍ରୀ ଟପିଲା ତାପମାତ୍ରା - ସୋନପୁର ତାପମାତ୍ରା

ଗତ 24 ଘଣ୍ଟା ମଧ୍ୟରେ ସବୁଠାରୁ ଅଧିକ ଉତପ୍ତ ସହର ଭାବେ ସୋନପୁରରେ 42 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଓଡିଶାର 6ଟି ଜିଲ୍ଲାରେ ତାପମାତ୍ରା 40 ଡିଗ୍ରୀ ଉପରେ ରହିଛି । ଅଧିକ ପଢନ୍ତୁ...

ରାଜ୍ୟର 6 ସ୍ଥାନରେ 40 ଡିଗ୍ରୀ ଟପିଲା ତାପମାତ୍ରା

author img

By

Published : Apr 18, 2020, 8:33 PM IST

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି । ଆସନ୍ତା ୨୦ ତାରିଖ ଯାଏଁ ତାତିରୁ ମିଳିବନି ନିସ୍ତାର । ଗତ 24 ଘଣ୍ଟା ମଧ୍ୟରେ ସବୁଠାରୁ ଅଧିକ ଉତ୍ତପ୍ତ ସହରଭାବେ ସୋନପୁରରେ 42 ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି । ସେହିପରି ଓଡିଶାର 6ଟି ଜିଲ୍ଲାରେ ତାପମାତ୍ରା 40 ଡିଗ୍ରୀ ଉପରେ ରହିଛି ।

ରାଜ୍ୟର 6 ସ୍ଥାନରେ 40 ଡିଗ୍ରୀ ଟପିଲା ତାପମାତ୍ରା

ଅନ୍ୟପକ୍ଷେ ଉପକୂଳ ଓଡିଶାରେ କାଳ ବୈଶାଖୀ ସମ୍ଭାବନା ରହିଛି ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦକ୍ଷିଣ ଉତ୍ତର ପ୍ରଦେଶରରୁ ଦକ୍ଷିଣ ଆସାମ ପର୍ଯ୍ୟନ୍ତ ଏକ ଟ୍ରପ ଲାଇନ ରହିଛି । ଏହାର ପ୍ରଭାବରେ ଓଡ଼ିଶାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟାରେ ସୁନ୍ଦରଗଡ, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବ । ଏହିସବୁ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ମଧ୍ୟ ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।

୨୦ ତାରିଖରେ ମାଲକାନଗିରି, କୋରାପୁଟ,ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ,ଦୁଇଟି ସ୍ଥାନରେ ଝଡ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିରେ ସର୍ବାଧିକ ୧୮ ମିମି ବର୍ଷା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.