ETV Bharat / city

ରାଜ୍ୟରେ ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ସ୍ଥଗିତ - 10th and 12th examinations canceled

ରାଜ୍ୟରେ ଦଶମ ଓ ଦ୍ବାଦଶ ପରୀକ୍ଷା ସ୍ଥଗିତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ସ୍ଥିତିରେ ନିୟନ୍ତ୍ରଣ ଆସିଲେ ପୁନଃ ସମୀକ୍ଷା

author img

By

Published : Apr 15, 2021, 2:48 PM IST

Updated : Apr 15, 2021, 5:01 PM IST

14:42 April 15

ରାଜ୍ୟରେ 10ମ ଓ +2 ପରୀକ୍ଷା ସ୍ଥଗିତ

ଭୁବନେଶ୍ବର: କୋଭିଡ ସଂକ୍ରମଣକୁ ଦୃଷ୍ଚିରେ ରଖି ଛାତ୍ରଛାତ୍ରୀମାନଙ୍କର ସ୍ବାସ୍ଥ୍ୟ ନିରାପତ୍ତା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ । ରାଜ୍ୟର ସମସ୍ତ ଦଶମ ଓ ଦ୍ବାଦଶ ବୋର୍ଡ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ରାଜ୍ୟ ସରକାର । ଏନେଇ ଆଜି (ଗୁରୁବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଆସନ୍ତା 19 ତାରିଖରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । 

ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ମେ ୧୮ ରୁ ଆରମ୍ଭ ହେବାକୁ ଥିବା ଦ୍ବାଦଶ ଶ୍ରେଣୀ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । କୋଭିଡ ୧୯ ପରିସ୍ଥିତିରେ ନିୟନ୍ତ୍ରଣ ଆସିବା ପରେ  ପରୀକ୍ଷା ସମ୍ପର୍କରେ ନିଷ୍ପତ୍ତି ଗ୍ରହଣ କରାଯିବ । ଜୁନ୍‌ ୨୦୨୧ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ଏବଂ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା କରାଯିବା ସଂପର୍କରେ ସମୀକ୍ଷା କରିବେ । ଛାତ୍ରଛାତ୍ରୀଙ୍କୁ ଉପଯୁକ୍ତ ସମୟ ଦିଆଯାଇ ପରୀକ୍ଷା କରାଯିବା ପାଇଁ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ । ସେହିପରି ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ବାରା ଆସନ୍ତା ୩ ମେରେ ଅନୁଷ୍ଠିତ ହେବାକୁ ଥିବା ପରବର୍ତ୍ତୀ ଦଶମ ଶ୍ରେଣୀ ପରୀକ୍ଷାକୁ ମଧ୍ୟ ସ୍ଥଗିତ ରଖାଯାଇଛି । ସ୍ଥିତିରେ ନିୟନ୍ତ୍ରଣ ଆସିବା ପରେ ଏହା ଉପରେ ପୁନଃ ସମୀକ୍ଷା କରାଯିବା ନେଇ ନିଷ୍ପତ୍ତି ହୋଇଛି ।  

ସେହିପରି ୨୦୨୦-୨୧ ଶିକ୍ଷାବର୍ଷରେ ନବମ ଓ ଏକାଦଶ ଶ୍ରେଣୀରେ ପାଠ ପଢୁଥିବା ସବୁ ଛାତ୍ରଛାତ୍ରୀଙ୍କୁ ଯଥାକ୍ରମେ ଦଶମ ଏବଂ ଦ୍ବାଦଶ ଶ୍ରେଣୀକୁ ଉତ୍ତୀର୍ଣ୍ଣ କରାଯିବ । ଏଥିପାଇଁ ସେମାନଙ୍କୁ କୌଣସି ପରୀକ୍ଷା ଦେବାକୁ ପଡିବ ନାହିଁ । ବର୍ତ୍ତମାନ ୨୦୨୦-୨୧ ଶିକ୍ଷାବର୍ଷର ଦଶମ ଓ ଦ୍ବାଦଶ ଶ୍ରେଣୀର ସମସ୍ତ କ୍ଲାସ ଆସନ୍ତା ୧୯ ତାରିଖରୁ ବନ୍ଦ ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ସମୟରେ ସ୍କୁଲରେ କୌଣସି ପ୍ରକାର ଶୈକ୍ଷିକ କାର୍ଯ୍ୟକ୍ରମ କରାଯାଇ ପାରିବ ନାହିଁ । ଏହି ନିଷ୍ପତ୍ତି ଓଡିଶା ରାଜ୍ୟ ମାଧ୍ୟମିକ ଶିକ୍ଷା ବୋର୍ଡ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ସହ ସହବନ୍ଧିତ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ତଥା ଘରୋଇ ବିଦ୍ୟାଳୟ କ୍ଷେତ୍ରରେ ଲାଗୁ ହେବ ।

ସେହିପରି CBSE ଏବଂ ଓଡିଶା ଆଦର୍ଶ ବିଦ୍ୟାଳୟ ସହ ସହବନ୍ଧିତ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ବିଦ୍ୟାଳୟ ନିମନ୍ତେ  14 ତାରିଖରୁ CBSE ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ କାର୍ଯ୍ୟକାରୀ ହେବ । ଆସନ୍ତା 19 ତାରିଖରୁ ରାଜ୍ୟର ସମସ୍ତ ଇଂରାଜୀ ମାଧ୍ୟମ ସ୍କୁଲ ଓ ସେମାନଙ୍କ ଦ୍ବାରା ପରିଚାଳିତ ହଷ୍ଟେଲ ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ 

Last Updated : Apr 15, 2021, 5:01 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.