ETV Bharat / city

ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ କର୍ମଶାଳାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ - ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ କର୍ମଶାଳା

ଭିଡିଓ କନ୍‌ଫରେନସିଂ ଜରିଆରେ କୋଭିଡ ମ୍ୟାନେଜମେଣ୍ଟ ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ ଯୋଗ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ବିଭିନ୍ନ ମେଡିକାଲ କଲେଜର ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀ ତଥା ରାଜ୍ୟର ବିଭିନ୍ନ କୋଭିଡ ହସ୍‌ପିଟାଲର କର୍ମକର୍ତ୍ତାମାନଙ୍କୁ ଉଦ୍‌ବୋଧନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ..

workshop-on-doctors-and-health-workers
workshop-on-doctors-and-health-workers
author img

By

Published : Jun 10, 2020, 4:12 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନସିଂ ଜରିଆରେ କୋଭିଡ ମ୍ୟାନେଜମେଣ୍ଟ ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ ଯୋଗ ଦେଇ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ବିଭିନ୍ନ ମେଡିକାଲ କଲେଜର ଡାକ୍ତର ଓ ସ୍ବାସ୍ଥ୍ୟ କର୍ମଚାରୀ ତଥା ରାଜ୍ୟର ବିଭିନ୍ନ କୋଭିଡ ହସ୍‌ପିଟାଲର କର୍ମକର୍ତ୍ତାମାନଙ୍କୁ ଉଦ୍‌ବୋଧନ ଦେଇଛନ୍ତି। କର୍ମଶାଳାରେ ମୁଖ୍ୟତଃ କୋଭିଡ ୧୯ ପରିଚାଳନାରେ ନିୟୋଜିତ ସ୍ବାସ୍ଥ୍ୟ କର୍ମଚାରୀ ମାନଙ୍କର ବ୍ୟକ୍ତିଗତ ସ୍ବାସ୍ଥ୍ୟ ନିରାପତ୍ତା ସଂପର୍କିତ ବିଭିନ୍ନ ବିଷୟ ଉପରେ ଆଲୋକପାତ କରାଯାଇଥିଲା। ରାଜ୍ୟରେ କୋଭିଡ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ । ସେହିପରି କୋଭିଡ ରୋଗରୁ ସୁସ୍ଥତା ହାରରେ ମଧ୍ୟ ଓଡିଶା ଭାରତର ଅଳ୍ପ କେତେକ ରାଜ୍ୟ ମଧ୍ୟରୁ ଅନ୍ୟତମ। ତେଣୁ ମୁଖ୍ୟମନ୍ତ୍ରୀ ଏଥିପାଇଁ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ସାଧୁବାଦ ଦେବା ସହ ଅଭିନନ୍ଦନ ଜଣାଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ କେବଳ ଆପଣଙ୍କ ପରିବାର ପାଇଁ ଗୁରୁତ୍ବପୂର୍ଣ୍ଣ ନୁହଁନ୍ତି, ଆମ ସମସ୍ତଙ୍କ ପାଇଁ ତଥା ସାରା ରାଜ୍ୟ ପାଇଁ ଗୁରୁତ୍ବପୂର୍ଣ୍ଣ । ତେଣୁ ନିଜର ଯତ୍ନ ଠିକ୍‌ ଭାବରେ ନେବା ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅନୁରୋଧ କରିଛନ୍ତି।

ଆଗକୁ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଯାଉଛି। ମୌସୁମୀ ଋତୁରେ ବିଭିନ୍ନ ସଂକ୍ରାମକ ରୋଗ ହୋଇଥାଏ। ତେଣୁ କୋଭିଡ ନିୟନ୍ତ୍ରଣ କ୍ଷେତ୍ରରେ ଆଗମୀ କିଛି ସପ୍ତାହ ଆମ ପାଇଁ ସବୁଠାରୁ ଗୁରୁତ୍ବପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ବିଭାଗ ସାରା ରାଜ୍ୟରେ ଘରକୁ ଘର ବୁଲି ସକ୍ରିୟ କୋଭିଡ ପରିସ୍ଥିତି ପର୍ଯ୍ୟବେକ୍ଷଣ କରିବା ସହିତ ଗୁରୁତର ରୋଗୀ, ଯକ୍ଷ୍ମା, ମ୍ୟାଲେରିଆ ଓ ଡାଇରିଆ ଆଦି ରୋଗ ସଂପର୍କରେ ମଧ୍ୟ ପର୍ଯ୍ୟବେକ୍ଷଣ କରିବା ପାଇଁ ଏକ ସମନ୍ବିତ ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ୧୯ ରୋଗର ପ୍ରତିକାର ନିମନ୍ତେ ବ୍ୟକ୍ତିଗତ ସୁରକ୍ଷା ହେଉଛି ଶ୍ରେଷ୍ଠ ଉପାୟ। ତେଣୁ ଏଥିପ୍ରତି ସମସ୍ତେ ବିଶେଷ ଯତ୍ନବାନ ହେବା ଆବଶ୍ୟକ। ଏହି କଠିନ ପରିସ୍ଥିତିରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଲୋକଙ୍କ ପ୍ରକୃତ ହିରୋ ବୋଲି ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଲୋକଙ୍କର ଏହି ଭରସା ଓ ବିଶ୍ବାସ ସେମାନଙ୍କ ଉପରେ ଅଧିକ ଦାୟିତ୍ବ ଦେଉଛି। ତେଣୁ ସେମାନେ କୋରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଥିବା ବିଭିନ୍ନ ନିର୍ଦ୍ଦେଶାବଳୀକୁ କଡାକଡି ଭାବରେ ଅନୁପାଳନ କରି ଲୋକଙ୍କ ପାଇଁ ଉଦାହରଣ ସୃଷ୍ଟି କରିବାକୁ ଆହ୍ବାନ ଜଣାଇଥିଲେ।

ଏହି ପରିପ୍ରେକ୍ଷୀରେ ସଂକ୍ରମଣ ରୋକିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ତଥା ବ୍ୟକ୍ତିଗତ ସୁରକ୍ଷା ନିୟମାବଳୀ ଯେପରି ସ୍ବାସ୍ଥ୍ୟକର୍ମୀ ମାନଙ୍କ ଦ୍ବାରା ବିଭିନ୍ନ ଚିକିତ୍ସାଳୟରେ ଠିକ୍‌ ଭାବରେ ପାଳନ କରାଯିବ, ତାହା ହେଉଛି ଆମର ସାମୁହିକ ଦାୟିତ୍ବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ ପୁଣି କହିଥିଲେ ଯେ ଆମକୁ ମନେ ରଖିବାକୁ ହେବ, କୋଭିଡ-୧୯ ବିରୁଦ୍ଧରେ ଚାଲିଥିବା ଆମର ଏହି ଯୁଦ୍ଧରେ ଆମର ସ୍ବାସ୍ଥ୍ୟକର୍ମୀ ମାନେ ହିଁ ହେଉଛନ୍ତି ଆମର ସବୁଠାରୁ ମୂଲ୍ୟବାନ ସମ୍ପତ୍ତି । ତାସହିତ ଏହି ଯୁଦ୍ଧରେ ସେମାନଙ୍କ ଜୀବନ ମଧ୍ୟ ବିପଦସଂକୁଳ ଅଟେ । ତେଣୁ ରାଜ୍ୟ ସରକାର ସେମାନଙ୍କ ବ୍ୟକ୍ତିଗତ ସୁରକ୍ଷା ପାଇଁ ଆବଶ୍ୟକ ଉପକରଣ ଯୋଗାଇଦେବା ସହ ବ୍ୟାପକ ତାଲିମ ଉପରେ ଗୁରୁତ୍ବ ଦେଉଛନ୍ତି। ଏହି ଯୁଦ୍ଧର ସମ୍ମୁଖ ଭାଗରେ ରହି କାମ କରୁଥିବା ଯୋଦ୍ଧାମାନେ ଯେପରି ସଂକ୍ରମିତ ନ ହେବେ, ସେଥିପାଇଁ ଆମକୁ ସୁରକ୍ଷା ନିୟମାବଳୀକୁ କଡାକଡି ଭାବରେ ପାଳନ କରିବାକୁ ହେବ ଏବଂ ଆମର ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଗୁଡିକ ଉପରେ ଜନସାଧାରଣଙ୍କ ବିଶ୍ବାସ ଅତୁଟ ରଖିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗତ କିଛି ସପ୍ତାହ ମଧ୍ୟରେ ସ୍ବାସ୍ଥ୍ୟସେବା ଯୋଗାଉଥିବା ଆମର ଯୋଦ୍ଧା ମାନଙ୍କ ମଧ୍ୟରୁ କେତେ ଜଣ କରୋନା ଭୂତାଣୁ ଦ୍ବାରା ସଂକ୍ରମିତ ହେବା ଘଟଣା ମୋତେ ଚିନ୍ତିତ କରିଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ସଂକ୍ରମଣ ରୋକିବା ପାଇଁ ଥିବା ନିୟମାବଳୀର ସମ୍ଭବତଃ ଉଲଙ୍ଘନ କରାଯାଇଛି ବୋଲି ଆଶଙ୍କାବ୍ୟକ୍ତି କରିଥିଲେ । ମୁଖ୍ୟମନ୍ତୀ କହିଥିଲେ ଯେ ଏହି ଲମ୍ବା ଯୁଦ୍ଧରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନେ ହିଁ ଲୋକ ମାନଙ୍କର ପ୍ରକୃତ ଶକ୍ତି । ସେମାନଙ୍କ ଟିମ୍‌ର ନିରାପତ୍ତା ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ବର୍ତ୍ତମାନର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଏହା ହିଁ ଏକମାତ୍ର ଉପାୟ ।

ସ୍ବାସ୍ଥ୍ୟ କ୍ଷେତ୍ରରେ ବିଭିନ୍ନ ସ୍ତରରେ କାମ କରୁଥିବା ସ୍ବାସ୍ଥ୍ୟକର୍ମୀ ମାନେ ଯେପରି ସଂକ୍ରମଣ ରୋକିବା ପାଇଁ ଥିବା ବିଭିନ୍ନ ବ୍ୟକ୍ତିଗତ ସୁରକ୍ଷା ଉପକରଣ ପାଇବାରେ ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ । ଏହାସହିତ ଆବଶ୍ୟକତା ଭିତ୍ତିରେ କୋଭିଡ ସଂକ୍ରମଣ ନିୟନ୍ତ୍ରଣ ନିୟମାବଳୀ ବିଷୟରେ ରିଫ୍ରେସର୍‌ (Refresher) ତାଲିମ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। ଆମ ସମସ୍ତଙ୍କ ମିଳିତ ଉଦ୍ୟମ ଦ୍ବାରା ହିଁ ଏହି ମହାମାରୀର ସଫଳ ମୁକାବିଲା କରାଯିବା ସହିତ ଆମେ ଲୋକମାନଙ୍କ ସ୍ବାସ୍ଥ୍ୟ ନିରାପତ୍ତା ସୁନିଶ୍ଚିତ କରିପାରିବା ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଥିଲେ । ଏହି କର୍ମଶାଳାରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ଏବଂ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.