ETV Bharat / city

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଉପହାର: 37 ଲକ୍ଷଙ୍କ ଆକାଉଣ୍ଟକୁ ଗଲା 743 କୋଟି ‘କାଳିଆ’ ସହାୟତା - Kallia Scheme

ନୂଆଁଖାଇରେ ଚାଷୀଙ୍କୁ ଭେଟିଦେଲେ ରାଜ୍ୟ ସରକାର । ରବି ଫସଲ ପାଇଁ ଚାଷୀଙ୍କୁ ମିଳିଲା କାଳିଆ ସହାୟତା । ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଖାତାକୁ ଗଲା ୭୪୩ କୋଟି ଟଙ୍କା । ଅଧିକ ପଢନ୍ତୁ...

ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଉପହାର: 37 ଲକ୍ଷଙ୍କ ଆକାଉଣ୍ଟକୁ ଗଲା 743 କୋଟି ‘କାଳିଆ’ ସହାୟତା

author img

By

Published : Sep 11, 2021, 8:25 PM IST

ଭୁବନେଶ୍ବର: କୃଷକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଉପହାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ପ୍ରାୟ 37 ଲକ୍ଷ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ରବି ଫସଲ ପାଇଁ କାଳିଆ ଟଙ୍କା ପ୍ରଦାନ କରିଛନ୍ତି । କାଳିଆ ଯୋଜନାରେ 742.58 କୋଟି ଟଙ୍କା ସହାୟତା ପ୍ରଦାନ କରାଯାଇଛି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ 2000 ଟଙ୍କା ଲେଖାଏଁ ଜମା କରାଯାଇଛି । ପବିତ୍ର ନୂଆଁଖାଇ ଅବସରରେ ଚାଷୀ ମାନଙ୍କୁ କାଳିଆ ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀର ସମସ୍ୟା ହେଉଛି ଆମ ସମସ୍ତଙ୍କ ସମସ୍ୟା । ସାରା ରାଜ୍ୟର ସମସ୍ୟା । ଚାଷୀର ସମସ୍ୟାକୁ କେବେ ଅଣଦେଖା କରାଯାଇପାରିବ ନାହିଁ । ସାର ସଂପର୍କରେ ଦେଖା ଦେଇଥିବା ଅସୁବିଧାର ସମାଧାନ ପାଇଁ ସେ ନିଜେ କେନ୍ଦ୍ର ସରକାରଙ୍କ ସହ ଯୋଗାଯୋଗରେ ରହିଛନ୍ତି । MSP ଓ ଫସଲ ବୀମା ସଂପର୍କରେ ମଧ୍ୟ ବାରମ୍ବାର କେନ୍ଦ୍ର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

  • ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ୨୦୨୧-୨୨ ରବି ଫସଲ ଋତୁ ପାଇଁ @KALIAforOdisha ଯୋଜନାର ₹୭୪୨.୫୮ କୋଟି ସହାୟତା ରାଶି ପ୍ରଦାନ କରିଛନ୍ତି। ଏହାଦ୍ୱାରା ରାଜ୍ୟର ୩୭ ଲକ୍ଷରୁ ଊର୍ଦ୍ଧ୍ଵ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଉପକୃତ ହେବେ। #OdishaCares pic.twitter.com/NrNeybgV3U

    — CMO Odisha (@CMO_Odisha) September 11, 2021 " class="align-text-top noRightClick twitterSection" data=" ">
ସରକାର ସବୁବେଳେ ଚାଷୀ ମାନଙ୍କ ସାଥିରେ ଅଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଚଳିତ ବର୍ଷ କମ୍‌ ବର୍ଷା ଉପରେ ଆଲୋକପାତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଗଷ୍ଟରେ କମ୍‌ ବର୍ଷା ହୋଇଛି । ତେବେ ବର୍ତ୍ତମାନ ଭଲ ବର୍ଷା ହେଉଥିବାରୁ ଆଗକୁ ସ୍ଥିତିରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି । ପରିସ୍ଥିତି ଉପରେ ସରକାର ନଜର ରଖିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । କୃଷି ବିଭାଗର କ୍ଷେତ୍ର ଅଧିକାରୀ ମାନଙ୍କୁ ଚାଷୀ ମାନଙ୍କ ସହ ସଂପର୍କରେ ରହି ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କୃଷି ବିଭାଗର ପରାମର୍ଶ ଅନୁଯାୟୀ ଚାଷୀ ଭାଇମାନେ କାମ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ ଚାଷୀଙ୍କୁ ନୂଆଁଖାଇ ଶୁଭେଚ୍ଛା ଜଣାଇଛନ୍ତି । ନୂଆଁଖାଇ ହେଉଛି ମାଟି ମା'ର ପର୍ବ । ଆଉ କୃଷକ ମାନେ ହେଉଛନ୍ତି ମାଟି ମା'ର ସବୁଠାରୁ ବଡ ପୂଜାରୀ । ଏଭଳି ପବିତ୍ର ଦିନରେ ଚାଷୀ ମାନଙ୍କୁ ସହାୟତା ପ୍ରଦାନ କରାଯାଉଥିବାରୁ ସେ ଖୁସି ପ୍ରକାଶ କରିଛନ୍ତି । କାଳିଆ ଯୋଜନା ଚାଷୀର କଲ୍ୟାଣ ପାଇଁ ସାରା ଦେଶରେ ସବୁଠାରୁ ଭଲ ଯୋଜନା । ଭୂମିହୀନ ଚାଷୀଙ୍କୁ ସହାୟତା ଦେବାରେ ଓଡିଶା ହେଉଛି ଦେଶର ଏକମାତ୍ର ରାଜ୍ୟ । ଲକ୍ଷ ଲକ୍ଷ ଛୋଟ ଚାଷୀ କାଳିଆ ଯୋଜନାରେ ସବୁଠାରୁ ଅଧିକ ଉପକାର ପାଉଛନ୍ତି । କୋଭିଡ ମହାମାରୀ ଆରମ୍ଭ ହେବାଠୁ ରାଜ୍ୟ ସରକାର ଏହି ଯୋଜନାରେ ଚାଷୀ ମାନଙ୍କୁ ପ୍ରାୟ 3200 କୋଟି ସହାୟତା ପ୍ରଦାନ କରିଛନ୍ତି ।ନୟାଗଡ଼ରୁ କାର୍ଯ୍ୟକ୍ରମରେ ଯୋଗ ଦେଇ କୃଷି ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି ଯେ, ସରକାରଙ୍କ ବିଭିନ୍ନ କୃଷି ବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରିଛନ୍ତି । କାଳିଆ କାର୍ଯ୍ୟକ୍ରମ ଚାଷୀ କୁଳ ପାଇଁ ସାହାରା ହୋଇଛି ବୋଲି ସେ କହିଛନ୍ତି । ସମ୍ଵଲପୁରର ମକରଧ୍ବଜ ମଣ୍ଡଳୀ ବରଗଡର ଲାସିମା ବିଶ୍ବାଳ, ରାଧାକାନ୍ତ ବଲାଙ୍ଗୀରର ରାଜକୁମାର ପ୍ରଧାନ ଓ ପରମାନନ୍ଦ ମାଝୀ କାଳିଆ ଯୋଜନାର ଉଚ୍ଚ ପ୍ରଶଂସା କରିଛନ୍ତି । ଏହି ଯୋଜନାରେ ଠିକ ସମୟରେ ସହାୟତା ମିଳୁଥବାରୁ ଆଉ ଧାର କରଜ କରିବାକୁ ପଡୁନାହିଁ ବୋଲି କହିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା 5ଟି ସଚିବ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । କୃଷି ସଚିବ ଏସ୍ କେ ବଶିଷ୍ଠ ସ୍ବାଗତ ଭାଷଣ ଦେଇଥିବାବେଳେ ବିଭାଗୀୟ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.