ETV Bharat / city

ସମ୍ଭାବ୍ୟ ବାତ୍ୟାକୁ ନେଇ ସମୀକ୍ଷା ବୈଠକ, ଆସନ୍ନ ପ୍ରସବାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯିବ କହିଲେ ଏସଆରସି - ମୁଖ୍ୟ ଶାସନ ସଚିବ

ସମ୍ଭାବ୍ୟ ବାତ୍ୟାକୁ ୟସକୁ ନେଇ ଆଜି ପ୍ରସ୍ତୁତି ବୈଠକ ସରିଛି । କାଲି ସୁଦ୍ଧା କଚ୍ଚା ଘରେ ରହୁଥିବା ସମସ୍ତଙ୍କୁ ବାତ୍ୟା ଆଶ୍ରୟସ୍ଥଳକୁ ଆଣିବାକୁ ବୈଠକରେ ନିଷ୍ପତ୍ତି । ଅଧିକ ପଢନ୍ତୁ...

ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

author img

By

Published : May 22, 2021, 7:07 PM IST

Updated : May 22, 2021, 11:01 PM IST

ଭୁବନେଶ୍ବର: ବାତ୍ୟା ୟସ' ର ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଶାସନର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ପ୍ରଭାବିତ ହେବାକୁ ଥିବା ଅଞ୍ଚଳରେ ଆଗୁଆ ସୁରକ୍ଷା ବଳ ନିୟୋଜିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେଣୁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ବିଭିନ୍ନ ଅଞ୍ଚଳରେ 66 ପ୍ଲାଟୁନ ଓଡ୍ରାଫ, 22 ପ୍ଲାଟୁନ ଏନଡିଆରଏଫ, 177 ଅଗ୍ନିଶମ ଟିମ, ଜଙ୍ଗଲ ବିଭାଗର 35 ଟିମ ନିୟୋଜନ କରାଯିବ । ରାଜ୍ୟ ତଥା ରାଜ୍ୟ ବାହରକୁ ଅକ୍ସିଜେନ ଯୋଗାଣରେ ଯେପରି କୌଣସି ଅସୁବିଧା ନ ହୁଏ ସେଥପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଭାବିତ ଅଞ୍ଚଳର ଲୋକଙ୍କୁ ଆଗୁଆ ନିରାପଦ ସ୍ଥାନକୁ ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ସମ୍ଭାବ୍ୟ ବାତ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଆସନ୍ତାକାଲି ସଂଧ୍ୟା ସୁଦ୍ଧା ବାତ୍ୟାର ଗତିପଥ ସଂପର୍କରେ ସଠିକ ସୂଚନା ମିଳିବ । ବାତ୍ୟାର ମୁକାବିଲା ପାଇଁ ସବୁପ୍ରକାର ପ୍ରସ୍ତୁତି କରାଯାଇଛି । ୨୨ଟି NDRF ଟିମ୍‌, 66ଟି ODRAF ଟିମ୍‌ (Formations), ୧୭୭ଟି ଅଗ୍ନିଶମ ସେବା ଟିମ୍‌ ଆଦି ଉଦ୍ଧାର କାର୍ଯ୍ୟ ପାଇଁ ପ୍ରସ୍ତୁତ ରହିଛନ୍ତି । ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳ ସହିତ ଲୋକଙ୍କ ସ୍ଥାନାନ୍ତର ପାଇଁ ଅତିରିକ୍ତ ଆଶ୍ରୟସ୍ଥଳ ମଧ୍ୟ ଚିହ୍ନଟ କରାଯାଇଛି । ସବୁ ସ୍ଥାନାନ୍ତର କ୍ଷେତ୍ରରେ କୋଭିଡ ନିୟମାବଳୀର ପାଳନ କରାଯିବ । ସେହିପରି ଟେଲିକମ୍‌ ଓ ବିଦ୍ୟୁତ ବିଭାଗକୁ ମଧ୍ୟ ତୁରନ୍ତ ପୁନଃସଂଯୋଗ ପାଇଁ ପ୍ରସ୍ତୁତ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜୁନ୍‌ ପ୍ରଥମ ସପ୍ତାହ ମଧ୍ୟରେ ପ୍ରସବ ସମ୍ଭାବନା ଥିବା ସମସ୍ତ ଗର୍ଭବତୀ ମହିଳାଙ୍କୁ ହସ୍‌ପିଟାଲକୁ ନେବା ପାଇଁ ଜିଲ୍ଲାଗୁଡିକୁ ପରାମର୍ଶ ଦିଆଯାଇଛି ବୋଲି ଉନ୍ନୟନ କମିଶନର ତଥା ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ୍ତ ଜେନା କହିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା କହିଛନ୍ତି ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ବାତ୍ୟାର ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ । କେହି ବି ଯେପରି କଚ୍ଚା ଘରେ ନ ରୁହନ୍ତି ସେ ଉପରେ ଧ୍ୟାନ ଦେବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଜିଲ୍ଲା କୋଭିଡ ହସ୍ପିଟାଲ ଓ କୋଭିଡ କେୟାର ସେଣ୍ଟରରେ ସବୁ କିଛି ମହଜୁଦ ରଖିବା ପାଇଁ ନିର୍ଦେଶ । ଅକ୍ସିଜେନ ଓ ଜେନେରେଟର ଓ ପାନୀୟ ଜଳ ସୁବିଧା ପର୍ଯ୍ୟାପ୍ତ ପରିମାଣରେ ମହଜୁଦ ରଖିବାକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

Last Updated : May 22, 2021, 11:01 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.