ETV Bharat / city

ପୂର୍ବତଟ ରେଳପଥର ସାଇବର ସେଲ ଉଦଘାଟିତ

author img

By

Published : Jul 30, 2020, 5:16 PM IST

ରେଳବାଇ ସମ୍ପତ୍ତିକୁ ଉନ୍ନତ ନିରାପତ୍ତା ପ୍ରଦାନ କରିବା ସହ, ଷ୍ଟେସନ ପରିସରରେ ମହିଳା ଓ ଶିଶୁଙ୍କୁ ନିରାପତ୍ତା ପ୍ରଦାନ କରିବ ପୂର୍ବତଟ ରେଳପଥର ସାଇବର ସେଲ । ଅଧିକ ପଢନ୍ତୁ...

ପୂର୍ବତଟ ରେଳପଥର ସାଇବର ସେଲ ଉଦଘାଟିତ
ପୂର୍ବତଟ ରେଳପଥର ସାଇବର ସେଲ ଉଦଘାଟିତ

ଭୁବନେଶ୍ବର: ଆଜି (ଗୁରୁବାର) ଉଦଘାଟିତ ହେଲା ପୂର୍ବତଟ ରେଳପଥର ସାଇବର ସେଲ। ଡିଜିଟାଲ ତଥ୍ୟ ପ୍ରମାଣ ସଂଗ୍ରହ ଓ ସାଇବର ଅନୁସନ୍ଧାନ ପ୍ରଣାଳୀର ପ୍ରୟୋଗ ନିମନ୍ତେ ପୂର୍ବତଟ ରେଳପଥର ରେଳ ସୁରକ୍ଷା ବଳ ସାଇବର ସେଲକୁ, ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର ଉଦଘାଟନ କରିଛନ୍ତି । ଏଥିପାଇଁ ଉଚ୍ଚ ଗୁଣବତ୍ତାର ହାର୍ଡଓୟାର ଓ ସଫ୍ଟଓୟାର କ୍ରୟ କରାଯାଇ ସ୍ଥାପିତ କରାଯାଇଛି । ରେଳ ସୁରକ୍ଷା ବଳର ଏହି ସେଲରେ ନିୟୋଜିତ ହୋଇଥିବା କର୍ମଚାରୀମାନେ ଉଚ୍ଚ ପ୍ରଶିକ୍ଷିତ ଥିବା ସୂଚନା ରହିଛି ।

ଏହି ସାଇବର ସେଲ ନିଶ୍ଚିତ ରୂପେ ହାଇଟେକ ପଦ୍ଧତି ଓ ଆଇଟି ସିଷ୍ଟମ ମାଧ୍ୟମରେ ଭଦ୍ର ମୁଖାଧାରୀ ଅପରାଧୀ ମାନଙ୍କ ଦ୍ୱାରା ବୃଦ୍ଧି ପାଉଥିବା ଅପରାଧକୁ ଠାବ କରି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ସହାୟକ ହେବ । ଏନେଇ ସୂଚନା ଦେଇଛନ୍ତି ପୂର୍ବତଟ ରେଳପଥର ମହାପ୍ରବନ୍ଧକ । ବୃଦ୍ଧି ପାଉଥିବା ଅନ ଲାଇନ ଠକେଇକୁ ଧରିବା ପାଇଁ ସୁରକ୍ଷା କର୍ମଚାରୀଙ୍କୁ ଅଧିକ ବୈଷୟିକ ତାଲିମ ଦେବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ । ଅନଧିକୃତ ସଫ୍ଟଓୟାର ଆପ୍ଲିକେସନ ଦ୍ୱାରା ସଂରକ୍ଷଣ ପ୍ରଣାଳୀକୁ ବାଇପାସ କରି ଅଗ୍ରିମ ସଂରକ୍ଷଣ ବର୍ଥ କାରବାରରେ ସମ୍ପୃକ୍ତ ଅନୈତିକ ଲୋକଙ୍କୁ ଠାବ କରିବାରେ ଏହା ଫଳପ୍ରଦ ହେବ ।

ପୂର୍ବତଟ ରେଳପଥର ସାଇବର ସେଲ ଉଦଘାଟିତ

ଏହି ଲୋକମାନେ ଆତୁର ଯାତ୍ରୀମାନଙ୍କ ଠାରୁ ଅତ୍ୟଧିକ ଉଚ୍ଚ ଦରରେ ଟିକଟ ବିକ୍ରୟ କରିଥାନ୍ତି । ଏହି ସେଲ ରେଳ ପରିସରରୁ ରେଳବାଇ ସାମଗ୍ରୀ ଚୋରି କରିବା, ରେଳ ଫାଟକ ଇତ୍ୟାଦି ଭାଙ୍ଗି ପଳାଇ ଯାଉଥିବା ଅପରାଧୀ ମାନଙ୍କୁ ଧରିବାରେ ସହାୟକ ହେବ । ମହିଳା ଓ ଶିଶୁ ମାନଙ୍କ ପ୍ରତି ଘଟୁଥିବା ଅପରାଧ, ନିଶା କାରବାର, ଷ୍ଟେସନ, ଟ୍ରେନ ଓ ରେଳ ପରିସରରେ ଜଙ୍ଗଲଜାତ ଦ୍ରବ୍ୟର ଚୋରା କରବାର ଇତ୍ୟାଦି ଭଳି ଅପରାଧର ଡାଟା ଅନ୍ୟାନ୍ୟ ଆଇନ ପ୍ରବର୍ତ୍ତନ ସଂସ୍ଥା ମାନଙ୍କୁ ମଧ୍ୟ ଅର୍ପଣ କରାଯିବ । ଏହି ପଦକ୍ଷେପ ନିଶ୍ଚିତ ରୂପେ ରେଳପଥରେ ଅପରାଧ ଘଟିବା ହ୍ରାସ କରି ଯାତ୍ରୀମାନଙ୍କୁ ଅଧିକ ସୁରକ୍ଷିତ ରେଳ ଯାତ୍ରାର ବାତାବରଣ ଉପଲବ୍ଧ କରାଇବା । ଏହା ସହିତ ରେଳବାଇ ସମ୍ପତ୍ତିକୁ ଉନ୍ନତ ନିରାପତ୍ତା ପ୍ରଦାନ କରିବ ବୋଲି ଆଶା ରହିଛି ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.