ETV Bharat / city

ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି - ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି

ଆସନ୍ତା ୧୨ ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା । ଅଧିକ ପଢନ୍ତୁ...

ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି
ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି
author img

By

Published : Jun 11, 2021, 8:19 PM IST

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖପାଖ ଓଡିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ପ୍ରଭାବରେ ଆସ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି।

ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ନିଙ୍ଗ ଜାରି
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଓଡ଼ିଶାର ଅବଶିଷ୍ଟ ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିବା ପାଇଁ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆସନ୍ତା ୨୪ ଘଣ୍ଟା,୧୨ ତାରିଖ ଶନିବାର ସକାଳ ୮.୩୦ ମଧ୍ୟରେ ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୋଳ, ସମ୍ବଲପୁର, ବଲାଙ୍ଗୀର, ସୋନପୁର ଏବଂ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜି ପାରେ । ଟ୍ରାଫିକ ସମସ୍ୟା ଯୋଗୁଁ ଯାତାୟାତରେ ବାଧା ଉପୁଜିପାରେ। ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି। ସେହିପରି ମାଲକାନଗିରି, କୋରାପୁଟ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡା ,ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି।୧୩ ତାରିଖରେ ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ବରଗଡ଼ ଏବଂ ଅନୁଗୋଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ଼ ଆଲର୍ଟ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ଯାଜପୁର ଜିଲ୍ଲା ଚଣ୍ଡୀଖୋଲରେ ସର୍ବାଧିକ ୯୫.୦ ମିମି ବର୍ଷା ରେକର୍ଡ କରାଯାଇଛି।ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.