ETV Bharat / city

‘ପୋଷ୍ୟସ୍କୁଲ’ର ଭିତ୍ତିଭୂମି ସମୀକ୍ଷା କଲେ ଓଟିଡିସି ଅଧ୍ୟକ୍ଷା - କୋଭିଡ୍‌ କଟକଣା

ଭିଡିଓ କନଫରେନ୍ସିଂ ମାଧ୍ୟମରେ ବଲାଙ୍ଗିର ସରକାରୀ ବାଳିକା ହାଇସ୍କୁଲର ଭିତ୍ତିଭୂମିର ସମୀକ୍ଷା ଓଟିଡିସି ଅଧ୍ୟକ୍ଷା । ସରକାରୀ ହାଇସ୍କୁଲ ଅପଗ୍ରେଡେସନ୍ କାର୍ଯ୍ୟକ୍ରମରେ ଏହି ସରକାରୀ ହାଇସ୍କୁଲକୁ ସାମିଲ କରାଯାଇଛି । ଅଧିକ ପଢନ୍ତୁ...

‘ପୋଷ୍ୟ ସ୍କୁଲ’ର ଭିତ୍ତିଭୂମି ସମୀକ୍ଷା କଲେ ଓଟିଡିସି ଅଧ୍ୟକ୍ଷା

author img

By

Published : May 10, 2021, 8:21 PM IST

ଭୁବନେଶ୍ବର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବଲାଙ୍ଗିର ସରକାରୀ ବାଳିକା ହାଇସ୍କୁଲର ଭିତ୍ତିଭୂମିର ସମୀକ୍ଷା କରିଛନ୍ତି । ସ୍କୁଲର ସୌନ୍ଦର୍ଯ୍ୟକରଣ ସମେତ ସେଠାରେ ଛାତ୍ରୀମାନଙ୍କ ପାଇଁ ଉନ୍ନତମାନର ଲାଇବ୍ରେରୀ, ସାଇନ୍ସ ଲାବ୍ରୋଟୋରୀ, କମ୍ପ୍ୟୁଟର ଲ୍ୟାବ୍ , ସ୍ମାର୍ଟ କ୍ଲାସରୁମ୍ ସୁବିଧା ଆଦି ଉପଲବ୍ଧ କରାଇବା ଦିଗରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ଶ୍ରୀମୟୀ ମିଶ୍ର ସୂଚନା ଦେଇଛନ୍ତି ।

‘ପୋଷ୍ୟ ସ୍କୁଲ’ର ଭିତ୍ତିଭୂମି ସମୀକ୍ଷା କଲେ ଓଟିଡିସି ଅଧ୍ୟକ୍ଷା
‘ପୋଷ୍ୟ ସ୍କୁଲ’ର ଭିତ୍ତିଭୂମି ସମୀକ୍ଷା କଲେ ଓଟିଡିସି ଅଧ୍ୟକ୍ଷା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଶ୍ରୀମୟୀ ପିଲାଦିନେ ପଢ଼ିଥିବା ବଲାଙ୍ଗୀର ସରକାରୀ ବାଳିକା ବିଦ୍ୟାଳୟକୁ ‘ପୋଷ୍ୟ ସ୍କୁଲ’ ଭାବେ ଗ୍ରହଣ କରିଛନ୍ତି । ଏବେ କୋଭିଡ୍‌ କଟକଣା ଥିବାରୁ ଶ୍ରୀମୟୀ ଆଜି ଏହି ସ୍କୁଲର ବିଭିନ୍ନ ଷ୍ଟେକ୍ ହୋଲଡର ମାନଙ୍କ ସହ ଭିତ୍ତିଭୂମି ପ୍ରସଙ୍ଗରେ ବିଚାରବିମର୍ଶ କରିଥିଲେ । ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଭାରତୀ ନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଯୋଗ ଦେଇ ଓଟିଡିସି ଅଧ୍ୟକ୍ଷା ଶ୍ରୀମତୀ ମିଶ୍ର ସ୍କୁଲକୁ କିଭଳି ଉନ୍ନତମାନର କରାଯାଇପାରିବ ସେ ନେଇ ସ୍କୁଲର କିଛି ପୁରାତନ ଛାତ୍ରୀ, ବର୍ତ୍ତମାନର ଛାତ୍ରୀଙ୍କ ସମେତ ଶିକ୍ଷୟତ୍ରୀ ଓ ପରିଚାଳନା କମିଟି ସଦସ୍ୟଙ୍କ ମତାମତ ଲୋଡ଼ିଥିଲେ । ରାଜ୍ୟ ସରକାରୀ ହାଇସ୍କୁଲ ଅପଗ୍ରେଡେସନ୍ କାର୍ଯ୍ୟକ୍ରମରେ ଏହି ସରକାରୀ ହାଇସ୍କୁଲକୁ ସାମିଲ କରାଯାଇଥିବା ତଥା ରାଜ୍ୟର ମେଡିକାଲ ଓ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କ ପାଇଁ ୧୫ପ୍ରତିଶତ ସଂରକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତିକୁ ଛାତ୍ରୀମାନେ ପ୍ରଶଂସା କରିବା ସହ କୃତଜ୍ଞତା ଜଣାଇଥିଲେ ।

‘ମୋ ସ୍କୁଲ’ କାର୍ଯ୍ୟକ୍ରମ ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମହତ୍ୱାକାଂକ୍ଷୀ କାର୍ଯ୍ୟକ୍ରମ । ଯାହା ସ୍କୁଲ ସହ ପୁରାତନ ଛାତ୍ରଛାତ୍ରୀଙ୍କୁ ଯୋଡ଼ିବାର ଏକ ଅଭିନବ ପ୍ରୟାସ । ନିଜେ ପଢ଼ିଥିବା ସ୍କୁଲର ଭିତ୍ତିଭୂମି ବିକାଶ ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀମୟୀ ସୂଚନା ଦେଇଛନ୍ତି । ସ୍କୁଲ କର୍ତ୍ତୃପକ୍ଷଙ୍କ ଅନୁରୋଧରେ ‘ସ୍ମାର୍ଟ କ୍ଲାସରୁମ୍‌’ ନିର୍ମାଣ କରାଯାଇଛି । ସ୍କୁଲ ଖୋଲିଲେ ଏହା ଉଦଘାଟନ ହେବ । ଏହି ସ୍ମାର୍ଟ କ୍ଲାସରୁମରେ ୫୦ଜଣ ଛାତ୍ରୀ ଏକକାଳୀନ ବସିବାର ସୁବିଧା କରାଯାଇଛି । ସେହିପରି ସ୍କୁଲରେ ଶୈକ୍ଷିକ ପରିବେଶ ଓ ପିଲାମାନଙ୍କ ମଧ୍ୟରେ ପାଠପଢ଼ାରେ ପ୍ରତିଯୋଗିତାମୂଳକ ମନୋଭାବ ବୃଦ୍ଧି ସହ ଭଲ ରେଜଲ୍ଟ କରିବା ପାଇଁ ସ୍କୁଲ ପରିସରରେ ନିୟମିତ କୋଚିଂ କ୍ଲାସ, ସୁପର-୩୦ କ୍ଲାସ ରୁମ, ବିଭିନ୍ନ ପୁରସ୍କାର, ଫଟୋ ଡକ୍ୟୁମେଣ୍ଟେସନ୍ ସହ ବାର୍ଷିକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ନିମନ୍ତେ ଶ୍ରୀମୟୀ ପରାମର୍ଶ ଦେଇଛନ୍ତି । ଅନ୍ୟ ପୁରାତନ ଛାତ୍ରୀମାନେ ସ୍କୁଲ ସହ ଯୋଡ଼ି ହେବାକୁ ମଧ୍ୟ ସେ ଅନୁରୋଧ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.