ETV Bharat / city

'ସେଚ ସମାଧାନ' କରିବ ଚାଷୀଙ୍କ ଜଳସେଚନ ଜନିତ ସମସ୍ୟାର ସମାଧାନ - ସେଚ ସମାଧାନ

ଏଣିକି ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସମ୍ପର୍କରେ ସିଧା ଜଣାଇପାରିବେ ଜଳ ସମ୍ପଦ ବିଭାଗକୁ । ଅନ‌ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା 'ସେଚ ସମାଧାନ' ଚାଷୀଙ୍କୁ ଏହି ସୁବିଧା ଯୋଗାଇ ଦେବ । ଅଧିକ ପଢନ୍ତୁ...

'ସେଚ ସମାଧାନ' କରିବ ଚାଷୀଙ୍କ ଜଳସେଚନ ଜନିତ ସମସ୍ୟାର ସମାଧାନ

author img

By

Published : Nov 9, 2020, 7:32 PM IST

ଭୁବନେଶ୍ବର: ଏଣିକି ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସମ୍ପର୍କରେ ସିଧା ଜଣାଇପାରିବେ ଜଳ ସମ୍ପଦ ବିଭାଗକୁ । ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀକୁ ଅଫିସକୁ ଦୌଡିବାକୁ ଦରକାର ହେବ ନାହିଁ । ମୋବାଇଲ ଫଟୋରୁ ହେବ ସମସ୍ୟାର ସମାଧାନ । ଅନ‌ଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା 'ସେଚ ସମାଧାନ' ଚାଷୀଙ୍କୁ ଏହି ସୁବିଧା ଯୋଗାଇ ଦେବ ।

'ସେଚ ସମାଧାନ' ସହିତ 'ବିଜୁ କୃଷକ ଯୋଜନା'ରେ ଗୋଷ୍ଠୀ ଉଠା ଜଳସଚେନ ପ୍ରକଳ୍ପ ପାଇଁ ଅନ‌ଲାଇନ ଆବେଦନ ପ୍ରକ୍ରିୟା, ଶିଳ୍ପସଂସ୍ଥା ମାନଙ୍କ ପାଇଁ ଜଳ ଆବଣ୍ଟନ ଆବେଦନ ପ୍ରକ୍ରିୟା ଏବଂ ବ୍ୟବସାୟିକ ଓ ଅନ୍ୟ ସଂସ୍ଥା ପାଇଁ ଆବେଦନ ପୋର୍ଟାଲ, ଏହିପରି ୪ଟି ଗୋଟି ଅନ‌ଲାଇନ ସେବା ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚାଷୀମାନେ ହେଉଛନ୍ତି ଜଳ ସମ୍ପଦ ବିଭାଗର ସର୍ବବୃହତ ହିତାଧିକାରୀ । ତେଣୁ ଏହି ଅନ୍‌ଲାଇନ ସେବା ଚାଷୀମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ ଦିଗରେ ବିଶେଷ ସହାୟକ ହେବା ସହିତ ବୈଷୟିକ ଜ୍ଞାନକୌଶଳର ବ୍ୟବହାର ଦ୍ବାରା ବିଭାଗକୁ ଅଧିକ ଉତ୍ତରଦାୟୀ ଓ ସ୍ବଚ୍ଛ ସେବା ପ୍ରଦାନରେ ସହାୟକ ହେବ । ଏହାସହିତ ବିଜୁ କୃଷକ ଯୋଜନାର ଆବେଦନ ପ୍ରକ୍ରିୟାକୁ ମଞ୍ଜୁର କରିବାରେ ମଧ୍ୟ ସମୟୋଚିତ ପଦକ୍ଷେପ ନିଆଯାଇପାରିବ ।

ସେହିପରି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟିକ ପ୍ରତିଷ୍ଠାନ ମାନଙ୍କ ପାଇଁ କରାଯାଇଥିବା ଅନଲାଇନ ସେବା ମଧ୍ୟ ସେମାନଙ୍କ ପାଇଁ ବିଶେଷ ଉପଯୋଗୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିବା ସହିତ ଲୋକଙ୍କୁ ନିଜ ଘର ପାଖରେ ସରକାରୀ ସେବା ଯୋଗାଇବା ପାଇଁ ଥିବା ଲକ୍ଷ୍ୟ ପୂରଣରେ ଏହା ସହାୟକ ହୋଇପାରିବ । ଏହି ସେବା ବିଷୟରେ ଅନେତ ଜନ ସଚେତନତା ଊପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ ।

ଜଳ ସମ୍ପଦ ବିଭାଗ ପକ୍ଷରୁ ଅନ୍ୟତମ ୫'ଟି' ଲକ୍ଷ୍ୟ ଡିଜିଟାଲ ମଷ୍ଟର ରୋଲ୍‌ ପ୍ରସ୍ତୁତି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ଜଳସମ୍ପଦ ତଥା ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରଶାସନକୁ ଅଧିକ ଦକ୍ଷ ଓ ଉତ୍ତରଦାୟୀ କରିବା ପାଇଁ ଜଳ ସମ୍ପଦ ବିଭାଗ ଡିଜିଟାଲ ଟେକ୍ନୋଲୋଜୀ ଦ୍ବାରା ମୁଖ୍ୟମନ୍ତ୍ରୀଙ୍କ ୫'ଟି' ଲକ୍ଷ୍ୟ ପୂରଣ କରିବା ସହିତ ଚାଷୀ ମାନଙ୍କୁ ଉନ୍ନତ ସେବା ଯୋଗାଇ ଦେବ । ଜଳ ସମ୍ପଦ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ ଏବଂ ବିଭାଗୀୟ ଯନ୍ତ୍ରୀ ମୁଖ୍ୟ ଧନ୍ୟବାଦ ଅର୍ପଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ବିଭାଗର ପ୍ରମୁଖ ସଚିବ, ଶିଳ୍ପ ବିଭାଗର ପ୍ରମୁଖ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫'ଟି') ପ୍ରମୁଖ ଉପସ୍ଥିତ ଥିଲେ । ଲୋକାର୍ପିତ ଅନଲାଇନ ଅଭିଯୋଗ ପରିଚାଳନା ବ୍ୟବସ୍ଥା 'ସେଚ ସମାଧାନ' ଏକ ଦ୍ବି-ଭାଷୀୟ ମୋବାଇଲ ଆପ୍‌ । ଏହି ପଦ୍ଧତିରେ ଚାଷୀ ଜଳ ସମ୍ପଦ ବିଭାଗ ଅଫିସକୁ ନ ଆସି ତାଙ୍କ ଅଭିଯୋଗ ଫଟୋ ବା ଭିଡିଓ ମୋବାଇଲ ଜରିଆରେ ପଠାଇଲେ, ତାଙ୍କୁ ଅଭିଯୋଗର ସ୍ଥିତି ସମ୍ପର୍କରେ ସିଏମଏସ ଜରିଆରେ ସୂଚନା ଦିଆଯିବ । ସମସ୍ୟାର ସମାଧାନ ପାଇଁ ତ୍ବରିତ ପଦକ୍ଷେପ ଗ୍ରହଣ କରାଯାଇପାରିବ ।

ସେହିପରି ବିଜୁ କୃଷକ ବିକାଶ ଯୋଜନାରେ ଗୋଷ୍ଠୀ ଉଠାଜଳସଚେନ ପ୍ରକଳ୍ପ ପାଇଁ ହୋଇଥିବା ଅନଲାଇନ ଆବେଦନ ପ୍ରକ୍ରିୟା ଦ୍ବାରା ଚାଷୀମାନେ ସରକାରୀ ଅଫିନ ନଆସି, ନିଜ ମୋବାଇଲ ଫୋନ୍‌, କମ୍ପ୍ୟୁଟର କିମ୍ବା ଜନସେବା କେନ୍ଦ୍ରରୁ ଆବେଦନ କରିପାରିବେ ।

ସେହିପରି ଶିଳ୍ପ କ୍ଷେତ୍ରକୁ ଜଳ ଆବଣ୍ଟନ ପାଇଁ ଜଳ ସମ୍ପଦ ବିଭାଗ ତରଫରୁ 'ଗୋ ସ୍ବପ୍ଟ' ପୋର୍ଟାଲକୁ ବିକଶିତ କରାଯାଇଛି ।ଏହା ଜରିଆରେ ସେମାନେ ଅନଲାଇନ ଆବେଦନ କରିପାରିବେ । ବାଣିଜ୍ୟିକ ଓ ଅନ୍ୟ ସଂସ୍ଥା ପାଇଁ ଜଳ ଆବେଣ୍ଟନ ପାଇଁ ମଧ୍ୟ ଜଳ ସମ୍ପଦ ବିଭାଗ ତରଫରୁ ଅନ‌ଲାଇନ ପୋର୍ଟାଲ water allocationod.nic.in ବିକଶିତ କରାଯାଇଛି । ଏହି ପୋର୍ଟାଲ ଜରିଆରେ ଆବେଦନକାରୀମାନଙ୍କୁ ଜଳର ଆବଣ୍ଟନ, ପରିମାଣ ହ୍ରାସ ବୃଦ୍ଧି ଇତ୍ୟାଦି ବିଷୟରେ ବିଭାଗ ତରଫରୁ ଅବଗତ କରାଯାଇପାରିବ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.