ETV Bharat / city

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ, 14 ଯାଏଁ ବର୍ଷା

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨ରୁ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ...

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ

author img

By

Published : Jun 12, 2021, 7:55 PM IST

ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨ରୁ ୩ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ।

ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସାରା ରାଜ୍ୟରେ ସକ୍ରିୟ
ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖପାଖ ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅବଶିଷ୍ଟ ଅଞ୍ଚଳରେ ମୌସୁମୀ ବାୟୁ ପ୍ରବେଶ କରିବା ପାଇଁ ସ୍ଥିତି ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଶନିବାର ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର, ପୁରୀର ଅବଶିଷ୍ଟ ଅଂଶ, ନୟାଗଡ଼ ଓ ଖୋର୍ଦ୍ଧାର ଅଧିକାଂଶ ଅଞ୍ଚଳ କଟକ, ଯାଜପୁର ଓ ମୟୂରଭଞ୍ଜର କିଛି ଅଞ୍ଚଳରେ ପ୍ରବେଶ କରିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।ଆସନ୍ତା ୨୪ ଘଣ୍ଟା ଅର୍ଥାତ ୧୩ ତାରିଖ ରବିବାର ସକାଳ ୮.୩୦ ମଧ୍ୟରେ ଯାଜପୁର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର ଓ କେନ୍ଦ୍ରାପଡା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାର ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜି ପାରେ । ଏହି ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରାଯାଇଛି । ସେହିପରି ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।ଗତ ୨୪ ଘଣ୍ଟାରେ ସୋରୋରେ ସର୍ବାଧିକ ୮୬.୦ ମି.ମି ବର୍ଷା ରେକର୍ଡ କରାଯାଇଛି। ରାୟଗଡା କାଶୀପୁରରେ ୭୪.୩, ବାଲେଶ୍ୱର ଜିଲ୍ଲା ଗୋବିନ୍ଦପୁରରେ ୭୩.୮, ତିହିଦିରେ ୬୮.୦ ମିମି, ନୂଆପଡା ବୋଡେ଼ନରେ ୬୫.୦ ମି.ମି ବର୍ଷା ରେକର୍ଡ କରାଯାଇଛି ।ସୁନ୍ଦରଗଡ ଓ ମାଲକାନଗିରିରେ ସର୍ବୋଚ୍ଚ ତାପମାତ୍ରା ୩୫.୦ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ଭୁବନେଶ୍ୱରରେ ୩୨.୭, କଟକରେ ୩୨.୫ ମିମି ବର୍ଷା ରେକର୍ଡ କରାଯାଇଛି ।ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.