ETV Bharat / city

ଆସନ୍ତା 24 ଘଣ୍ଟାରେ ରାଜ୍ୟରେ ଝଡବର୍ଷା ସମ୍ଭାବନା - 24 ଘଣ୍ଟା ମଧ୍ୟରେ କାଳବୈଶାଖୀ ହେବାର ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଇଏମଡି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଝଡ ବର୍ଷା ହେବାର ସମ୍ଭାବନା

author img

By

Published : Apr 17, 2020, 8:47 PM IST

ଭୁବନେଶ୍ବର: ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ରାଜ୍ୟର ୭ ସହର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ଆସନ୍ତା ୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ପୁରୀ, ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଇଏମଡି ।

ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଝଡ ବର୍ଷା ହେବାର ସମ୍ଭାବନା

୯ ତାରିଖରେ ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବୋହିବ ବୋଲି ୱାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟାରେ ରାଜ୍ୟର ୭ ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ ହୋଇଛି ।

ଦିନର ସର୍ବୋଚ୍ଚ ତାପମାତ୍ରା ୪୨.୨ ଡିଗ୍ରୀ ସେଲସିଅସ ସୋନପୁରରେ ରେକର୍ଡ କରାଯାଇଥିବା ବେଳେ ୬ ଟି ସ୍ଥାନରେ ୪୧.୦ ଡିଗ୍ରୀ ରେକର୍ଡ ହୋଇଛି । ତେବେ ଆସନ୍ତା ୪ ରୁ ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ୪୦ ଡିଗ୍ରୀ ରୁ ଅଧିକ ତାପମାତ୍ରା ଅନୁଭୂତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ହବିବୁର ରେହମାନ ବିଶ୍ବାସ କହିଛନ୍ତି ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.