ETV Bharat / city

ତୃତୀୟ ଦିନରେ ନାମାଙ୍କନ ଭରିଲେ 52868 ପ୍ରାର୍ଥୀ

author img

By

Published : Jan 19, 2022, 8:48 PM IST

Updated : Jan 19, 2022, 9:04 PM IST

ଆଜି ତୃତୀୟ ଦିନର ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ତୃତୀୟ ଦିନରେ ୱାର୍ଡ ମେମ୍ଵର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦର 52,868 ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ଅଧିକ ପଢନ୍ତୁ

ତୃତୀୟ ଦିନରେ ନାମାଙ୍କନ ଭରିଲେ 52,868 ପ୍ରାର୍ଥୀ

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ନେଇ ନାମାଙ୍କନ ପ୍ରକ୍ରିୟା ଜାରୀ ରହିଛି । ଆଜି ତୃତୀୟ ଦିନର ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି । ତୃତୀୟ ଦିନରେ ୱାର୍ଡ ମେମ୍ଵର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦର 52,868 ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ରବୀନ୍ଦ୍ର ସାହୁ ।

ନିର୍ବାଚନ ଆୟୋଗଙ୍କ ସଚିବ ସୂଚନା ଅନୁସାରେ, 37232 ୱାର୍ଡ ମେମ୍ଵର, 8947 ସରପଞ୍ଚ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି । ସେହିପରି 6205 ସମିତି ସଭ୍ୟ ଓ 484 ଜିଲ୍ଲା ପରିଷଦ ପ୍ରାର୍ଥୀ ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ନାମାଙ୍କନ ପ୍ରକ୍ରିୟା 21 ତାରିଖ ପର୍ଯ୍ୟନ୍ତ ଚାଲିବ । ୱାର୍ଡ ମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ଗ୍ରାମପଞ୍ଚାୟତ, ପଞ୍ଚାୟତ ସମିତି କାର୍ଯ୍ୟାଳୟ ଏବଂ ଉପ - ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ମନୋନୟନ ପତ୍ର ଦାଖଲ କରୁଛନ୍ତି । ପ୍ରଥମ ଦିନରେ 8772 ପ୍ରାର୍ଥୀ ନାମାଙ୍କନ ଭରି ଥିଲେ । ସେହିପରି ଦ୍ଵିତୀୟ ଦିନରେ ୱାର୍ଡ ମେମ୍ଵର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦର 13,356 ପ୍ରାର୍ଥୀ ନାମାଙ୍କନ ଭରି ସାରିଛନ୍ତି ।

ଭୁବନେଶ୍ବରରୁ ଭବାନୀଶଙ୍କର ଦାସ, ଇଟିଭି ଭାରତ

Last Updated : Jan 19, 2022, 9:04 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.