ଭୁବନେଶ୍ବର: ଗୁରୁବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିରେ ୬ଟି ଲୋକସଭା ଓ ୪୨ ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ତେବେ ୬ଟି ଲୋକସଭା ମଧ୍ୟରେ ରହିଛି ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ, ଭୁବନେଶ୍ବର ।
ଏହି ବିଜ୍ଞପ୍ତି ପାଇଁ ଏପ୍ରିଲ ୪ରେ ନାମାଙ୍କନ ଦାଖଲର ଶେଷ ତାରିଖ ରଖାଯାଇଛି । ଏହାପରେ ଅପ୍ରେଲ ୫ରେ ଯାଞ୍ଚ, ୮ରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରଖାଯାଇଛି । ଏଥିସହ ଅପ୍ରେଲ ୨୩ରେ ମତଦାନ ରଖାଯାଇଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ