ଭୁବନେଶ୍ୱର : ରାଜ୍ୟରେ ମାଡୁଛି ସଂକ୍ରମଣ । ଯାହାକୁ ନେଇ ଭୟଭୀତ ହୋଇପଡିଛନ୍ତି ସଭିଏଁ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲର 3 ଜଣ କର୍ମଚାରୀ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଜଣେ ଡାକ୍ତର, ଜଣେ ଫାର୍ମାସିଷ୍ଟ ଓ ଜଣେ ମ୍ୟାନେଜର ପଜିଟିଭ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ସମସ୍ତ କର୍ମଚାରୀଙ୍କୁ ସଙ୍ଗରୋଧରେ ରଖାଯାଇଛି । ସେମାନଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ରହିଛି ବୋଲି ହସ୍ପିଟାଲର ନିର୍ଦ୍ଦେଶକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି ।
ଭୁବନେଶ୍ବରରୁ ବିକାଶ ଦାଶ, ଇଟିଭି ଭାରତ