ETV Bharat / city

ତାଣ୍ଡବ ରଚୁଛି କାଳବୈଶାଖୀ, ଆସନ୍ତା ଦୁଇ ଦିନ ଯାଏଁ ସତର୍କ ସୂଚନା ଜାରି - ଓ୍ବେଦର ଅପଡେଟ

କାଳବୈଶାଖୀ ନେଇ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅଧିକ ପଢନ୍ତୁ...

ତାଣ୍ଡବ ରଚୁଛି କାଳବୈଶାଖୀ, ଆସନ୍ତା ଦୁଇ ଦିନ ଯାଏଁ ସତର୍କ ସୂଚନା ଜାରି

author img

By

Published : May 13, 2021, 9:42 PM IST

ଭୁବନେଶ୍ବର: ରାଜ୍ୟରେ ଥମୁନି କାଳବୈଶାଖୀ ତାଣ୍ଡବ । ଆଉ ଦୁଇ ଦିନ ପର୍ଯ୍ୟନ୍ତ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ୧୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ, ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ତ୍ତମାନ ଦକ୍ଷିଣ ମଧ୍ୟପ୍ରଦେଶ ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା, ଶୁକ୍ରବାର ସକାଳ ୮ଟା ୩୦ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ ଏବଂ ରାୟଗଡା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତାଣ୍ଡବ ରଚୁଛି କାଳବୈଶାଖୀ, ଆସନ୍ତା ଦୁଇ ଦିନ ଯାଏଁ ସତର୍କ ସୂଚନା ଜାରି

ଉପରୋକ୍ତ ଜିଲ୍ଲା ଗୁଡିକରେ କିଛି ସ୍ଥାନରେ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି । ପବନରେ ବେଗରେ ଚାଳ ଛପର, ଆଜବେଷ୍ଟ ଘର, କଦଳୀ ଗଛ ଆଦି ଭାଙ୍ଗିଯିବା ଆକଳନ କରିଛି ପାଣିପାଗ କେନ୍ଦ୍ର । ସେହିପରି ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରିରେ ଘଡଘଡି ବିଜୁଳି ସହ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହିସବୁ ଅଞ୍ଚଳରେ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ୧୫ ତାରିଖରେ ମଧ୍ୟ କାଳବୈଶାଖୀ ବର୍ଷା ପାଇଁ ୯ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୫ ତାରିଖ ପରେ କାଳବୈଶାଖୀର ପ୍ରକୋପ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ତେବେ କାଳବୈଶାଖି ବର୍ଷା ପ୍ରଭାବରେ ଆଜି(ଗୁରୁବାର) ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିଥିବା ବେଳେ ଆସନ୍ତାକାଲି ଉତ୍ତର ଉପକୂଳ ଓଡିଶାରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ଆକଳନ କରାଯାଇଛି। ବାକି ଜିଲ୍ଲା ଗୁଡିକରେ ଦିନର ସର୍ବୋଚ୍ଚ ତାପମାତ୍ରା କୌଣସି ପରିବର୍ତ୍ତନ ହେବ ନାହିଁ । ଗତ ୨୪ ଘଣ୍ଟାରେ ମୟୂରଭଞ୍ଜ ବେତନଟୀରେ ସର୍ବାଧିକ ୭୧.୦ ମିମି, ବାରିପଦାରେ ୬୪.୬, ଆନନ୍ଦପୁରରେ ୫୯.୬ ମିମି, ତେଲକୋଇରେ ୪୬.୨ ମିମି ବର୍ଷା ରେକର୍ଡ କରାଯାଇଛି । ଫୁଲବାଣୀ ଓ ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.