ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା, ଶୁକ୍ରବାର ମଧ୍ୟରେ ଉପକୂଳରେ କାଳବୈଶାଖୀର ପ୍ରଭାବ ଜୋରଦାର ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବ । ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ମାଲକାନଗିରି ପଡିଆରେ ସର୍ବାଧିକ ୬୭.୩ ମିମି ବର୍ଷା ରେକର୍ଡ ହୋଇଛି । ମାଲକାନଗିରିରେ ୫୫.୪, କେନ୍ଦୁଝର ଜିଲ୍ଲା ଘଟଗାଁରେ ୪୪.୬, ମାଥିଲିରେ ୪୨.୦ ଓ ନବରଙ୍ଗପୁର ରାଇଘରରେ ୩୫.୦ ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୪୨.୦, ସୋନପୁରରେ ୪୧.୦, ଅନୁଗୋଳରେ ୪୧.୭, ତାଳଚେରରେ ୪୦.୧, ବାରିପଦା ଓ ଟିଟିଲାଗଡ଼ରେ ୪୦.୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ