ETV Bharat / city

୮ ଜିଲ୍ଲାରେ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କଲା ପାଣିପାଗ ବିଭାଗ

author img

By

Published : Jun 22, 2022, 9:05 PM IST

Updated : Jun 22, 2022, 9:14 PM IST

୮ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କଲା ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

୮ ଜିଲ୍ଲାରେ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କରିଲା ପାଣିପାଗ ବିଭାଗ

ଭୁବନେଶ୍ବର : ସକ୍ରିୟ ହେଉଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ପୂର୍ବ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡିଶା ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଉପରିଭାଗରେ ଦକ୍ଷିଣକୁ ଢଳି ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

୮ ଜିଲ୍ଲାରେ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ ଜାରି କଲା ପାଣିପାଗ ବିଭାଗ

ସେହିପରି ଶକ୍ତ ଘୂର୍ଣ୍ଣିବଳୟ ପ୍ରଭାବରେ ଦିନ ତମାମ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିଲା । ଟୁଇନ୍ ସିଟିରେ ଅସ୍ତବ୍ୟସ୍ତ କଲା କାଳବୈଶାଖୀ । ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି । ଗଞ୍ଜାମ, କନ୍ଧମାଳ, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା ଏବଂ ଢେଙ୍କାନାଳକୁ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାରେ ୭୦ ମିଲିମିଟରରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଅନ୍ୟପଟେ ଆରବ ସାଗରରୁ ଓଡ଼ିଶାକୁ ଆସୁଥିବା ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଶକ୍ତ ନହେବାରୁ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହେବାକୁ ଯାଉଛି ।

କାରଣ କେରଳ ଛୁଇଁବା ପରେ ମୌସୁମୀ ଦୁର୍ବଳ ହୋଇଥିଲା । ଜୁନ୍ ୧୬ ତାରିଖରେ ଦକ୍ଷିଣ ଓଡ଼ିଶାକୁ ମୌସୁମୀ ଛୁଇଁବା ପରେ ୪ ଦିନ ପର୍ଯ୍ୟନ୍ତ ଆଗକୁ ବଢିପାରି ନଥିଲା । ୨୦ ତାରିଖରେ ସଂପୂର୍ଣ୍ଣ ଓଡ଼ିଶାକୁ ମୌସୁମୀ ବାୟୁ ପ୍ରବେଶ କରିଥିବା ବେଳେ ଅଧିକାଂଶ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ରେକର୍ଡ ହୋଇଛି । ଆଜି ଘୂର୍ଣ୍ଣିବଳୟ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ତେବେ ଆଗକୁ ଘୂର୍ଣ୍ଣିବଳୟ ଦୁର୍ବଳ ହେବା ସହ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ କେବଳ ଘଡଘଡି ବିଜୁଳି ସହ ବର୍ଷା କରାଇବାରେ ସକ୍ଷମ ହେବ ।

ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିଥିଲେ ମଧ୍ୟ ରାଜ୍ୟରେ ଏବେ ବି ସ୍ବାଭାବିକ ଠାରୁ ୩୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି। ୬ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବାବେଳେ ୨୪ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । ୧୦ଟି ଜିଲ୍ଲାରେ ୬୦ ରୁ ୯୩ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଥିବାବେଳେ ପୁରୀ ଜିଲ୍ଲାରେ ସ୍ଥିତି ସଙ୍ଗୀନ ରହିଛି ।

ପୁରୀରେ ସ୍ବାଭାବିକ ଠାରୁ ୯୩ ପ୍ରତିଶତ କମ୍ ବର୍ଷା ହୋଇଥିବାବେଳେ ଜଗତସିଂହପୁରରେ ୯୨ ପ୍ରତିଶତ, ଖୋର୍ଦ୍ଧାରେ ୭୯ ପ୍ରତିଶତ, କେନ୍ଦ୍ରାପଡାରେ ୭୭ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି । ସେପଟେ ଆସନ୍ତା ୨୭ ତାରିଖରୁ ବର୍ଷା ଗାଏବ ହୋଇଯିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jun 22, 2022, 9:14 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.