ETV Bharat / city

STATE CORONA: ୨୧୨ ପଜିଟିଭଙ୍କ ମଧ୍ୟରେ ୭୦ ଶିଶୁ, ୨ ମୃତ

author img

By

Published : Nov 23, 2021, 9:51 AM IST

Updated : Nov 23, 2021, 12:07 PM IST

ରାଜ୍ୟରେ ଦିନକ ପରେ ପୁଣି ବଢିଲା କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୨ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ

STATE CORONA: ଦିନକରେ ୨୧୨ ପଜିଟିଭ ଚିହ୍ନଟ, ୭୦ ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଦିନକ ପରେ ପୁଣି ବଢିଲା କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧୨ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୦ ଜଣ ୧୮ ବର୍ଷରୁ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ବାରେଣ୍ଟାଇନ ସେଣ୍ଟରରୁ ୧୨୩ ଜଣ ଥିବାବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଆଜି ରାଜ୍ୟରେ ଆଜି ୨ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ୨ ମୃତକ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ସୂଚନା ।

ସେହିପରି ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯୦ ଜଣ ଥିବାବେଳେ ବାଲେଶ୍ବରରୁ ୩, ଭଦ୍ରକରୁ ୧, ବୌଦ୍ଧରୁ ୧, କଟକରୁ ୨, ଗଞ୍ଜାମରୁ୨, ଜଗତସିଂହପୁରରୁ ୩, ଯାଜପୁରରୁ ୮, ଝାରସୁଗୁଡାରୁ ୨, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୩, ନୟାଗଡରୁ୧, ପୁରୀରୁ ୯, ସମ୍ବଲପୁରରୁ ୧୩, ସୁନ୍ଦରଗଡରୁ ୩୯ ଏବଂ ଷ୍ଟେଟ ପୁଲ୍‌ରୁ ୨୨ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୩୮୬ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Nov 23, 2021, 12:07 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.