ETV Bharat / city

STATE CORONA: ଦିନକରେ ୧୧୬ ଶିଶୁ ଆକ୍ରାନ୍ତ

author img

By

Published : Sep 11, 2021, 10:00 AM IST

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୦ କୋରୋନା ପଜିଟିଭ ଚିହ୍ନଟ । ଅଧିକ ପଢନ୍ତୁ....

STATE CORONA: ଦିନକରେ ୧୧୬ ଶିଶୁ ଆକ୍ରାନ୍ତ
STATE CORONA: ଦିନକରେ ୧୧୬ ଶିଶୁ ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ବିସ୍ଫୋରକ ରୂପ ନେବକି କୋରୋନାର ତୃତୀୟ ଲହର ? କାହିଁକି ନା ରାଜ୍ୟରେ ଏବେ ବଢୁଛି ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା । ଦୈନିକ ଚିହ୍ନଟ ହେଉଥିବା ସଂକ୍ରମିତଙ୍କ ମଧ୍ୟରେ ଶିଶୁ ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ୧୦୦ ପାର କରୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୦ କୋରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସେଥି ମଧ୍ୟରୁ ୧୧୬ ଜଣ ୧୮ ବର୍ଷ କମ୍ ଶିଶୁ ଓ କିଶୋର-କିଶୋରୀ କୋରୋନାରେ ସଂକ୍ରମିତ ହୋଇଛନ୍ତି । ସେହିପରି କ୍ବାରେଣ୍ଟାଇନ ସେଣ୍ଟରରୁ ୩୬୮ ଜଣ ଥିବା ବେଳେ ସ୍ଥାନୀୟ ସଂକ୍ରମିତ ୨୬୨ ଜଣ ରହିଛନ୍ତି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୨୧ ଜଣ ଥିବାବେଳେ ଅନୁଗୋଳରୁ ୫, ବାଲେଶ୍ବରରୁ ୨୩, ବରଗଡ଼ରୁ ୪, ଭଦ୍ରକରୁ ୧୦, ବଲାଙ୍ଗୀରରୁ ୩, ବୌଦ୍ଧରୁ ୧, କଟକରୁ ୧୧୮, ଦେବଗଡ଼ରୁ ୪, ଢେଙ୍କାନାଳରୁ ୧୨, ଗଞ୍ଜାମରୁ ୩, ଗଜପତିରୁ ୩, ଜଗତସିଂହପୁରରୁ ୧୧, ଯାଜପୁରରୁ ୩୨, ଝାରସୁଗୁଡାରୁ ୧, କଳାହାଣ୍ତିରୁ ୧, କନ୍ଧମାଳରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରରୁ ୪, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୨୦, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୭, ନୂଆପଡାରୁ ୧, ପୁରୀ ୧୬, ରାୟଗଡ଼ାରୁ ୭, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୨୨ ଏବଂ ଷ୍ଟେଟ ପୁଲ୍‌ରୁ ୫୩ କୋରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କୋରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ହଜାର ୭୧୩ରେ ପହଞ୍ଚିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.