ଭୁବନେଶ୍ବର: ଗୁରୁବାର ପୂର୍ବାହ୍ନରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ବସିବ । ବୈଠକରେ 8 ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି । ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନୟନ ପାଇଁ 160 କୋଟି ଟଙ୍କାର ବ୍ୟୟ ଅଟକଳକୁ ମଧ୍ୟ କ୍ୟାବିନେଟ ଅନୁମୋଦନ ଦେଇପାରନ୍ତି ।
ଏହା ସହିତ ଅର୍ଥ ବିଭାଗ ଓ ଯୋଗାଣ ବିଭାଗର କିଛି ପ୍ରସ୍ତାବ ଆସିବାର ସମ୍ଭାବନା ରହିଛି ।
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ