ଭୁବନେଶ୍ବର: ରାଜ୍ୟରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି । ତେବେ ଆଜି ସୁଦ୍ଧା ମୋଟ 4109.66 ମେଟ୍ରିକ ଟନ ଧାନ ସଂଗ୍ରହ ହୋଇଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୂଚନା ଦେଇଛନ୍ତି ।
ମୋଟ 7 ଲକ୍ଷ 33 ହଜାର 665 ଜଣ ଚାଷୀଭାଇମାନେ ନିଜ ନିଜର ଟୋକନ୍ ପାଇ ସାରିଛନ୍ତି । ସେଥିରୁ ମୋଟ 544.87 କୋଟି ଟଙ୍କା ଚାଷୀମାନଙ୍କ ଖାତାକୁ ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଥିବା ବିଭାଗୀୟ ମନ୍ତ୍ରୀ ପ୍ରକାଶ କରିଛନ୍ତି ।
ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ