ETV Bharat / city

AUCTION: ଓଡ଼ିଶାର ୨ ସମେତ ୪ ରାଜ୍ୟର ୫ଟି କୋଇଲା ଖଣି ନିଲାମ

author img

By

Published : Apr 2, 2022, 7:45 PM IST

କୋଇଲା ମନ୍ତ୍ରଣାଳୟ ପକ୍ଷରୁ ୪ଟି ରାଜ୍ୟର ୫ଟି କୋଇଲା ଖଣିର ବାଣିଜ୍ୟିକ ନିଲାମ କରାଯାଇଛି । ଏଥିରେ ଓଡ଼ିଶାର ଦୁଇଟି କୋଇଲା ଖଣି ସାମିଲ ରହିଛି । ଅଧିକ ପଢନ୍ତୁ

AUCTION: ଓଡ଼ିଶାର ୨ ସମେତ ୪ ରାଜ୍ୟର ୫ଟି କୋଇଲା ଖଣି ନିଲାମ
AUCTION: ଓଡ଼ିଶାର ୨ ସମେତ ୪ ରାଜ୍ୟର ୫ଟି କୋଇଲା ଖଣି ନିଲାମ

ଭୁବନେଶ୍ବର: କୋଇଲା ମନ୍ତ୍ରଣାଳୟ ପକ୍ଷରୁ ୪ଟି ରାଜ୍ୟର ୫ଟି କୋଇଲା ଖଣିର ବାଣିଜ୍ୟିକ ନିଲାମ କରାଯାଇଛି । ଏଥିରେ ଓଡ଼ିଶାର ଦୁଇଟି କୋଇଲା ଖଣି - ଉତ୍କଳ ବି1 ଏବଂ ବି2 ରହିଛି । ଏହି ଦୁଇଟି ଖଣିକୁ ଜିନ୍ଦଲ ଷ୍ଟିଲ ଏବଂ ପାୱାର ଲିମିଟେଡ୍‌ ନିଲାମ ସୂତ୍ରରେ ନେଇଛି । ଦୁଇଟି ଖଣିର ପିଆରସି କ୍ଷମତା ବା ସର୍ବାଧିକ କୋଇଲା ଉତ୍ପାଦନ କ୍ଷମତା ବାର୍ଷିକ ୮.୦୦୦ ନିୟୁତ ଟନ୍‌ ହୋଇଥିବା ବେଳେ ଏଥିରେ ମୋଟ୍‌ ୩୪୭.୦୮ ନିୟୁତ ଟନ୍‌ ଭୂଗର୍ଭ କୋଇଲା ଗଚ୍ଛିତ ହୋଇ ରହିଛି ।

ଓଡ଼ିଶାର ୨ ସମେତ ୪ ରାଜ୍ୟର ୫ଟି କୋଇଲା ଖଣି ନିଲାମ

ଖଣିର ପିଆରସି କ୍ଷମତାକୁ ଆଧାର କରି ଏହି ଦୁଇଟି ଖଣିରୁ ବାର୍ଷିକ ୧୧୦୭.୦୫ କୋଟି ଟଙ୍କାର ରାଜସ୍ବ ଆୟ ହୋଇପାରିବ ବୋଲି ଅନୁମାନ କରାଯାଇଛି । ଦୁଇଟି ଖଣିରେ ୧୨୦୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବା ସହ ୧୦ ହଜାର ୮୧୬ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଓଡ଼ିଶାର ୨ଟି ସମେତ ଛତିଶଗଡ଼, ଝାଡ଼ଖଣ୍ଡ, ମହାରାଷ୍ଟ୍ରର ଗୋଟିଏ ଲେଖାଏଁ କୋଇଲା ଖଣିର ନିଲାମ ପ୍ରକ୍ରିୟା ସମ୍ପନ୍ନ ହୋଇଛି । କୋଇଲା ମନ୍ତ୍ରଣାଳୟ ଦ୍ଵାରା ଇ-ନିଲାମୀ ପ୍ରକ୍ରିୟାରେ ଏସବୁ କୋଇଲା ଖଣିର ବାଣିଜ୍ୟିକ ନିଲାମୀ ସମ୍ପାଦନ କରାଯାଇଛି ।

କୋଇଲା ଖଣି ଗୁଡ଼ିକର ବାଣିଜ୍ୟିକ ନିଲାମୀ ପାଇଁ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ଟେଣ୍ଡର ଆହ୍ଵାନକାରୀ ନୋଟିସ (NIT) ଜାରି କରାଯାଇଥିଲା । କୋଇଲା ଖଣି (ସ୍ବତନ୍ତ୍ର ବ୍ୟବସ୍ଥା) –ସିଏମ (ଏସପି) ଆଇନ, ୨୦୧୫ ଅଧୀନରେ ନିଲାମୀର ୧୪ତମ ପର୍ଯ୍ୟାୟ ଏବଂ ଖଣି ଏବଂ ଖଣିଜ (ବିକାଶ ଏବଂ ନିୟନ୍ତ୍ରଣ) –MMDR ଆଇନ, ୧୯୫୭ ଅଧୀନରେ ଏସବୁ କୋଇଲା ଖଣିର ନିଲାମୀ ପାଇଁ ଡିସେମ୍ବର ୧୬, ୨୦୨୧ରେ ଏନଆଇଟି ଜାରି କରାଯାଇଥିଲା । MSTC ପ୍ଲାଟଫର୍ମ ଜରିଆରେ ମାର୍ଚ୍ଚ ୩୧ ଏବଂ ଏପ୍ରିଲ ୧, ୨୦୨୨ରେ ଅନୁଷ୍ଠିତ ଇ-ନିଲାମୀ ପ୍ରକ୍ରିୟାରେ ମୋଟ ୫ଟି ସିଏମଏସପି କୋଇଲା ଖଣିକୁ ନିଲାମୀ ପାଇଁ ରଖାଯାଇଥିଲା ।

ନିଲାମୀରେ ସାମିଲ ଥିବା ସମସ୍ତ ୫ଟି କୋଇଲା ଖଣି ସମ୍ପୂର୍ଣ୍ଣ ଭାବେ ଅନ୍ବେଷଣ କରାଯାଇଥିବା କୋଇଲା ଖଣି ହୋଇଥିବା ବେଳେ ଏସବୁ ଖଣିର ଭୂଗର୍ଭ ଭଣ୍ଡାରରେ ମୋଟ୍‌ ୬୬୫.୦୮ ନିୟୁତ ଟନ୍‌ କୋଇଲା ଗଚ୍ଛିତ ରହିଛି । ଏଗୁଡ଼ିକର PRC କ୍ଷମତା ବାର୍ଷିକ ୧୪.୭୫୬ ନିୟୁତ ଟନ୍‌ ରହିଛି । ବାଣିଜ୍ୟିକ କୋଇଲା ଖଣି ନିଲାମୀ ପ୍ରକ୍ରିୟା ଅଧୀନରେ ଏବେ ସୁଦ୍ଧା ମୋଟ୍‌ ୪୭ଟି କୋଇଲା ଖଣି ନିଲାମ ହୋଇସାରିଛି । ଏଥିରେ ଚତୁର୍ଥ ପର୍ଯ୍ୟାୟରେ ନିଲାମୀ ହୋଇଥିବା ଏହି ୫ଟି କୋଇଲା ଖଣି ମଧ୍ୟ ସାମିଲ ରହିଛି । ବର୍ତ୍ତମାନ ସୁଦ୍ଧା ନିଲାମ ହୋଇସାରିଥିବା କୋଇଲା ଖଣିଗୁଡ଼ିକର ସର୍ବମୋଟ୍‌ ପିଆରସି କ୍ଷମତା ବାର୍ଷିକ ୧୦୧.୪୦୪ ନିୟୁତ ଟନ୍‌ ରହିଛି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.