ETV Bharat / city

ଫାୟାର ଷ୍ଟେସନରେ ମାଡିଗଲା ଟ୍ରକ, 2 ମୃତ

ଫାୟାର ଷ୍ଟେସନ ଛକରେ ସ୍କୁଟିକୁ ଧକ୍କା ଦେଲା ଟ୍ରକ । ଘଟଣାସ୍ଥଳରେ 2 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ପଥଚାରୀ ରହିଥିବା ଜଣାପଡିଛି । ସେପଟେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର
author img

By

Published : May 25, 2019, 5:21 PM IST

ଭୁବନେଶ୍ବର: ରାଜଧାନୀର ଫାୟାର ଷ୍ଟେସନ ଛକରେ ମର୍ମନ୍ତୁଦ ଦୁର୍ଘଟଣା । ସ୍କୁଟି ଉପରେ ଚଢିଗଲା ଟ୍ରକ । ଘଟଣାସ୍ଥଳରେ 2 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ସଙ୍ଗେ ସଙ୍ଗେ କ୍ୟାପିଟାଲ ହସ୍ପିଟାଲ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ସୂଚନା ଅନୁଯାୟୀ, ଆଜି ଦିନ ଦ୍ବିପ୍ରହରରେ ଏକ ଟ୍ରକ ଦୃତ ଗତିରେ ଆସୁଥିବା ବେଳେ ଭାରସ୍ୟାମ ହରାଇ ଏକ ସ୍କୁଟିକୁ ଧକ୍କା ଦେବାସହ ଜଣେ ପଥଚାରୀଙ୍କୁ ମଧ୍ୟ ଧକ୍କା ଦେଇଥିଲା । ଫଳରେ ସମସ୍ତେ ତଳେ ପଡିଯିବା ସହ ସେମାନଙ୍କ ଉପରେ ଟ୍ରକ ଚଢି ଯାଇଥିଲା । ଘଟଣାସ୍ଥଳରେ 2 ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ରହିଛି । ଗୁରୁତରଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ କଟକ ବଡ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।

ଅନ୍ୟପଟେ ଦୁର୍ଘଟଣା ଘଟାଇ ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିବା ବେଳେ ପୋଲିସ ପହଞ୍ଚି ଟ୍ରକ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ଏହାକୁ ନେଇ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି ।

ଭୁବନେଶ୍ବରରୁ ବିକାଶ ଦାସ, ଇଟିଭି ଭାରତ

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.