ETV Bharat / city

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ UGC ମାନ୍ୟତା, ସୂଚନା ଦେଲେ ଶିକ୍ଷାମନ୍ତ୍ରୀ - ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ

ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ ମିଳିଲା ୟୁଜିସି ମାନ୍ୟତା । ଟ୍ୱିଟ କରି ସୂଚନା ଦେଲେ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

ରାଜେନ୍ଦ୍ର ବିଶ୍ବବିଦ୍ୟାଳୟକୁ UGC ମାନ୍ୟତା, ସୂଚନା ଦେଲେ ଶିକ୍ଷାମନ୍ତ୍ରୀ

author img

By

Published : Jul 30, 2021, 9:44 PM IST

ଭୁବନେଶ୍ବର: ପଶ୍ଚିମ ଓଡିଶା ଓ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଲାଗି ଖୁସି ଖବର । ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ମିଳିଲା UGC ବିଶ୍ବବିଦ୍ୟାଳୟ ମାନ୍ୟତା । UGC ଅଧିନିୟମ 1956, ଧାରା 2 (ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ବବିଦ୍ୟାଳୟର ମାନ୍ୟତା ପ୍ରଦାନ କରିଛନ୍ତି । ଏହାସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି । ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

  • ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସି ଅଧିନିୟମ 1956, ଧାରା 2(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । pic.twitter.com/MvVYuKzdln

    — Dharmendra Pradhan (@dpradhanbjp) July 30, 2021 " class="align-text-top noRightClick twitterSection" data=" ">

ଧର୍ମେନ୍ଦ୍ର କହିଛନ୍ତି ଯେ, ଏହା ନିଶ୍ଚିତ ଭାବରେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବ । ଏହା ସହ ପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧ ପୂରଣ କରିବ । ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅନିୟମ 1956 ର ଧାରା 12 (ବି) ରେ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ ।

ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଏବଂ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ । ବିଶ୍ୱବିଦ୍ୟାଳୟ ମାନ୍ୟତାକୁ ନେଇ ଗଣମାଧ୍ୟମରୁ ଜାଣିବା ସହ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂହଦେଓ, ରାଜ୍ୟସଭା ସାଂସଦ ସୁବାସ ଚନ୍ଦ୍ର ସିଂହ, ମୁଜିବୁଲା ଖାନ, ମମତା ମହାନ୍ତ ଏବଂ ପୂର୍ବତନ ସାଂସଦ କଳିକେଶ ସିଂହଦେଓ ଏନେଇ ଅବଗତ କରାଇଥିଲେ । ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଥିବା ଧର୍ମେନ୍ଦ୍ର ଟ୍ୱିଟ କରି କହିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.