ETV Bharat / city

ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ, OPSE ଓ ଶିକ୍ଷା ବିଭାଗକୁ UGCର ତାଗିଦ୍

author img

By

Published : May 26, 2022, 1:02 PM IST

ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ ଉପରେ ୟୁଜିସିର ତାଗିତ ପତ୍ର । ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଘଂନ କରିବା ନେଇ ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ୟୁଜିସି ଚିଠି ଲେଖିଛି ।

OPSEକୁ UGCର ତାଗିଦ୍
OPSEକୁ UGCର ତାଗିଦ୍

ଭୁବନେଶ୍ବର: ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ ଉପରେ ୟୁଜିସିର ତାଗିତ ପତ୍ର । ବିଶ୍ବବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଘଂନ କରିବା ନେଇ ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ୟୁଜିସି ଚିଠି ଲେଖିଛି । ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ ଶିକ୍ଷା ବିଭାଗ ଓ ଓପିଏସସି ଉପରେ କ୍ଷୋଭ ପ୍ରକାଶ କରିଛି ୟୁଜିସି (University Grants Commission)।

OPSEକୁ UGCର ତାଗିଦ୍
OPSEକୁ UGCର ତାଗିଦ୍

ବିଶ୍ବବିଦ୍ୟାଳୟ (ସଂଶୋଧନ) ଅଧିନିୟମ –2020 ଉପରେ ସୁପ୍ରିମକୋର୍ଟ 3 ମାସ ପାଇଁ ରହିତାଦେଶ ଜାରି କରିଛନ୍ତି । ପ୍ରସଙ୍ଗରେ ୟୁନିଭରସିଟି ଗ୍ରାଣ୍ଟ କମିଶନ ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)କୁ ପତ୍ର ଲେଖିଛନ୍ତି। ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ସଚିବ ଏବଂ ଓପିଏସସିକୁ ଲେଖିଥିବା ପୃଥକ ପୃଥକ ପତ୍ରରେ ଉଲ୍ଲେଖ ରହିଛି ଯେ ମଇ 23 ତାରିଖରେ ଓପିଏସସି ସାମାଜ ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଏବଂ ମଇ 24 ତାରିଖରେ ବାଣିଜ୍ୟର ଆସିଷ୍ଟାଣ୍ଟ୍ ପ୍ରଫେସର ଡକ୍ୟୁମେଣ୍ଟ ଭେରିଫିକେସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ସୁପ୍ରିମକୋର୍ଟରେ ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ଅଧିନିୟମ ବିଚାରଧୀନ ରହିଛି । ତେଣୁ ଓପିଏସସି ଦ୍ବାରା ଶିକ୍ଷକ ନିଯୁକ୍ତି ଏବଂ ରାଜ୍ୟ ଚୟନ ବୋର୍ଡ (ଏସଏସବି)ର ଅଣଶିକ୍ଷକଙ୍କ ନିଯୁକ୍ତିର ବିଜ୍ଞପ୍ତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶର ଉଲ୍ଲଂଘନ କରୁଛି । ରାଜ୍ୟ ସରକାର ଏବଂ ଓଡ଼ିଶା ଲୋକସେବା ଆୟୋଗ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ଏହି ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରୁହନ୍ତୁ । ନଚେତ୍ ଏଥିରେ ଅବମାନନା କଲେ ଆବଶ୍ୟକ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ପତ୍ରରେ ତାଗିଦ୍ କରିଛି ।

ଭୁବନେଶ୍ବରରୁ ବିକାଶ କୁମାର ଦାସ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.