ETV Bharat / city

ଭୁବନେଶ୍ବରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ, କାଲି ରଥଯାତ୍ରାରେ ଦେବେ ଯୋଗ - 2 ଦିନିଆ ଓଡିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଆଜିଠୁ 2 ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ । ପୂର୍ବାହ୍ନ 9ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ଭୁବନେଶ୍ବରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଭୁବନେଶ୍ବରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
author img

By

Published : Jun 30, 2022, 10:38 AM IST

Updated : Jun 30, 2022, 12:11 PM IST

ଭୁବନେଶ୍ବର: ଆଜିଠୁ 2 ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ । ପୂର୍ବାହ୍ନ 9ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅନୁଗୋଳ ଓ ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ଭୂମିପୂଜନ ଏବଂ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ମନ୍ତ୍ରୀ l ଖୋର୍ଦ୍ଧାରେ ରେଳ ମନ୍ତ୍ରୀଙ୍କ ସହ ବିଭିନ୍ନ ରେଳ ପ୍ରକଳ୍ପର ଉଦଘାଟନ କାର୍ଯ୍ୟକ୍ରମ ରହିଛି । ଏହା ସହିତ ଆସନ୍ତାକାଲି (ଶୁକ୍ରବାର) ପୁରୀରେ ରଥଯାତ୍ରାରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ l

ଭୁବନେଶ୍ବରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ପ୍ରଥମେ ତାଳଚେର ଯିବାର କାର୍ଯ୍ୟକ୍ରମ ରହିଛି । ଏମସିଏଲର ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟର ଶୁଭାରମ୍ଭ କରିବା ସହ ନୂତନ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ ନିର୍ମାଣ ପାଇଁ ଭୂମିପୂଜନ କରିବାର ଯୋଜନା ରହିଛି । ଏହି କାର୍ଯ୍ୟକ୍ରମରେ କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଭିଡ଼ିଓ କନଫରେନ୍ସିଂରେ ଯୋଗଦେବେ । ପରବର୍ତ୍ତୀ ପର୍ଯ୍ୟାୟରେ ଶିକ୍ଷାମନ୍ତ୍ରୀ ପ୍ରଧାନ ଖୋର୍ଦ୍ଧା ଜିଲ୍ଲା ଗସ୍ତରେ ଆସି ଖୋର୍ଦ୍ଧା ରୋଡ଼୍ ଷ୍ଟେସନ ଠାରେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଭେଟିବେ । ରେଳ ମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀ ମିଳିତ ଭାବରେ ଖୋର୍ଦ୍ଧା ରୋଡ଼୍ ଷ୍ଟେସନର ନୂତନ ବିଲଡିଂର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।

ଏହା ସହ ଭୁବନେଶ୍ବର-ବେଙ୍ଗାଲୁରୁ ପ୍ରଶାନ୍ତି ଏକ୍ସପ୍ରେସର ଏଲଏଚବି ରେକ୍ ଓ ଭୁବନେଶ୍ବର-ଆନନ୍ଦବିହାର ଦୁରୋନ୍ତ ଏକ୍ସପ୍ରେସର ଉଦଘାଟନ କରିବେ । ଏହାବ୍ୟତୀତ ସେହି ସ୍ଥାନରୁ ରହି ଉଭୟ ମନ୍ତ୍ରୀ ପଟିଆ ଓ ବାଣୀବିହାର ପିଏଚର ନୂଆ ବିଲ୍ଡିଂକୁ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଲୋକାର୍ପଣ କରିବାର ଯୋଜନା ରହିଛି । ସେହିପରି ଆସନ୍ତା ଜୁଲାଇ 1 ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପୁରୀରେ ସାମାଜିକ ସଂଗଠନ “ଆମେ ଓଡ଼ିଆ” ପକ୍ଷରୁ ଆୟୋଜିତ ସିଙ୍ଗଲ୍ ୟୁଜ୍ ପ୍ଲାଷ୍ଟିକ୍ ହ୍ରାସ କରିବା ପାଇଁ ଜନସଚେତନ ଅଭିଯାନରେ ସାମିଲ ହେବେ ।

ପୁରୀ ଶରଧାବାଲି ଠାରେ ଭାରତ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ ମୋଦି ସରକାରଙ୍କ 8 ବର୍ଷର ସେବା, ସୁଶାସନ ଓ ଗରିବ କଲ୍ୟାଣ ପୂର୍ତ୍ତି ଅବସରରେ ଅନୁଷ୍ଠିତ ଏକ ପ୍ରଦର୍ଶନକୁ ଉଦଘାଟନ କରିବେ । ତାସହିତ ପୁରୀ ଭୋଳାନାଥ ବିଦ୍ୟାପୀଠ ନିକଟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ଅଧୀନ ଆଇସିଏଚଆର ଦ୍ବାରା ‘ଆଜାଦୀ କା ଅମୃତ ମହୋତ୍ସବ’ ଉପରେ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦଘାଟନ କରିବେ ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Jun 30, 2022, 12:11 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.