ETV Bharat / city

ESIC Sub-regional Office: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠିର ଅନୁରୋଧ ରଖିଲେ ଭୂପେନ୍ଦ୍ର

author img

By

Published : Dec 5, 2021, 6:03 PM IST

ଝାରସୁଗୁଡ଼ାରେ ପ୍ରତିଷ୍ଠା ହେବ ESICର ଉପ ଆଞ୍ଚଳିକ କାର୍ଯ୍ୟାଳୟ । ଏ ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଥିବା ଚିଠିର ଅନୁରୋଧ ରଖିଛନ୍ତି କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଭୂପେନ୍ଦ୍ର ଯାଦବ । ଅଧିକ ପଢନ୍ତୁ

ESIC Sub-regional office: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠିର ଅନୁରୋଧ ରଖିଲେ ଭୂପେନ୍ଦର

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠିର ଅନୁରୋଧ ରଖିଲେ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଭୂପେନ୍ଦ୍ର ଯାଦବ । ମନ୍ତ୍ରୀଙ୍କ ଚିଠିର ୨ ମାସ ପରେ ପଦକ୍ଷେପ ନିଆଯାଇଛି । ଫଳରେ ଝାରସୁଗୁଡ଼ାରେ ପ୍ରତିଷ୍ଠା ହେବ ESICର ଉପ ଆଞ୍ଚଳିକ କାର୍ଯ୍ୟାଳୟ । କେନ୍ଦ୍ର ଶ୍ରମମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ ESIC(Employees' State Insurance)ର ବୈଠକରେ ଏଭଳି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ ଦିଆଯାଇଛି । ସେହିଭଳି ଯାଜପୁର ଜିଲ୍ଲାର ଡୁବୁରିରେ 100 ଶଯ୍ୟା ବିଶିଷ୍ଟ ESI ଡାକ୍ତରଖାନା ମଧ୍ୟ ନିର୍ମାଣ କରାଯିବା ନେଇ ବିଭାଗୀୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ ପାଇଛି ।

ଝାରସୁଗୁଡ଼ାରେ ESICର ଉପ ଆଂଚଳିକ କାର୍ଯ୍ୟାଳୟ ପ୍ରତିଷ୍ଠା ପାଇଁ ଧର୍ମେନ୍ଦ୍ରଙ୍କ ଚିଠି

ଗତ ସେପ୍ଟେମ୍ବର 29 ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ(Union Minister Dharmendra Pradhan) କେନ୍ଦ୍ରଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ପତ୍ର ଲେଖି ଭୁବନେଶ୍ବର ESICର ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ଝାରସୁଗୁଡ଼ା ଠାରେ ESICର ଉପ ଆଞ୍ଚଳିକ କାର୍ଯ୍ୟାଳୟ(ESIC Sub-regional office) ପ୍ରତିଷ୍ଠା କରିବା ପାଇଁ ଅନୁରୋଧ କରିଥିଲେ । ESIC ହିତାଧିକାରୀଙ୍କ କଲ୍ୟାଣକୁ ଦୃଷ୍ଟିରେ ରଖି ଏହି ପଦକ୍ଷେପ ନେବା ପାଇଁ ବିଭାଗୀୟ ମନ୍ତ୍ରୀଙ୍କ ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଥିଲେ କେନ୍ଦ୍ରମନ୍ତ୍ରୀ ।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ନିଜ ପତ୍ରରେ ପଶ୍ଚିମ ଓଡ଼ିଶାବାସୀଙ୍କ ପାଇଁ ଥିବା ସମସ୍ୟାକୁ ଦର୍ଶାଇଥିଲେ । ସେ ଉଲ୍ଲେଖ କରିଥିଲେ ଯେ ଭୁବନେଶ୍ବରରେ ଥିବା ESICର ଆଞ୍ଚଳିକ କାର୍ଯ୍ୟାଳୟ ରାଜ୍ୟର ପୂର୍ବାଞ୍ଚଳରେ ଅବସ୍ଥାପିତ ଅଛି । ଏହି କାରଣରୁ ପଶ୍ଚିମ ଓଡ଼ିଶାରେ ବସବାସ କରୁଥିବା କର୍ମଚାରୀ ଏବଂ ହିତାଧିକାରୀଙ୍କୁ ଏହି କାର୍ଯ୍ୟାଳୟକୁ ଯିବା ପାଇଁ ଦୂର ଦୂରାନ୍ତରରୁ ଯାତ୍ରା କରିବାକୁ ପଡୁଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ାରେ ESICର ଉପ ଆଞ୍ଚଳିକ କାର୍ଯ୍ୟାଳୟ କରାଗଲେ ସ୍ଥାନୀୟ ଲୋକେ ଉପକୃତ ହୋଇପାରିବେ ।

ଓଡ଼ିଶାରେ ଥିବା ୩୦ଟି ଜିଲ୍ଲା ମଧ୍ୟରୁ ଭୁବନେଶ୍ବରରେ ଥିବା ଆଞ୍ଚଳିକ କାର୍ଯ୍ୟାଳୟ ୧୭ଟି ଜିଲ୍ଲା ନିକଟବର୍ତ୍ତୀ ରହିଛି ଏବଂ ସହଜରେ ଲୋକ ଏଠାକୁ ଆସିପାରୁଛନ୍ତି । ଝାରସୁଗୁଡ଼ାରେ ପ୍ରସ୍ତାବିତ ଉପ ଆଞ୍ଚଳିକ କାର୍ଯ୍ୟାଳୟ କରାଗଲେ ୧୩ଟି ଜିଲ୍ଲା ମଧ୍ୟ ଏହାର ନିକଟବର୍ତ୍ତୀ ହେବ । ଦେଶର ଅନେକ ରାଜ୍ୟରେ ESICର ଗୋଟିଏ କିମ୍ବା ତଦୁର୍ଦ୍ଧ୍ବ ଉପ ଆଞ୍ଚଳିକ କାର୍ଯ୍ୟାଳୟ ରହିଛି । କିନ୍ତୁ ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା କୌଣସି ଉପ ଆଞ୍ଚଳିକ କାର୍ଯ୍ୟାଳୟ ପ୍ରତିଷ୍ଠା କରାଯାଇ ନାହିଁ ।

ଫଳରେ ଭୁବନେଶ୍ବରର ESIC ଆଞ୍ଚଳିକ କାର୍ଯ୍ୟାଳୟ ଓଡ଼ିଶାର ପଶ୍ଚିମାଂଚଳରୁ ଅନେକ ଅଭିଯୋଗ ପତ୍ର ନିଯୁକ୍ତଦାତା ଏବଂ କର୍ମଚାରୀଙ୍କ ଠାରୁ ଗ୍ରହଣ କରିଆସୁଛି । ତେଣୁ ପଶ୍ଚିମ ଓଡ଼ିଶାର କର୍ମଚାରୀ ଏବଂ ESIC ହିତାଧିକାରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଝାରସୁଗୁଡ଼ା ଠାରେ ESICର ଉପ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବା ପାଇଁ ବ୍ୟକ୍ତିଗତ ହସ୍ତକ୍ଷେପ କରି ମନ୍ତ୍ରଣାଳୟର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେବା ପାଇଁ କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଥିଲେ । ପଶ୍ଚିମ ଓଡ଼ିଶାର ଲୋକଙ୍କ ଦୀର୍ଘ ଦିନର ଚାହିଦା ପୂରଣ ହୋଇଥିବାରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.