ETV Bharat / city

ଶ୍ରୀମନ୍ଦିରର ବିକାଶ ପାଇଁ ଗଜପତିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଚିଠି

ଗଜପତି ମହାରାଜାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

author img

By

Published : Mar 5, 2021, 4:48 PM IST

Updated : Mar 5, 2021, 5:27 PM IST

16:40 March 05

ଗଜପତି ମହାରାଜାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଗଜପତି ମହାରାଜାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି
ଗଜପତି ମହାରାଜାଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିରର ବିକାଶ ପାଇଁ ପରିକ୍ରମା ଓ ଅନ୍ୟାନ୍ୟ ଯୋଜନା କାର୍ଯ୍ୟକାରୀ ହୋଇଛି । ଶ୍ରୀଜଗନ୍ନାଥଙ୍କ ମହତ କାର୍ଯ୍ୟରେ ଶ୍ରମ କିମ୍ବା ଅର୍ଥଦାନ ମାଧ୍ୟମରେ ବିଶ୍ବର ସମଗ୍ର ହିନ୍ଦୁ ସମାଜ ଏଥିରେ ସାମିଲ ହେବାକୁ ଇଚ୍ଛା ରଖିଛନ୍ତି । ତେଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ସମର୍ପଣ ନିଧି ସଂଗ୍ରହ ବ୍ୟବସ୍ଥା କରିବା ପାଇଁ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କୁ  ଚିଠି ଲେଖି ସହଯୋଗ ଲୋଡିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଗଜପତିଙ୍କ ମାର୍ଗଦର୍ଶନରେ ଏପରି ବ୍ୟବସ୍ଥା କରାଗଲେ ସମଗ୍ର ବିଶ୍ଵର ହିନ୍ଦୁ ମହାପ୍ରଭୁଙ୍କୁ ଦାନ କରିବାର ସୁଯୋଗ ପାଇପାରିବେ ବୋଲି ଧର୍ମେନ୍ଦ୍ର ଚିଠିରେ କହିଛନ୍ତି । ମନ୍ଦିରର ବିକାଶ, ସେବାୟତଙ୍କ ସାମଗ୍ରିକ ବିକାଶ, ଶ୍ରଦ୍ଧାଳୁଙ୍କ କଲ୍ୟାଣ ପାଇଁ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଗଜପତି ନିରନ୍ତର ଓ ନିରଳସ ଉଦ୍ୟମ କରି ଆସୁଛନ୍ତି ।

ମହାପ୍ରଭୁ ଏବଂ ତାଙ୍କର ପବିତ୍ରତା ସହିତ ସଂଶ୍ଳିଷ୍ଟ ସବୁକିଛି ଓଡ଼ିଶାର ସାମାଜିକ ଓ ସାଂସ୍କୃତିକ ପରିଚୟର ମୂଳବିନ୍ଦୁ । ମହାପ୍ରଭୁ ଶ୍ରୀଜଗନ୍ନାଥ ଲୋକଙ୍କ ଦେବତା । ପ୍ରତି ବ୍ୟକ୍ତିର ହୃଦୟରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବିରାଜମାନ । ତେଣୁ ସମଗ୍ର ହିନ୍ଦୁ ସମାଜ ଓ ସାଢେ ୪ କୋଟି ଓଡ଼ିଆଙ୍କ ମନରେ ମହାପ୍ରଭୁଙ୍କ କାମରେ ସହଯୋଗ ପାଇଁ ଅଦମ୍ୟ ଉତ୍ସାହ ରହିଛି । ତେଣୁ ମହାପ୍ରଭୁଙ୍କ ପାଇଁ ଏହି ବିଶାଳ ଧନ ସଂଗ୍ରହ ଅଭିଯାନର ସହଯୋଗର ପ୍ରକ୍ରିୟାକୁ ଜନଆନ୍ଦୋଳନ ଭାବରେ ପରିଣତ କରିବା । ଲୋକଙ୍କୁ ଏଥିରେ ଭାଗିଦାରୀ କରିବା ପାଇଁ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ଗଜପତିଙ୍କୁ ଧର୍ମେନ୍ଦ୍ର କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସର୍ବଦା ମହାପ୍ରଭୁଙ୍କ ପ୍ରତି ସମ୍ମାନ ଏବଂ ଭକ୍ତିଭାବର ପ୍ରକାଶ କରି ଆସୁଛନ୍ତି । ଏହି ପବିତ୍ର ପ୍ରଚେଷ୍ଟାକୁ ବଡ ସଫଳତାର ରୂପ ଦେବା ପାଇଁ ଭାରତ ସରକାର ଆଇନଗତ ଏବଂ ନୀତିଗତ ଭାବରେ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବେ ।  

ତେବେ ପ୍ରସ୍ତାବିତ ଅଭିଯାନ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ଅତ୍ୟନ୍ତ ଜରୁରୀ । ଏଥିପାଇଁ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବେ ଭାରତ ସରକାର ଏବଂ ଓଡିଶା ସରକାରଙ୍କ ମଧ୍ୟରେ ସମ୍ପର୍କର ସେତୁ ସାଜିବା ଏବଂ ସମନ୍ବୟ ରକ୍ଷା କରିବା ପାଇଁ ଧର୍ମେନ୍ଦ୍ର ଗଜପତିଙ୍କୁ ଅନୁରୋଧ କରିଛନ୍ତି ।

ଆଇନଗତ ଦୃଷ୍ଟିକୋଣରୁ ଭାରତ ସରକାର ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିକୁ ଆୟକର ଅଧିନିୟମ ଅନୁଯାୟୀ ଛାଡ, ବୈଦେଶିକ ଆର୍ଥକ ଯୋଗଦାନ ପଞ୍ଜୀକରଣ ଆଇନ ୨୦୧୦ ଅନୁଯାୟୀ ମନ୍ଦିର ପରିଚାଳନା କମିଟିକୁ ସହାୟତା ପ୍ରଦାନ କରିବେ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଗଣିତ ଭକ୍ତ ମାନଙ୍କ ପାଇଁ ଓଡ଼ିଶା ତଥା ଭାରତର ବ୍ୟାଙ୍କ ଏବଂ ସେମାନଙ୍କ ଶାଖା ମଧ୍ୟ ଏଥିପାଇଁ ସୁବିଧା ସୁଯୋଗ ଯୋଗାଇବା ସହ ସହଯୋଗ କରିବେ ।  

ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ତଦାରଖ କରୁଥିବାରୁ ଧର୍ମେନ୍ଦ୍ର ଗଜପତିଙ୍କ ନିକଟରେ କୃତଜ୍ଞତା ଜ୍ଞାପନ କରିଛନ୍ତି । ଗଜପତିଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ବରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର କ୍ରିୟାନୁୟନ ବଡ ସଫଳତା ପାଇବ ବୋଲି ଦୃଢ଼ ଆଶାବାଦୀ ଥିବା ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ  

Last Updated : Mar 5, 2021, 5:27 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.