ETV Bharat / city

ଧର୍ମେନ୍ଦ୍ର ପ୍ରଧାନଙ୍କ ଭିଡ଼ିଓ କନଫରେନ୍ସିଂ: ଅକ୍ସିଜେନ ଓ ଟୀକାକରଣ ବ୍ୟବସ୍ଥା ନେଇ ଆଲୋଚନା

author img

By

Published : May 6, 2021, 4:31 PM IST

Updated : May 6, 2021, 6:39 PM IST

କୋଭିଡ ପରିଚାଳନା ନେଇ କେନ୍ଦ୍ରୀୟ ରାଷ୍ଟ୍ରାୟତଃ ଉଦ୍ୟୋଗଗୁଡିକ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଲୋଚନା । ଅଧିକ ପଢନ୍ତୁ....

ରାଜ୍ୟରେ କୋଭିଡ ପରିଚାଳନା ନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରାଷ୍ଟ୍ରାୟତଃ ଉଦ୍ୟୋଗ(ପିଏସୟୁ)ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ଵାସ୍ଥ୍ୟ ସଙ୍ଗଠନ, ବ୍ୟାଙ୍କ ଏବଂ ରେଳ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ ଓଡ଼ିଶାରେ କୋଭିଡ୍ ପରିଚାଳନା ପ୍ରସ୍ତୁତି ଏବଂ ସ୍ଵାସ୍ଥ୍ୟ ଭିତ୍ତିଭୂମି ଉପରେ ସମୀକ୍ଷା କରିଛନ୍ତି । ଏଥିସହ ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ ଧର୍ମେନ୍ଦ୍ର ପ୍ରଧାନ ସମସ୍ତଙ୍କୁ ରାଜ୍ୟରେ ଟେଷ୍ଟିଂ, ଭେଣ୍ଟିଲେଟର, ଟୀକାକରଣ ଓ ଅକ୍ସିଜେନ ବ୍ୟବସ୍ଥା ବଢାଇବା ସହ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉପରେ ଗୁରୁତ୍ବ ଦେବାକୁ ପରାମର୍ଶ ଦେଇଛନ୍ତି ।

ବୈଠକରେ ସେ କହିଛନ୍ତି ଯେ ରାଜ୍ୟର ସ୍ଵାସ୍ଥ୍ୟସେବାକୁ ବିକଶିତ କରିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ । ରାଜ୍ୟରେ ପରିଚାଳିତ ପିଏସୟୁ, କେନ୍ଦ୍ର ସ୍ୱାସ୍ଥ୍ୟ ଅନୁଷ୍ଠାନ, ବ୍ୟାଟିଂ କ୍ଷେତ୍ର ତଥା କର୍ପୋରେଟ୍ ସେକ୍ଟର ଏହି ମାହାମାରୀରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଆବଶ୍ୟକତା ଅନୁଯାୟୀ ସ୍ଵାସ୍ଥ୍ୟ ଭିତ୍ତିଭୂମି ତିଆରି କରିବା ଦରକାର । ସ୍ୱାସ୍ଥ୍ୟ ଭିତିଭୂମିକୁ ସୁଦୃଢ଼ କରିବା, ଆଇସୋଲେସନ ବେଡର କ୍ଷମତା ବୃଦ୍ଧି କରିବା ସହ ଆଇସିୟୁ ଏବଂ ଅକ୍ସିଜେନ ସଂଯୁକ୍ତ ବେଡକୁ ବୃଦ୍ଧି କରିବା ଦିଗରେ ସମସ୍ତେ ମିଳିତ ଭାବେ ପଦକ୍ଷେପ ନେବା ସହ ସରକାରଙ୍କ ସହ ସମନ୍ଵୟ ରକ୍ଷା କରିବା ଦରକାର । ସମସ୍ତ ଅଂଶୀଦାରମାନେ ଟେଷ୍ଟିଂ, ଟୀକାକରଣ ସୁବିଧା, ଭେଣ୍ଟିଲେଟର, ଅମ୍ଳଜାନ ଯୋଗାଣ, ଆଇସିୟୁ ସହ ବେଡ୍ ବ୍ୟବସ୍ଥା ତଥା ଅନ୍ୟାନ୍ୟ ଗୁରୁତ୍ଵପୂର୍ଣ୍ଣ ମେଡ଼ିକାଲ ଉପକରଣର ଉପଲବ୍ଧିକୁ ବିକଶିତ କରି ବର୍ତ୍ତମାନ କୋଭିଡ୍ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବା ଦରକାର ବୋଲି କହିଛନ୍ତି ।

ରାଜ୍ୟର ଦୁଇଟି ଅଗ୍ରଣୀ ଇନଷ୍ଟିଚ୍ୟୁଟ୍ ଆରଏମଆରସି ଏବଂ ଇନଷ୍ଟିଚ୍ୟୁଟ୍ ଅଫ ଲାଇଫ ସାଇନ୍‌କୁ ଅଧିକରୁ ଅଧିକ ଟେଷ୍ଟିଂ ବୃଦ୍ଧି, ପିଏସୟୁଗୁଡ଼ିକୁ ମଧ୍ୟ ନିଜ ନିଜ ବ୍ୟବସ୍ଥାରେ ଟ୍ରେନିଂ ଏବଂ ଆନୁଷଙ୍ଗିକ ବ୍ୟବସ୍ଥା ତିଆରି କରିବା ପାଇଁ ଆହ୍ବାନ କରିଛନ୍ତି ଧର୍ମେନ୍ଦ୍ର । ସେହିପରି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଟୀକାକରଣର ଅଭିଯାନକୁ ତ୍ବରାନ୍ବିତ କରିବା ପାଇଁ ପିଏସୟୁଗୁଡ଼ିକୁ ଟିକା କିଣି ନିଜର କର୍ମଚାରୀଙ୍କୁ ଦେବା ସହ ୧୮ ବର୍ଷରୁ ଊର୍ଦ୍ଧ୍ବ ବ୍ୟକ୍ତିଙ୍କୁ ଟୀକାକରଣ କରାଇବା ଉପରେ ଗୁରୁତ୍ବାରୋପ କରିବାକୁ ପରାମର୍ଶ ଦେଇଛନ୍ତି ।

କୋଭିଡ୍–୧୯ ମହାମାରୀକୁ ଦୃଢ଼ତାର ସହ ଲଢ଼ିବା ପାଇଁ ଟେଷ୍ଟିଂ ବଢ଼ାଇବା, ଜରୁରୀକାଳୀନ ଔଷଧ ତଥା ଆନୁଷଙ୍ଗିକ ବ୍ୟବସ୍ଥାକୁ ସୁଦୃଢ଼ କରି ରାଜ୍ୟ ସରକାରଙ୍କୁ ସହଯୋଗ କରିବା ତଥା ମିଳିତ ଭାବେ କାର୍ଯ୍ୟ କରିବା ଦିଗରେ ମଧ୍ୟ ଆଲୋଚନା କରିଛନ୍ତି ଧର୍ମେନ୍ଦ୍ର । କୋଭିଡ୍ -୧୯ର ସଂକ୍ରମଣ ଦୃଷ୍ଟିରେ ବର୍ତ୍ତମାନ ସ୍ଵାସ୍ଥ୍ୟ ସୁବିଧାକୁ ଆହୁରି ବ୍ୟାପକ କରିବା ଏବଂ ସର୍ବାଧିକ କୋରୋନା ପ୍ରଭାବିତ ଅଞ୍ଚଳ ସମେତ ସବୁ ଜିଲ୍ଲାକୁ ପ୍ରାଥମିକତା ଦେଇ ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ବିକଶିତ କରିବା ପାଇଁ ଧର୍ମେନ୍ଦ୍ର ପ୍ରଧାନ ଆହ୍ବାନ ଦେଇଛନ୍ତି ।

ଏହି ଆଲୋଚନାରେ ରାଜ୍ୟସଭା ସାଂସଦ ଅଶ୍ବିନୀ ବୈଷ୍ଣବ, ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା, ଆଇଏଲଏସର ନିର୍ଦ୍ଦେଶକ, ଆରଏମଆରସିର ନିର୍ଦ୍ଦେଶିକା, ଏନସିସିର ଓଡ଼ିଶା ଜୋନର ଇନଚାର୍ଜ, ଏୟାରପୋର୍ଟ ଅଥେରିଟି ଅଫ ଇଣ୍ଡିଆ ଭୁବନେଶ୍ଵରର ନିର୍ଦ୍ଦେଶକ, ଇଷ୍ଟକୋଷ୍ଟ ରେଲୱେର ଜେନେରାଲ ମ୍ୟାନେଜର, ଏସବିଆଇ ବ୍ୟାଙ୍କ୍ ଓଡିଶା ଶାଖାର ସିଜିଏମ, ଏମସିଏଲର ସିଏମଡ଼ି ପି କେ ସିହ୍ନା, ଏନଟିପିସିର ଆରଇଡ଼ି ଇନଚାର୍ଜ, ପାରାଦ୍ବୀପ ପୋର୍ଟର ଇନଚାର୍ଜ ପ୍ରମୁଖ ସାମିଲ ହୋଇଥିଲେ ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

Last Updated : May 6, 2021, 6:39 PM IST

For All Latest Updates

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.