ETV Bharat / city

ତାଳଚେର ହେବ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା: ଧର୍ମେନ୍ଦ୍ର ପ୍ରଧାନ - ଧର୍ମେନ୍ଦ୍ର ପ୍ରଧାନଙ୍କ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହ ଆଲୋଚନା ଖବର

ତାଳଚେର ସାର କାରଖାନା ଦ୍ବାରା କାର୍ୟ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଉନ୍ନତି ପାଇଁ ପଦକ୍ଷେପ ନେଇଛନ୍ତି କେନ୍ଦ୍ରମନ୍ଦ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ...

ତାଳଚେର ସାର କାରଖାନା ହେବ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା: ଧର୍ମେନ୍ଦ୍ର ପ୍ରଧାନ

author img

By

Published : Dec 11, 2020, 6:53 PM IST

ଭୁବନେଶ୍ବର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି(ଶୁକ୍ରବାର) ତାଳଚେର ସାର କାରଖାନା(ଟିଏଫ୍‌ଏଲ୍‌) ଦ୍ୱାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ ଏବଂ ୟୁରିଆ ଉତ୍ପାଦନ ପ୍ରକଳ୍ପର ଅଗ୍ରଗତି ନେଇ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟ ଏବଂ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କରିଛନ୍ତି ।

ଏହି ଅବସରରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେଲେ ଏହା ପେଟକୋକ୍ ବ୍ଲେଣ୍ଡିଂ ସହ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ ଆଧାରିତ ସାର କାରଖାନା ହେବ । ଏହାସହ ଏହି କାରଖାନା ଓଡିଶା ଏବଂ ପୂର୍ବ ଭାରତର ବିଭିନ୍ନ ଅଞ୍ଚଳରେ ୟୁରିଆ ତଥା ସାରର ସହଜ ଯୋଗାଣ ଉପଲବ୍ଧିକୁ ସୁନିଶ୍ଚିତ କରିବ । ଏହି ବୈଠକରେ ତାଳଚେର ସାର କାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଏବଂ ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପାୟ ଉପରେ ବିଚାରବିମର୍ଷ କରାଯାଇଛି ।

ତାଳଚେର ସାର କାରଖାନା ସଫଳତାର ସହ କାର୍ଯ୍ୟକ୍ଷମ ହେବା ପରେ ଏହା ଓଡିଶା ତଥା ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବ । ଏଥିସହ ଓଡିଶାରେ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ସଙ୍ଗେସଙ୍ଗେ ରାଜ୍ୟର ବିକାଶରେ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଧାନ କହିଛନ୍ତି ।
ସୂଚନା ଅନୁଯାୟୀ, ଏହି ବୈଠକରେ କୋଇଲା ମନ୍ତ୍ରଣାଳୟ, ଅର୍ଥ ମନ୍ତ୍ରଣାଳୟ, ବୈଦେଶିକ ମନ୍ତ୍ରଣାଳୟ, ପେଟ୍ରୋଲିୟମ ମନ୍ତ୍ରଣାଳୟ, ସାର ବିଭାଗ ଏବଂ ଏସବିଆଇ ବ୍ୟାଙ୍କର ବରିଷ୍ଠ ଅଫିସରମାନେ ମଧ୍ୟ ସାମିଲ ଥିଲେ ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.